Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁକୁ ହରାଇଲା ଇଷ୍ଟ ବେଙ୍ଗଲ

ମାର୍ଗାଓ,୧୦।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ମ୍ୟାଚରେ ଇଷ୍ଟ ବେଙ୍ଗଲ ୧-୦ ଗୋଲରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚରେ ବେଙ୍ଗାଲୁରୁ ଆଶାନୁରୂପ ପ୍ରଦର୍ଶନ କରି ନ ଥିଲା। ବେଙ୍ଗାଲୁରୁ ଏଥିସହିତ କ୍ରମାଗତ ଚତୁର୍ଥ ପରାଜୟ ବରଣ କରିଛି। ଏହି ମ୍ୟାଚର ଫଳାଫଳ ପଏଣ୍ଟ ତାଲିକାରେ କୌଣସି ପରିବର୍ତ୍ତନ ଆଣିପାରିନାହିଁ। ଏଥିସହ ବେଙ୍ଗାଲୁରୁ ୧୦ଟି ମ୍ୟାଚ ଖେଳି ୩ଟି ବିଜୟ, ୩ ଡ୍ର ଓ ୪ଟି ପରାଜୟ ସହ ୧୨ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି। ଅନ୍ୟପଟେ ଇଷ୍ଟ ବେଙ୍ଗଲ ୧୦ଟି ମ୍ୟାଚ ଖେଳି ୨ ବିଜୟ, ୪ଟି ଲେଖାଏ ଡ୍ର ଓ ପରାଜୟ ସହ ୧୦ ପଏଣ୍ଟ ପାଇ ତାଲିକାର ନବମ ସ୍ଥାନରେ ରହିଛି।
ମ୍ୟାଚ୍‌ର ପ୍ରଥମାର୍ଦ୍ଧରେ ଇଷ୍ଟବେଙ୍ଗଲ ଗୋଲ ସ୍କୋର କରି ଅଗ୍ରଣୀ ହାସଲ କରିଥିଲା। ୨୦ତମ ମିନିଟ୍‌ରେ ଦଳ ତରଫରୁ ଜର୍ମାନୀ ସେଣ୍ଟ୍ରାଲ ମିଡ୍‌ଫିଲ୍ଡର ଭିଲେ ମାଟି ଷ୍ଟେଇନ୍‌ମ୍ୟାନ ଇଷ୍ଟବେଙ୍ଗଲ ପାଇଁ ଏକ ସୁନ୍ଦର ଗୋଲ ସ୍କୋର କରିଥିଲେ। ଏଥିସହିତ ଷ୍ଟେଇନ୍‌ମ୍ୟାନ ଚିଳିତ ସେସନରେ ତାଙ୍କର ତୃତୀୟ ଗୋଲ ସ୍କୋର କରିଥିଲେ। ଦାସଙ୍କଠାରୁ ମିଳିଥିବା ପାସ୍‌କୁ ସେ ସୁନ୍ଦର ଭାବେ ଗୋଲରେ ପରିଣତ କରିଥିଲେ। ଟୁର୍ନାମେଣ୍ଟରେ ପ୍ରଥମଥର ପାଇଁ ଇଷ୍ଟ ବେଙ୍ଗଲ ଅପେକ୍ଷାକୃତ ଏକ ଦୃଢ ଦଳ ବିପକ୍ଷରେ ପ୍ରଭାବ ବିସ୍ତାର କରି ଖେଳିଥିଲା। ପ୍ରଥମାର୍ଦ୍ଧ ସୁଦ୍ଧା ଇଷ୍ଟବେଙ୍ଗଲ ୧-୦ରେ ଅଗ୍ରଣୀ ରହିଥିଲା।
ସାରା ମ୍ୟାଚରେ ସଂଘର୍ଷ ଦେଖିବାକୁ ମିଳିଥିଲା। ତେବେ ଦ୍ୱିତୀୟାର୍ଦ୍ଧରେ ବେଙ୍ଗାଲୁରୁ ଏଫ୍‌ସି ଗୋଲ ପରିଶୋଧ କରିବାକୁ ଯଥେଷ୍ଟ ପ୍ରୟାସ କରିଥିଲା। କିନ୍ତୁ କୌଣସି ଦଳ ଗୋଲ ସ୍କୋର କରିପାରି ନ ଥିଲେ। ଅବଶ୍ୟ ଉଭୟ ଦଳକୁ ଏକାଧିକ ସୁଯୋଗ ମିଳିଥିଲା। ମ୍ୟାଚରେ କିନ୍ତୁ ଇଷ୍ଟ ବେଙ୍ଗଲ ଅପେକ୍ଷାକୃତ ଅଧିକ ଭଲ ପ୍ରଦର୍ଶନ କରିଥିଲା। ମ୍ୟାଚ ଶେଷ ପର୍ଯ୍ୟନ୍ତ ଏହି ଇଷ୍ଟ ବେଙ୍ଗଲ ଅଗ୍ରଣୀ ବଜାୟ ରଖି ବିଜୟୀ ହୋଇଥିଲା। ଇଷ୍ଟ ବେଙ୍ଗଲ ଖେଳାଳିମାନେ ଅଧିକ ସମୟ ବଲକୁ ନିଜ ପାଖରେ ରଖିବାରେ ସମର୍ଥ ହୋଇଥିଲେ। ବଲ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ବେଙ୍ଗାଲୁରୁ ପଛରେ ପଡିଥିଲା। ଏହି ବିଜୟ ଇଷ୍ଟ ବେଙ୍ଗଲ ପାଇଁ ବିଶେଷ ମହତ୍ତ୍ୱ ରଖୁଛି। ବ୍ୟାକ୍‌ରେ ବେଙ୍ଗାଲୁରୁ ସଂଘର୍ଷ କରୁଥିବା ଦେଖାଯାଇଥିଲା ଓ ଆଟାକ ମଧ୍ୟ ସେତେଟା ପ୍ରଭାବୀ ସାବ୍ୟସ୍ତ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହ୍ୟାଣ୍ଡବଲ୍‌ ପ୍ରତିଯୋଗିତା: ଭାଗ ନେବ ଓଡ଼ିଶା

ଭୁବନେଶ୍ୱର,୨୯ା୩: ବିହାର ରାଜ୍ୟ ଅଧୀନ ବେଗୁସରାଇଠାରେ ମାର୍ଚ୍ଚ ୩୧ରୁ ୫୨ତମ ଜାତୀୟ ସିନିୟର ପୁରୁଷ ହ୍ୟାଣ୍ଡବଲ୍‌ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ଏକ ୧୮...

ଟ୍ରୋଲିଂକୁ ନେଇ ରାଗରେ ନିଆଁବାଣ ହେଲେ ସୋନୁ, କହିଲେ ‘ସେ ଆମ ହିରୋ’

ବମ୍ବେ,୨୯।୩: ଆରମ୍ଭରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୭ତମ ସିଜନ ଚର୍ଚ୍ଚାରେ ରହିଆସୁଛି। ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଏବଂ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ...

ପାନ ଦୋକାନିଙ୍କ ପୁଅ ଆଜି ମ୍ୟାଚ ଓ୍ବିନର

ନୂଆଦିଲ୍ଲୀ,୨୯।୩: ଆଇପିଏଲ ୨୦୨୪ର ନବମ ମ୍ୟା ରେ ରାଜସ୍ଥାନ ରୟାଲ୍ସକୁ ଜିତାଇବାରେ ଆବେଶ ଖାନ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। ଦଳ ପାଇଁ ଶେଷ ଓଭରରେ...

ବିବାହ ପୂର୍ବରୁୁ ଦୀପିକାଙ୍କ ସହ ଥିଲା ଧୋନିଙ୍କର ସମ୍ପର୍କ?

ନୂଆଦିଲ୍ଲୀ,୨୯।୩: ମହେନ୍ଦ୍ର ସିଂ ଧୋନି ଆଇପିଏଲ ୨୦୨୪ ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳାଳି ଭାବରେ ଖେଳୁଛନ୍ତି। ୧୭ ତମ ସିଜିନ ଆରମ୍ଭ ହେବାର...

ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ

ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ...

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri