Posted inଖେଳ

ଇଣ୍ଡିଆନ ସୁପରଲିଗ୍‌: ଚେନ୍ନାଇନ୍‌କୁ ହରାଇଲା ହାଇଦ୍ରାବାଦ୍‌

ବାମ୍ବୋଲିମ୍‌, ୫।୧-ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚରେ ହାଇଦ୍ରାବାଦ୍‌ ଏଫ୍‌ସି ୪-୧ ଗୋଲରେ ଚେନ୍ନାଇନ୍‌ ଏଫ୍‌ସିକୁ ପରାସ୍ତ କରିଛି। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିବାବେଳେ ଦ୍ୱିତୀୟାର୍ଦ୍ଧରେ ୫ଟି ଯାକ ଗୋଲ ହୋଇଥିଲା। ହାଇଦ୍ରାବାଦ୍‌ ଦଳ ପକ୍ଷରୁ ହାଲି ଚରନ ନାର୍ଜାରି ୫୩ ଓ ୭୯ତମ ମିନିଟରେ ୨ଟି ଏବଂ ଜୋଏଲ ଚାଇନିଜ୍‌ ୫୦ ଓ ଜାଓ ଭିକ୍ଟର ୭୪ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ। ଚେନ୍ନାଇନ୍‌ ପକ୍ଷରୁ ଅନିରୁଦ୍ଧ ଥାପ୍ପା ୬୭ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ଫ୍ରାନ୍‌ ସାଣ୍ଡାଜା ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ ନାର୍ଜାରି ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ଏହି ମ୍ୟାଚପରେ ହାଇଦ୍ରାବାଦ ଏଫ୍‌ସି ୯ ମ୍ୟାଚରୁ ୩ ବିଜୟ, ପରାଜୟ ଓ ଡ୍ର ସହ ୧୨ ପଏଣ୍ଟ ପାଇ ଟେବୁଲର ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ପୂର୍ବରୁ ଦଳ ୮ମ ସ୍ଥାନରେ ରହିଥିଲା। ଅନ୍ୟପକ୍ଷରେ ଚେନ୍ନାଇନ୍‌ ୯ ମ୍ୟାଚରୁ ୨ ବିଜୟ, ୪ ଡ୍ର ଓ ୩ ପରାଜୟ ସହ ୧୦ ପଏଣ୍ଟରେ ସ୍ଥିର ରହି ୮ମ ସ୍ଥାନକୁ ଖସିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri