Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ହାଇଦ୍ରାବାଦ୍‌ର ପ୍ରଥମ ପରାଜୟ

ଭାସ୍କୋ,୨୧।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୦ ଗୋଲରେ ହାଇଦ୍ରାବାଦ ଏଫ୍‌ସିକୁ ପରାସ୍ତ କରିଛି। ହାଇଦ୍ରାବାଦ ଚଳିତ ସେସନରେ ପ୍ରଥମ ପରାଜୟ ବରଣ କରିଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି ମ୍ୟାଚରେ ମୁମ୍ବାଇ ପ୍ରଭାବ ବିସ୍ତାର କରି ଖେଳିଥିଲା। ୩୮ ମିନିଟ୍‌ରେ ବିଘ୍ନେଶ ଦକ୍ଷିଣ ମୂର୍ତ୍ତି ପ୍ରଥମ ଗୋଲ ସ୍କୋର କରି ମୁମ୍ବାଇକୁ ଅଗ୍ରଣୀ କରାଇଥିଲେ। ଏହାପରେ ୫୯ତମ ମିନିଟ୍‌ରେ ମୁମ୍ବାଇର ଇଂଲଣ୍ଡ ଷ୍ଟ୍ରାଇକର ଆଡାମ ଲେ ଫୋଣ୍ଡ୍ରେ ଗୋଲ ସ୍କୋର କରି ଦଳକୁ ୨-୦ରେ ଅଗ୍ରଣୀ କରାଇଥିଲେ। ସୁଯୋଗ ପାଇଥିଲେ ମଧ୍ୟ ହାଇଦ୍ରାବାଦ ତରଫରୁ କୌଣସି ଖେଳାଳି ଗୋଲ ସ୍କୋର କରି ନ ଥିଲେ। ଏଥିସହିତ ଚଳିତ ସେସନ୍‌ରେ ହାଇଦ୍ରାବାଦ ପ୍ରଥମ ପରାଜୟ ବରଣ କରିଛି। ବଲ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ମୁମ୍ବାଇ ଆଗରେ ରହିଥିଲା। ଏପର୍ଯ୍ୟନ୍ତ ମୁମ୍ବାଇ ୭ଟି ମ୍ୟାଚ ଖେଳି ୫ ବିଜୟ, ଗୋଟିଏ ଲେଖାଏ ଡ୍ର ଓ ପରାଜୟ ସହ ୧୬ ପଏଣ୍ଟ ପାଇ ତାଲକାର ଶୀର୍ଷରେ ରହିଛି। ସେହିପରି ହାଇଦ୍ରାବାଦ ୬ଟି ମ୍ୟାଚ ଖେଳି ୨ଟି ବିଜୟ, ୩ଟି ଡ୍ର ଓ ଗୋଟିଏ ପରାଜୟ ସହ ୯ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି।
ଇଷ୍ଟବେଙ୍ଗଲ- କେରଳ ମ୍ୟାଚ ଡ୍ର
ଜିଏମ୍‌ସି ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଦ୍ୱିତୀୟ ମ୍ୟାଚରେ ଇଷ୍ଟ ବେଙ୍ଗଲ ଓ କେରଳ ବ୍ଲାଷ୍ଟର୍ସ ମୁହଁାମୁହିଁ ହୋଇଥିଲେ। ତେବେ ଏହି ମ୍ୟାଚ ୧-୧ ଗୋଲରେ ଅମୀମାଂସିତ ରହିଛି। ୧୩ତମ ମିନିଟ୍‌ରେ କେରଳର ନିଶୁ କୁମାରଙ୍କ ଆତ୍ମଘାତୀ ଗୋଲ ବଳରେ ଇଷ୍ଟ ବେଙ୍ଗଲ ଅଗ୍ରଣୀ ହାସଲ କରିଥିଲା। ସାରା ମ୍ୟାଚରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ପରେ ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ମଧ୍ୟ ଗୋଲ ସ୍କୋର କରିପାରି ନ ଥିଲେ। କିନ୍ତୁ ଅନ୍ତିମ ମିନିଟ୍‌ ଅର୍ଥାତ୍‌ ଇଞ୍ଜୁରି ଟାଇମ୍‌ର ପଞ୍ଚମ ମିନିଟ୍‌ରେ କେରଳର ମିଡ୍‌ଫିଲ୍ଡର ଜିକ୍‌ସନ ସିଂ ଥୋନାଓଜାମ ଗୋଲ ଦେଇଥିଲେ। ଫଳରେ ମ୍ୟାଚ ଅମୀମାଂସିତ ରହିଥିଲା। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ କେରଳ ଯଥେଷ୍ଟ ଆଗରେ ଥିଲା। କେରଳ ଏପର୍ଯ୍ୟନ୍ତ ୬ଟି ମ୍ୟାଚ ଖେଳି ୩ ଡ୍ର ଓ ୩ ପରାଜୟ ସହ ୩ ପଏଣ୍ଟ ପାଇ ତାଲିକାର ନବମ ସ୍ଥାନରେ ରହିଛି। ସେହିପରି ଇଷ୍ଟବେଙ୍ଗଲ ୬ ମ୍ୟାଚ ଖେଳି ୨ ଡ୍ର ଓ ୪ ପରାଜୟ ସହ ୨ ପଏଣ୍ଟ ପାଇ ଦଶମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

T20 World Cup 2026: ସୁପର ୮ରେ ପ୍ରଥମେ କେଉଁ ଟିମ୍‌ ସହ ଖେଳିବ ଟିମ୍‌ ଇଣ୍ଡିଆ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୨: ଟିମ ଇଣ୍ଡିଆ ଗ୍ରୁପ ପର୍ଯ୍ୟାୟ ମ୍ୟାଚରେ ହ୍ୟାଟ୍ରିକ ବିଜୟ ସହିତ ICC T20 ବିଶ୍ୱକପ 2026ର ସୁପର ୮ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ତା’ର ତୃତୀୟ…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri