Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ହାଇଦ୍ରାବାଦ୍‌ର ପ୍ରଥମ ପରାଜୟ

ଭାସ୍କୋ,୨୧।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୦ ଗୋଲରେ ହାଇଦ୍ରାବାଦ ଏଫ୍‌ସିକୁ ପରାସ୍ତ କରିଛି। ହାଇଦ୍ରାବାଦ ଚଳିତ ସେସନରେ ପ୍ରଥମ ପରାଜୟ ବରଣ କରିଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି ମ୍ୟାଚରେ ମୁମ୍ବାଇ ପ୍ରଭାବ ବିସ୍ତାର କରି ଖେଳିଥିଲା। ୩୮ ମିନିଟ୍‌ରେ ବିଘ୍ନେଶ ଦକ୍ଷିଣ ମୂର୍ତ୍ତି ପ୍ରଥମ ଗୋଲ ସ୍କୋର କରି ମୁମ୍ବାଇକୁ ଅଗ୍ରଣୀ କରାଇଥିଲେ। ଏହାପରେ ୫୯ତମ ମିନିଟ୍‌ରେ ମୁମ୍ବାଇର ଇଂଲଣ୍ଡ ଷ୍ଟ୍ରାଇକର ଆଡାମ ଲେ ଫୋଣ୍ଡ୍ରେ ଗୋଲ ସ୍କୋର କରି ଦଳକୁ ୨-୦ରେ ଅଗ୍ରଣୀ କରାଇଥିଲେ। ସୁଯୋଗ ପାଇଥିଲେ ମଧ୍ୟ ହାଇଦ୍ରାବାଦ ତରଫରୁ କୌଣସି ଖେଳାଳି ଗୋଲ ସ୍କୋର କରି ନ ଥିଲେ। ଏଥିସହିତ ଚଳିତ ସେସନ୍‌ରେ ହାଇଦ୍ରାବାଦ ପ୍ରଥମ ପରାଜୟ ବରଣ କରିଛି। ବଲ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ମୁମ୍ବାଇ ଆଗରେ ରହିଥିଲା। ଏପର୍ଯ୍ୟନ୍ତ ମୁମ୍ବାଇ ୭ଟି ମ୍ୟାଚ ଖେଳି ୫ ବିଜୟ, ଗୋଟିଏ ଲେଖାଏ ଡ୍ର ଓ ପରାଜୟ ସହ ୧୬ ପଏଣ୍ଟ ପାଇ ତାଲକାର ଶୀର୍ଷରେ ରହିଛି। ସେହିପରି ହାଇଦ୍ରାବାଦ ୬ଟି ମ୍ୟାଚ ଖେଳି ୨ଟି ବିଜୟ, ୩ଟି ଡ୍ର ଓ ଗୋଟିଏ ପରାଜୟ ସହ ୯ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି।
ଇଷ୍ଟବେଙ୍ଗଲ- କେରଳ ମ୍ୟାଚ ଡ୍ର
ଜିଏମ୍‌ସି ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଦ୍ୱିତୀୟ ମ୍ୟାଚରେ ଇଷ୍ଟ ବେଙ୍ଗଲ ଓ କେରଳ ବ୍ଲାଷ୍ଟର୍ସ ମୁହଁାମୁହିଁ ହୋଇଥିଲେ। ତେବେ ଏହି ମ୍ୟାଚ ୧-୧ ଗୋଲରେ ଅମୀମାଂସିତ ରହିଛି। ୧୩ତମ ମିନିଟ୍‌ରେ କେରଳର ନିଶୁ କୁମାରଙ୍କ ଆତ୍ମଘାତୀ ଗୋଲ ବଳରେ ଇଷ୍ଟ ବେଙ୍ଗଲ ଅଗ୍ରଣୀ ହାସଲ କରିଥିଲା। ସାରା ମ୍ୟାଚରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ପରେ ଉଭୟ ଦଳ ଏକାଧିକ ସୁଯୋଗ ପାଇଥିଲେ ମଧ୍ୟ ଗୋଲ ସ୍କୋର କରିପାରି ନ ଥିଲେ। କିନ୍ତୁ ଅନ୍ତିମ ମିନିଟ୍‌ ଅର୍ଥାତ୍‌ ଇଞ୍ଜୁରି ଟାଇମ୍‌ର ପଞ୍ଚମ ମିନିଟ୍‌ରେ କେରଳର ମିଡ୍‌ଫିଲ୍ଡର ଜିକ୍‌ସନ ସିଂ ଥୋନାଓଜାମ ଗୋଲ ଦେଇଥିଲେ। ଫଳରେ ମ୍ୟାଚ ଅମୀମାଂସିତ ରହିଥିଲା। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ କେରଳ ଯଥେଷ୍ଟ ଆଗରେ ଥିଲା। କେରଳ ଏପର୍ଯ୍ୟନ୍ତ ୬ଟି ମ୍ୟାଚ ଖେଳି ୩ ଡ୍ର ଓ ୩ ପରାଜୟ ସହ ୩ ପଏଣ୍ଟ ପାଇ ତାଲିକାର ନବମ ସ୍ଥାନରେ ରହିଛି। ସେହିପରି ଇଷ୍ଟବେଙ୍ଗଲ ୬ ମ୍ୟାଚ ଖେଳି ୨ ଡ୍ର ଓ ୪ ପରାଜୟ ସହ ୨ ପଏଣ୍ଟ ପାଇ ଦଶମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri