Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: କେରଳ- ଗୋଆ ମ୍ୟାଚ୍‌ ଡ୍ର

ବାମ୍ବୋଲିମ୍‌,୨୪।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର କେରଳ ବ୍ଲାଷ୍ଟର୍ସ ଓ ଏଫ୍‌ସି ଗୋଆ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। ଫଳରେ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। ଏଥିସହ କେରଳ ଏ ପର୍ଯ୍ୟନ୍ତ ୧୩ଟି ମ୍ୟାଚ୍‌ ଖେଳି ୩ ବିଜୟ, ୫ ଡ୍ର ଓ ୫ ପରାଜୟ ସହ ୧୪ ପଏଣ୍ଟ ପାଇ ସପ୍ତମ ସ୍ଥାନରେ ରହିଛି। ସେହିପରି ଗୋଆ ୧୩ଟି ମ୍ୟାଚ୍‌ ଖେଳି ୫ଟି ଲେଖାଏ ବିଜୟ ଓ ଡ୍ର, ୩ ପରାଜୟ ସହ ୨୦ ପଏଣ୍ଟ ପାଇ ତୃତୀୟ ସ୍ଥାନରେ ରହିଛି। ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଅନୁଷ୍ଠିତ ଏହି କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଗୋଆ ତରଫରୁ ପ୍ରଥମାର୍ଦ୍ଧରେ ଜର୍ଜ ଓର୍ଟିଜ ମେଣ୍ଡୋଜା ୨୫ତମ ମିନିଟ୍‌ରେ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ତେବେ ଦ୍ୱିତୀୟାର୍ଦ୍ଧରେ ରାହୁଲ କାନୋଲି ପ୍ରବୀଣ ୫୭ତମ ମିନିଟ୍‌ରେ ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସମାନ ସ୍ତରକୁ ଆଣିଥିଲେ। ଏହାପରେ ଉଭୟ ଦଳା ଏକାଧିକ ସୁଯୋଗ ପାଇଥିଲେ ମଧ୍ୟ ଗୋଲ ଦେଇପାରି ନ ଥିଲେ। ଫଳରେ ମ୍ୟାଚ୍‌ ଅମୀମାଂସିତ ରହିଥିଲା। ଗୋଆ ପ୍ରଭାବ ବିସ୍ତାର କରି ଖେଳିଥିଲେ ମଧ୍ୟ ବିଜୟୀ ହୋଇପାରି ନ ଥିଲା। ବଲ୍‌ ପଜେଶନ, ପାସ, ପାସ୍‌ ଆକ୍ୟୁରେସିରେ ଗୋଆ କେରଳଠାରୁ ଯଥେଷ୍ଟ ଆଗରେ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri