Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: କେରଳକୁ ହରାଇଲା ମୁମ୍ବାଇ

ବାମ୍ବୋଲିନ୍‌,୩।୧: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳଯାଇଥିବା ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୦ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି। ମୁମ୍ବାଇ ସମ୍ପୂର୍ଣ୍ଣ ପ୍ରଭାବ ବିସ୍ତାର କରି ଖେଳିବା ସହ କେରଳକୁ ଗୋଲ ସ୍କୋର କରିବାର ସୁଯୋଗ ଦେଇ ନ ଥିଲା। ଦଳ ତରଫରୁ ମ୍ୟାଚର ତୃତୀୟ ମିନିଟ୍‌ରେ ଇଂଲଣ୍ଡ ଷ୍ଟ୍ରାଇକର ଆଡାମ ଲେ’ ଫୋଣ୍ଡ୍ରେ ପେନାଲ୍ଟି ଜରିଆରେ ପ୍ରଥମ ଗୋଲ ସ୍କୋର କରି ଦଳକୁ ଅଗ୍ରଣୀ କରାଇଥିଲେ। ଏହାର ଠିକ୍‌ ୭ ମିନିଟ୍‌ ପରେ ଫ୍ରାନ୍ସ ମିଡ୍‌ଫିଲ୍ଡର ହୁଗୋ ବୋମସ ଏକ ସୁନ୍ଦର ଗୋଲ ସ୍କୋର କରି ମୁମ୍ବାଇକୁ ୨-୦ରେ ଅଗ୍ରଣୀ କରାଇଥିଲେ। ପାଖାପାଖି ୧୦ ମିନିଟ୍‌ରେ ଦୁଇଟି ଗୋଲ ସ୍କୋର କରି ମୁମ୍ବାଇ କେରଳକୁ ଜବରଦସ୍ତ ଝଟ୍‌କା ଦେଇଥିଲା। ଏହାପରେ ମ୍ୟାଚ ସାରା ସଂଘର୍ଷ ଦେଖିବାକୁ ମିଳିଥିଲା। ତେବେ କେରଳ ଗୋଲ ଦେବାକୁ ସକ୍ଷମ ହୋଇପାରି ନ ଥିଲା। ବଲ ପଜେଶନ, ପାସ, ପାସ୍‌ ଆକ୍ୟୁରେସିରେ ମୁମ୍ବାଇ ଦୁଇପାଦ ଆଗରେ ରହିଥିଲା। ଇଞ୍ଜୁରି ଟାଇମ ବାବଦରେ ୮ ମିନିଟ୍‌ ଖେଳ ହୋଇଥିଲା। ପ୍ରାରମ୍ଭିକ ତ୍ରୁଟିକୁ କେରଳ ପରେ ସୁଧାରିବାରେ ସକ୍ଷମ ହୋଇପାରି ନ ଥିଲା। ମ୍ୟାଚରେ ଉଭୟ ଦଳ ଏକାଧିକ ସୁଯୋଗ ହାସଲ କରିଥିଲେ ମଧ୍ୟ ପରେ ଗୋଲ ଦେଇପାରି ନ ଥିଲେ।
ଏଥିସହିତ ମୁମ୍ବାଇ ଏପର୍ଯ୍ୟନ୍ତ ୮ଟି ମ୍ୟାଚ ଖେଳି ୬ ବିଜୟ, ଗୋଟିଏ ଲେଖାଏ ଡ୍ର ଓ ପରାଜୟ ସହ ୧୯ ପଏଣ୍ଟ ହାସଲ କରି ତାଲିକାରେ ତା’ର ଶୀର୍ଷ ସ୍ଥାନକୁ ଆହୁରି ମଜଭୁତ କରିଛି। ଅନ୍ୟପଟେ କେରଳ ୮ଟି ମ୍ୟାଚ ଖେଳି ଗୋଟିଏ ବିଜୟ, ୩ ଡ୍ର ଓ ୪ ପରାଜୟ ସହ ୬ ପଏଣ୍ଟ ହାସଲ କରି ତାଲିକାର ନବମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri