Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇର କ୍ରମାଗତ ଚତୁର୍ଥ ବିଜୟ

ବାମ୍ବୋଲିମ,୧୦।୧୨(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ମୁମ୍ବାଇ ସିଟି ଏଫ୍‌ସି ତା’ର ପତିଆରା ଜାରି ରଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୧ ଗୋଲରେ ଚେନ୍ନାଇନ ଏଫ୍‌ସିକୁ ପରାସ୍ତ କରିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚରେ ନିଜର ଦକ୍ଷତା ଅନୁରୂପ ଖେଳି ମୁମ୍ବାଇ ଟୁର୍ନାମେଣ୍ଟରେ କ୍ରମାଗତ ଚତୁର୍ଥ ବିଜୟ ହାସଲ କରିଛି। ଏହି ବିଜୟ ସହ ମୁମ୍ବାଇ ପଏଣ୍ଟ ତାଲିକାରେ ତା’ର ଶୀର୍ଷସ୍ଥାନକୁ ଆହୁରି ଦୃଢ଼ କରିଛି। ଏପର୍ଯ୍ୟନ୍ତ ମୁମ୍ବାଇ ୫ଟି ମ୍ୟାଚ ଖେଳି ୪ଟି ବିଜୟ ଓ ଗୋଟିଏ ପରାଜୟ ସହ ୧୨ ପଏଣ୍ଟ ହାସଲ କରି ତାଲିକାର ୧ ନମ୍ବର ସ୍ଥାନରେ ରହିଛି। ଅନ୍ୟପଟେ ଚେନ୍ନାଇନ ୪ଟି ମ୍ୟାଚ ଖେଳି ଗୋଟିଏ ବିଜୟ, ଗୋଟିଏ ଡ୍ର ଓ ଦୁଇଟି ପରାଜୟ ସହ ୪ ପଏଣ୍ଟ ପାଇ ତାଲିକାର ଅଷ୍ଟମ ସ୍ଥାନରେ ରହିଛି।
ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଚେନ୍ନାଇନ ପ୍ରଥମାର୍ଦ୍ଧରେ ଗୋଲ ଦେଇ ପ୍ରଥମେ ଅଗ୍ରଣୀ ହାସଲ କରିଥିଲା। ୪୦ତମ ମିନିଟ୍‌ରେ ସ୍ଲୋଭାକିଆ ଫୁଟବଲର ଜାକୁବ୍‌ ସିଲଭରଷ୍ଟର ମୁମ୍ବାଇର ୪ଜଣ ଡିଫେଣ୍ଡରଙ୍କୁ ଚକ୍‌ମା ଦେଇ ସିଧାସଳଖ ନେଟ୍‌କୁ ମାରି ଗୋଲ ଦେଇ ଦଳକୁ ୧-୦ରେ ଅଗ୍ରଣୀ କରାଇଥିଲେ। ଏହାର ଠିକ୍‌ ୯ ମିନିଟ୍‌ ପରେ ସ୍ପେନ୍‌ ସେଣ୍ଟ୍ରାଲ ମିଡ୍‌ଫିଲ୍ଡର ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସମାନ ସ୍ଥିତିକୁ ଆଣିଥିଲେ। ଏହାପରେ ମୁମ୍ବାଇ ତରଫରୁ ଇଂଲଣ୍ଡ ଷ୍ଟ୍ରାଇକର ଆଡାମ ଲେ ଫୋଣ୍ଡ୍ରେ ୭୫ତମ ମିନିଟ୍‌ରେ ଟୁର୍ନାମେଣ୍ଟରେ ପ୍ରଥମଥର ପାଇଁ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ଏହାପରେ ଚେନ୍ନାଇନ ଗୋଲ ପରିଶୋଧ କରିବାକୁ ପ୍ରୟାସ କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲା। ଶେଷରେ ମୁମ୍ବାଇ ବାଜି ମାରିଥିଲା। ଇଞ୍ଜୁରି ଟାଇମ ବାବଦରେ ୬ ମିନିଟ୍‌ ଖେଳ ହୋଇଥିଲା।
ସାରା ମ୍ୟାଚରେ ମୁମ୍ବାଇ ପ୍ରଭାବ ବିସ୍ତାର କରି ଖେଳିଥିଲା। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ମୁମ୍ବାଇ ଆଗରେ ରହିଥିଲା। ଯଦିଓ ମୁମ୍ବାଇ ଖେଳାଳିମାନେ ଅପେକ୍ଷାକୃତ ଅଧିକ ଫାଉଲ ମାରିଥିଲେ। ୟେଲୋ କାର୍ଡରେ ମଧ୍ୟ ମୁମ୍ବାଇ ଆଗୁଆ ଥିଲା। ମୁମ୍ବାଇ ଏବେ ତା’ର ପରବର୍ତ୍ତୀ ମ୍ୟାଚରେ ସୋମବାର ୧୪ ତାରିଖରେ ଜାମ୍‌ଶେଦପୁର ଏଫ୍‌ସିକୁ ଭେଟିବ। ସେହିପରି ଚେନ୍ନାଇନ ତା’ର ପରବର୍ତ୍ତୀ ମ୍ୟାଚରେ ରବିବାର ୧୩ ତାରିଖରେ ନର୍ଥଇଷ୍ଟ ୟୁନାଟେଡକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri