Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇକୁ ହରାଇଲା ନର୍ଥଇଷ୍ଟ

ବାମ୍ବୋଲିମ୍‌, ୩୧।୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ୨-୧ ଗୋଲରେ ଟେବୁଲ ଟପ୍ପର ମୁମ୍ବାଇ ସିଟି ଏଫ୍‌ସିକୁ ପରାସ୍ତ କରିଛି। ଏଥିସହିତ ନର୍ଥଇଷ୍ଟ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ଅନ୍ୟପଟେ ମୁମ୍ବାଇର କ୍ରମାଗତ ୧୨ଟି ମ୍ୟାଚ୍‌ର ଅପରାଜେୟ ଧାରାରେ ବ୍ରେକ୍‌ ଲାଗିଛି।
ସ୍ଥାନୀୟ ଷ୍ଟାଡିୟମରେ ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ମାତ୍ର ୩ ମିନିଟ୍‌ ମଧ୍ୟରେ ନର୍ଥଇଷ୍ଟର ଡେଶୋର୍ନ ବ୍ରାଉନ୍‌ ୨ଟି ଗୋଲ ସ୍କୋର କରି ପ୍ରଥାମାର୍ଦ୍ଧରେ ଦଳକୁ ୨-୦ରେ ଅଗ୍ରଣୀ କରାଇଥିଲେ। ବ୍ରାଉନ ଷଷ୍ଠ ଓ ଦଶମ ମିନିଟ୍‌ରେ ଦୁଇଟି ଗୋଲ ଦେଇଥିଲେ। ତେବେ ଦ୍ୱିତୀୟାର୍ଦ୍ଧରେ ମୁମ୍ବାଇର ଆଡାମ ଲେ ଫୋଣ୍ଡ୍ରେ ୮୫ତମ ମିନିଟ୍‌ରେ ଗୋଲ ଦେଇ ଦଳକୁ ମ୍ୟାଚ୍‌କୁ ଫେରାଇଥିଲେ। ଇଞ୍ଜୁରି ଟାଇମ ବାବଦରେ ୬ ମିନିଟ୍‌ ଖେଳ ହୋଇଥିଲେ ମଧ୍ୟ ଗୋଲ ସମ୍ଭବ ହୋଇ ନ ଥିଲା। ଫଳରେ ନର୍ଥଇଷ୍ଟ ବାଜି ମାରିଥିଲା। ମ୍ୟାଚ୍‌ରେ କିନ୍ତୁ ମୁମ୍ବାଇ ଅପେକ୍ଷାକୃତ ଭଲ ଖେଳି ପ୍ରଭାବ ବିସ୍ତାର କରିଥିଲା। ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ନର୍ଥ ଇଷ୍ଟଠାରୁ ମୁମ୍ବାଇ ଯଥେଷ୍ଟ ଆଗରେ ରହିଥିଲା। ଏହି ବିଜୟ ସହ ନର୍ଥଇଷ୍ଟ ୧୪ଟି ମ୍ୟାଚ୍‌ ଖେଳି ୫ ବିଜୟ, ୬ ଡ୍ର ଓ ୩ ପରାଜୟ ସହ ୨୧ ପଏଣ୍ଟ ପାଇ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। ଅନ୍ୟପଟେ ପରାସ୍ତ ହୋଇଥିଲେ ମଧ୍ୟ ମୁମ୍ବାଇ ୧୪ଟି ମ୍ୟାଚ୍‌ ଖେଳି ୯ ବିଜୟ, ୩ ଡ୍ର ଓ ୨ ପରାଜୟ ସହ ୩୦ ପଏଣ୍ଟ ପାଇ ଶୀର୍ଷରେ ରହିଛି। ମୁମ୍ବାଇ ତା’ର ପରବର୍ତ୍ତୀ ମ୍ୟାଚ୍‌ ୩ ତାରିଖ ବୁଧବାର କେରଳ ବ୍ଲାଷ୍ଟର୍ସକୁ ଭେଟିବ। ଅନ୍ୟପଟେ ନର୍ଥଇଷ୍ଟ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ୪ ତାରିଖ ବୁଧବାର ଗୋଆକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନ, କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା…

ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା…

ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ

କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri