Posted inଖେଳ

ଇଣ୍ଡିଆନ ସୁପରଲିଗ୍‌: ଓଡ଼ିଶା ଏଫ୍‌ସି ବନାମ ଚେନ୍ନାଇନ୍‌ ସୁଯୋଗ ହାତଛଡ଼ା, ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୧୧।୧- ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ରେ ରବିବାର ଅନୁଷ୍ଠିତ ଓଡ଼ିଶା ଏଫ୍‌ସି-ଚେନ୍ନାଇନ୍‌ ମ୍ୟାଚ ଗୋଲ ଶୂନ୍ୟ ଡ୍ର ରହିଛି। ଉଭୟ ଦଳ ଏକାଧିକ ସୁଯୋଗ ହାତଛଡ଼ା କରିବାରୁ ପଏଣ୍ଟ ଭାଗ କରିବାକୁ ବାଧ୍ୟ ହୋଇଛନ୍ତି। ୧୦ ମ୍ୟାଚରୁ ୧ ବିଜୟ, ୬ ପରାଜୟ ଓ ୩ ଡ୍ର ସହ ଭୁବନେଶ୍ୱର ଭିତ୍ତିକ ଓଡ଼ିଶା ଏଫ୍‌ସି ପଏଣ୍ଟ ଟେବୁଲର ୧୦ମ ସ୍ଥାନକୁ ଉନ୍ନୀତ ହୋଇଛି। ଦଳର ପଏଣ୍ଟ ସଂଖ୍ୟା ୬ରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ ସମାନ ସଂଖ୍ୟକ ପଏଣ୍ଟ ପାଇଥିବା କେରଳ ବ୍ଲାଷ୍ଟର୍ସ ଗୋଲ ବ୍ୟବଧାନରେ ୧୧ତମ ସ୍ଥାନକୁ ଖସିଛି। ଚେନ୍ନାଇନ୍‌ ୧୦ ମ୍ୟାଚରୁ ୨ ବିଜୟ, ୫ ଡ୍ର ଓ ୩ ପରାଜୟ ସହ ୧୧ ପଏଣ୍ଟ ପାଇ ୮ମ ସ୍ଥାନରେ ଅପରିବର୍ତ୍ତିତ ରହିଛି। ଓଡ଼ିଶା ଏଫ୍‌ସି ମାତ୍ର ୩ଟି ଏବଂ ଚେନ୍ନାଇନ୍‌ ୨ଟି ଶଟ୍‌ ଟାର୍ଗେଟ କରି ପାରିଥିଲେ। ପାଖାପାଖି ଡଜନେ ଥର ଉଭୟ ଦଳ ଗୋଲ ଦେବାର ସୁଯୋଗ ସୃଷ୍ଟି କରିଥିଲେ ହେଁ ଉପଯୁକ୍ତ ଫିନିଶିଂ ହୋଇପାରି ନ ଥିଲା। ଶେଷ ୧୦ ମିନିଟରେ ଚେନ୍ନାଇନ୍‌ ଆକ୍ରମଣକୁ ଜୋରଦାର କରି ବିଜୟୀ ହେବାକୁ ଉଦ୍ୟମ କରିଥିଲେ ହେଁ ଓଡ଼ିଶା ଡିଫେନ୍ସ ବିଭାଗ ଦୃଢ଼ତାର ସହ ତାହାକୁ ଖଣ୍ଡନ କରିଥିଲା। ଅନ୍ୟଏକ ମ୍ୟାଚରେ କେରଳ ବ୍ଲାଷ୍ଟର୍ସ ୩-୨ ଗୋଲରେ ଜାମସେଦପୁର ଏଫ୍‌ସିକୁ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri