Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌ : ଓଡ଼ିଶା ପୁଣି ହାରିଲା

ବାମ୍ବୋଲିମ୍‌,୭।୨: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ଏଫ୍‌ସି ପୁଣି ପରାସ୍ତ ହୋଇଛି। ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଖେଳାଯାଇଥିବା ଏହି କର ବା ମର ମ୍ୟାଚ୍‌ରେ ଓଡ଼ିଶା ଏଟିକେ ମୋହନ ବାଗାନଠାରୁ ୪-୧ ଗୋଲରେ ଲଜ୍ଜାଜନକ ଭାବେ ପରାସ୍ତ ହୋଇଛି। ଏଥିସହିତ ଓଡ଼ିଶା ୧୫ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ୫ ଡ୍ର ଓ ୯ ପରାଜୟ ସହ ମାତ୍ର ୮ ପଏଣ୍ଟ ହାସଲ କରି ତାଲିକାର ସର୍ବନିମ୍ନ ୧୧ତମ ସ୍ଥାନରେ ରହିଛି। ଅପରପକ୍ଷରେ ଏହି ଦମ୍‌ଦାର ବିଜୟ ସହ ମୋହନ ବାଗାନ ୧୫ ମ୍ୟାଚ୍‌ ଖେଳି ୯ ବିଜୟ, ୩ ଲେଖାଏ ଡ୍ର ଓ ପରାଜୟ ସହ ୩୦ ପଏଣ୍ଟ ହାସଲ କରି ତାଲିକାରେ ମୁମ୍ବାଇ ସିଟି ଏଫ୍‌ସି ତଳକୁ ରହି ଦ୍ୱିତୀୟ ସ୍ଥାନରେ ରହିଛି।
ମୋହନ ବାଗାନ ସମ୍ପୂର୍ଣ୍ଣ ଭାବେ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ଦଳ ତରଫରୁ ମନବୀର ସିଂ ୧୧ ଓ ୫୪ତମ ମିନିଟରେ ଦୁଇଟି ଗୋଲ ସ୍କୋର କରିଥିଲେ। ସେହିପରି ରଏ କ୍ରିଷ୍ଣା ୮୩ତମ ମିନିଟ୍‌ରେ ପେନାଲ୍ଟି ଜରିଆରେ ଗୋଲ ଦେବା ଫଳରେ ୮୬ ତମ ମିନିଟରେ ଏକ ଫିଲ୍ଡ ଗୋଲ ଜରିଆରେ ଦଳକୁ ବୃହତ୍‌ ବିଜୟ ପ୍ରଦାନ କରିଥିଲେ। ଅନ୍ୟପଟେ ଓଡ଼ିଶା ତରଫରୁ କୋଲ ଆଲେକଜାଣ୍ଡର ପ୍ରଥମାର୍ଦ୍ଧର ଇଞ୍ଜୁରି ଟାଇମ୍‌ରେ ଏକମାତ୍ର ଗୋଲ ଦେଇଥିଲେ। ମ୍ୟାଚ୍‌ରେ କିନ୍ତୁ ବଲ୍‌ ପଜେଶନ, ପାସ୍‌ ଓ ପାସ୍‌ ଆକ୍ୟୁରେସିରେ ଓଡ଼ିଶା ଆଗରେ ରହିଥିଲା। ଏହି ପରାଜୟ ସହ ଓଡ଼ିଶାର ନକ୍‌ଆଉଟ ଆଶା କ୍ଷୀଣ ହୋଇଛି। ଓଡ଼ିଶା ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ୧୧ ତାରିଖ ଗୁରୁବାର କେରଳ ବ୍ଲାଷ୍ଟର୍ସକୁ ଭେଟିବ। ସେହିପରି ମୋହନ ବାଗାନ ୯ ତାରିଖ ମଙ୍ଗଳବାର ବେଙ୍ଗାଲୁରୁକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri