Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା- ନର୍ଥଇଷ୍ଟ ମ୍ୟାଚ୍‌ ଡ୍ର

ବାମ୍ବୋଲିମ୍‌,୨୩।୧୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ମଙ୍ଗଳବାର ଓଡ଼ିଶା ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୨-୨ ଗୋଲରେ ଅମୀମାଂସିତ ରହିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚରେ ବ୍ରାଜିଲ ଷ୍ଟ୍ରାଇକର ଡିଏଗୋ ମୋଉରିସିଓ ୨୨ତମ ମିନିଟ୍‌ରେ ଗୋଲ ଦେଇ ଓଡ଼ିଶାକୁ ଅଗ୍ରଣୀ କରାଇଥିଲେ। ନର୍ଥଇଷ୍ଟ ତରଫରୁ ବେଞ୍ଜାମିନ୍‌ ଲାମ୍ବୋଟ୍‌ ପ୍ରଥମାର୍ଦ୍ଧ ଇଞ୍ଜୁରି ଟାଇମ୍‌ର ଦ୍ୱିତୀୟ ମିନିଟ୍‌ରେ ଗୋଲ ଦେଇ ମ୍ୟାଚକୁ ୧-୧ ସମାନ ସ୍ତରକୁ ଆଣିଥିଲେ। ଏହାପରେ କ୍ୱେଶି ଆପିଆ ପେନାଲ୍ଟି ଜରିଆରେ ୬୫ତମ ମିନିଟ୍‌ରେ ଗୋଲ ଦେଇ ନର୍ଥଇଷ୍ଟକୁ ଅଗ୍ରଣୀ କରାଇଥିଲେ। ତେବେ ଏହାର ଠିକ୍‌ ଦୁଇ ମିନିଟ୍‌ ପରେ ଓଡ଼ିଶାର ଦକ୍ଷିଣ ଆଫ୍ରିକା ଷ୍ଟାଇକର କୋଲ ଆଲେକଜାଣ୍ଡର ଗୋଲ ଦେଇ ମ୍ୟାଚକୁ ୨-୨ ଗୋଲ ସମାନସ୍ତରକୁ ଆଣିଥିଲେ। ଶେଷରେ ଇଞ୍ଜୁରି ଟାଇମ ବାବଦରେ ୬ ମିନିଟ୍‌ ଖେଳ ହୋଇଥିଲା। ଉଭୟ ଦଳ କେତୋଟି ସୁଯୋଗ ପାଇଥିଲେ ମଧ୍ୟ ଗୋଲ ଦେଇପାରି ନ ଥିଲେ। ଫଳରେ ଶେଷରେ ମ୍ୟାଚ ଅମୀମାଂସିତ ରହିଥିଲା। ଏଥିସହ ଓଡ଼ିଶା ୭ଟି ମ୍ୟାଚ ଖେଳି ୨ ଡ୍ରି ଓ ୫ ପରାଜୟ ସହ ୨ ପଏଣ୍ଟ ପାଇ ତାଲିକାର ଦଶମ ସ୍ଥାନରେ ରହିଛି। ସେହିପରି ନର୍ଥଇଷ୍ଟ ୮ଟି ମ୍ୟାଚ ଖେଳି ୨ ବିଜୟ, ୫ ଡ୍ର ଓ ଗୋଟିଏ ପରାଜୟ ସହ ୧୧ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ଆଲେକଜାଣ୍ଡର ହିରୋ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri