Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା- ନର୍ଥଇଷ୍ଟ ମ୍ୟାଚ୍‌ ଡ୍ର

ବାମ୍ବୋଲିମ୍‌,୨୩।୧୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ମଙ୍ଗଳବାର ଓଡ଼ିଶା ଏଫ୍‌ସି ଓ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସି ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୨-୨ ଗୋଲରେ ଅମୀମାଂସିତ ରହିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚରେ ବ୍ରାଜିଲ ଷ୍ଟ୍ରାଇକର ଡିଏଗୋ ମୋଉରିସିଓ ୨୨ତମ ମିନିଟ୍‌ରେ ଗୋଲ ଦେଇ ଓଡ଼ିଶାକୁ ଅଗ୍ରଣୀ କରାଇଥିଲେ। ନର୍ଥଇଷ୍ଟ ତରଫରୁ ବେଞ୍ଜାମିନ୍‌ ଲାମ୍ବୋଟ୍‌ ପ୍ରଥମାର୍ଦ୍ଧ ଇଞ୍ଜୁରି ଟାଇମ୍‌ର ଦ୍ୱିତୀୟ ମିନିଟ୍‌ରେ ଗୋଲ ଦେଇ ମ୍ୟାଚକୁ ୧-୧ ସମାନ ସ୍ତରକୁ ଆଣିଥିଲେ। ଏହାପରେ କ୍ୱେଶି ଆପିଆ ପେନାଲ୍ଟି ଜରିଆରେ ୬୫ତମ ମିନିଟ୍‌ରେ ଗୋଲ ଦେଇ ନର୍ଥଇଷ୍ଟକୁ ଅଗ୍ରଣୀ କରାଇଥିଲେ। ତେବେ ଏହାର ଠିକ୍‌ ଦୁଇ ମିନିଟ୍‌ ପରେ ଓଡ଼ିଶାର ଦକ୍ଷିଣ ଆଫ୍ରିକା ଷ୍ଟାଇକର କୋଲ ଆଲେକଜାଣ୍ଡର ଗୋଲ ଦେଇ ମ୍ୟାଚକୁ ୨-୨ ଗୋଲ ସମାନସ୍ତରକୁ ଆଣିଥିଲେ। ଶେଷରେ ଇଞ୍ଜୁରି ଟାଇମ ବାବଦରେ ୬ ମିନିଟ୍‌ ଖେଳ ହୋଇଥିଲା। ଉଭୟ ଦଳ କେତୋଟି ସୁଯୋଗ ପାଇଥିଲେ ମଧ୍ୟ ଗୋଲ ଦେଇପାରି ନ ଥିଲେ। ଫଳରେ ଶେଷରେ ମ୍ୟାଚ ଅମୀମାଂସିତ ରହିଥିଲା। ଏଥିସହ ଓଡ଼ିଶା ୭ଟି ମ୍ୟାଚ ଖେଳି ୨ ଡ୍ରି ଓ ୫ ପରାଜୟ ସହ ୨ ପଏଣ୍ଟ ପାଇ ତାଲିକାର ଦଶମ ସ୍ଥାନରେ ରହିଛି। ସେହିପରି ନର୍ଥଇଷ୍ଟ ୮ଟି ମ୍ୟାଚ ଖେଳି ୨ ବିଜୟ, ୫ ଡ୍ର ଓ ଗୋଟିଏ ପରାଜୟ ସହ ୧୧ ପଏଣ୍ଟ ପାଇ ଚତୁର୍ଥ ସ୍ଥାନରେ ରହିଛି। ଆଲେକଜାଣ୍ଡର ହିରୋ ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

୧୬ ବର୍ଷ ପ୍ରତୀକ୍ଷାର ଅନ୍ତ: ଏସିଆନ୍ ଗେମ୍ସରେ ହିମାଚଳର ଝିଅ ସୀମା ରଚିଲେ ଇତିହାସ, ଭାରତ ପାଇଁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ,୨୪।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ଆଥଲେଟ୍ ସୀମା କୁମାରୀ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। ମହିଳା ୧୦,୦୦୦ ମିଟର ରେସ୍ ଇଭେଣ୍ଟରେ ସୀମା ୩୨:୪୧.୫୪…

ପ୍ରତି ମ୍ୟାଚ ପିଛା ୪.୮ କୋଟି ଟଙ୍କା… ଟିମ ଇଣ୍ଡିଆ ପାଇଁ ବଡ଼ ଲାଭ; ବିସିସିଆଇ (BCCI) ପାଇଲା…

ନୂଆଦିଲ୍ଲୀ,୨୪।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ ପୂର୍ବରୁ ଟିମ ଇଣ୍ଡିଆର ‘ଟାଇଟଲ ସ୍ପନ୍ସର’ (ମୁଖ୍ୟ ପ୍ରାୟୋଜକ) ସମ୍ବନ୍ଧୀୟ ତଥ୍ୟ ସାମ୍ନାକୁ ଆସିଛି। ବିଭିନ୍ନ ସୂତ୍ରରୁ ମିଳିଥିବା ଖବର…

ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI

ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?