Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଓଡ଼ିଶା

ବାମ୍ବୋଲିମ(ଗୋଆ),୬।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଦୁଇଟି ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି ଓ ମୁମ୍ବାଇ ସିଟି ମୁହଁାମୁହିଁ ହେବେ। ସେହିପରି ଦ୍ୱିତୀୟ ମୁକାବିଲାରେ ଗୋଆ ଓ କେରଳ ବ୍ଲାଷ୍ଟର୍ସ ପରସ୍ପରକୁ ଭେଟିବେ।
ମୁମ୍ବାଇ ତା’ର ପ୍ରଥମ ମ୍ୟାଚ୍‌ରେ ଏଫ୍‌ସି ଗୋଆକୁ ୧-୦ ଗୋଲରେ ଓ ପରେ ଦ୍ୱିତୀୟ ମ୍ୟାଚ୍‌ରେ ଏସ୍‌ସି ଇଷ୍ଟବେଙ୍ଗଲକୁ ୩-୦ ଗୋଲରେ ହରାଇଥିଲା। ମୁମ୍ବାଇ ଏପର୍ଯ୍ୟନ୍ତ ୩ଟି ମ୍ୟାଚ୍‌ ଖେଳି ୨ଟି ବିଜୟ ଓ ଗୋଟିଏ ପରାଜୟ ସହ ୬ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ମୁମ୍ବାଇ ବେଶ୍‌ ଶକ୍ତିଶାଳୀ ମନେ ହେଉଛି। ଦଳର ଡିଫେନ୍ସ ଓ ଆଟାକ ବେଶ୍‌ ଉଚ୍ଚକୋଟୀର ରହିଛି।
ଅପରପକ୍ଷରେ ଟୁର୍ନାମେଣ୍ଟରେ ଓଡ଼ିଶା ଏପର୍ଯ୍ୟନ୍ତ ଗୋଟିଏ ହେଲେ ବି ବିଜୟ ହାସଲ କରିପାରିନାହିଁ। ଓଡ଼ିଶା ଏପର୍ଯ୍ୟନ୍ତ ୩ଟି ମ୍ୟାଚ ଖେଳି ଗୋଟିଏ ଡ୍ର ଓ ଦୁଇଟି ପରାଜୟ ସହ ୧ ପଏଣ୍ଟ ପାଇ ତାଲିକାର ୧୦ମ ସ୍ଥାନରେ ରହିଛି। ଦଳ ଏହି ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବ ବୋଲି ଓଡ଼ିଶା କୋଚ୍‌ ଷ୍ଟୁଆର୍ଟ ବକ୍ସଟର କହିଛନ୍ତି। ଗତ ସେସନରେ ଓଡ଼ିଶା ମୁମ୍ବାଇକୁ ଦୁଇଟି ମ୍ୟାଚ୍‌ରେ ପରାସ୍ତ କରିଥିଲା। ମୁମ୍ବାଇ ବିପକ୍ଷରେ ଓଡ଼ିଶାର ଭଲ ରେକର୍ଡ ରହିଛି। ଓଡ଼ିଶା ଦୁଇଟି ମ୍ୟାଚ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ସ୍କୋର କରିବାର ସୁଯୋଗ ଅଧିକ ହାସଲ କରିଥିଲା ଓ ଏହି ଦଳ ବେଶ୍‌ ସନ୍ତୁଳିତ। କିନ୍ତୁ କାଗଜ କଲମରେ ମୁମ୍ବାଇ ଦୁଇପାଦ ଆଗରେ ରହିଛି। ଓଡ଼ିଶା ସମସ୍ତଙ୍କୁ ଚକିତ କରିବା ସହ ବିପର୍ଯ୍ୟୟ ଘଟାଇବାର କ୍ଷମତା ରଖୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri