Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଓଡ଼ିଶା

ବାମ୍ବୋଲିମ(ଗୋଆ),୬।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଦୁଇଟି ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି ଓ ମୁମ୍ବାଇ ସିଟି ମୁହଁାମୁହିଁ ହେବେ। ସେହିପରି ଦ୍ୱିତୀୟ ମୁକାବିଲାରେ ଗୋଆ ଓ କେରଳ ବ୍ଲାଷ୍ଟର୍ସ ପରସ୍ପରକୁ ଭେଟିବେ।
ମୁମ୍ବାଇ ତା’ର ପ୍ରଥମ ମ୍ୟାଚ୍‌ରେ ଏଫ୍‌ସି ଗୋଆକୁ ୧-୦ ଗୋଲରେ ଓ ପରେ ଦ୍ୱିତୀୟ ମ୍ୟାଚ୍‌ରେ ଏସ୍‌ସି ଇଷ୍ଟବେଙ୍ଗଲକୁ ୩-୦ ଗୋଲରେ ହରାଇଥିଲା। ମୁମ୍ବାଇ ଏପର୍ଯ୍ୟନ୍ତ ୩ଟି ମ୍ୟାଚ୍‌ ଖେଳି ୨ଟି ବିଜୟ ଓ ଗୋଟିଏ ପରାଜୟ ସହ ୬ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ମୁମ୍ବାଇ ବେଶ୍‌ ଶକ୍ତିଶାଳୀ ମନେ ହେଉଛି। ଦଳର ଡିଫେନ୍ସ ଓ ଆଟାକ ବେଶ୍‌ ଉଚ୍ଚକୋଟୀର ରହିଛି।
ଅପରପକ୍ଷରେ ଟୁର୍ନାମେଣ୍ଟରେ ଓଡ଼ିଶା ଏପର୍ଯ୍ୟନ୍ତ ଗୋଟିଏ ହେଲେ ବି ବିଜୟ ହାସଲ କରିପାରିନାହିଁ। ଓଡ଼ିଶା ଏପର୍ଯ୍ୟନ୍ତ ୩ଟି ମ୍ୟାଚ ଖେଳି ଗୋଟିଏ ଡ୍ର ଓ ଦୁଇଟି ପରାଜୟ ସହ ୧ ପଏଣ୍ଟ ପାଇ ତାଲିକାର ୧୦ମ ସ୍ଥାନରେ ରହିଛି। ଦଳ ଏହି ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବ ବୋଲି ଓଡ଼ିଶା କୋଚ୍‌ ଷ୍ଟୁଆର୍ଟ ବକ୍ସଟର କହିଛନ୍ତି। ଗତ ସେସନରେ ଓଡ଼ିଶା ମୁମ୍ବାଇକୁ ଦୁଇଟି ମ୍ୟାଚ୍‌ରେ ପରାସ୍ତ କରିଥିଲା। ମୁମ୍ବାଇ ବିପକ୍ଷରେ ଓଡ଼ିଶାର ଭଲ ରେକର୍ଡ ରହିଛି। ଓଡ଼ିଶା ଦୁଇଟି ମ୍ୟାଚ୍‌ରେ ପରାସ୍ତ ହୋଇଥିଲେ ମଧ୍ୟ ସ୍କୋର କରିବାର ସୁଯୋଗ ଅଧିକ ହାସଲ କରିଥିଲା ଓ ଏହି ଦଳ ବେଶ୍‌ ସନ୍ତୁଳିତ। କିନ୍ତୁ କାଗଜ କଲମରେ ମୁମ୍ବାଇ ଦୁଇପାଦ ଆଗରେ ରହିଛି। ଓଡ଼ିଶା ସମସ୍ତଙ୍କୁ ଚକିତ କରିବା ସହ ବିପର୍ଯ୍ୟୟ ଘଟାଇବାର କ୍ଷମତା ରଖୁଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri