Posted inଖେଳ

ଇଣ୍ଡିଆନ ସୁପର ଲିଗ୍‌: ମୌରିସିଓଙ୍କ ଗୋଲରେ ଓଏଫ୍‌ସି ବିଜୟୀ

ଭୁବନେଶ୍ୱର, ୪।୧୧(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମର ଘରୋଇ ପରିବେଶରେ ଆଉ ଏକ ବିଜୟ ସ୍ବାଦ ଚାଖିଛି ଓଡ଼ିଶା ଏଫ୍‌ସି। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଶୁକ୍ରବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଓଏଫ୍‌ସି ୧-୦ ଗୋଲରେ ନର୍ଥଇଷ୍ଟ ୟୁନାଇଟେଡକୁ ପରାସ୍ତ କରିଛି। ମ୍ୟାଚର ୩୭ତମ ମିନିଟରେ ଡିଏଗୋ ମୌରିସିଓ ସ୍କୋର କରିଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ଦ୍ୱିତୀୟାର୍ଦ୍ଧରେ ଉଭୟ ଦଳ ଆକ୍ରମଣାତ୍ମକ ରଣନୀତିରେ ଖେଳିଥିଲେ ମଧ୍ୟ ଗୋଲ ହୋଇ ନ ଥିଲା। ଚଳିତ ଲିଗ୍‌ରେ ଓଡ଼ିଶା ଏଫ୍‌ସିର ଏହା କ୍ରମାଗତ ଦ୍ୱିତୀୟ ଓ ଓଭରଅଲ୍‌ ତୃତୀୟ ବିଜୟ। ଦଳ ଏହାର ପୂର୍ବ ମ୍ୟାଚରେ ଅକ୍ଟୋବର ୩୧ରେ ବେଙ୍ଗାଲୁରୁ ଏଫ୍‌ସିକୁ ୩-୨ ଗୋଲରେ ପରାସ୍ତ କରିଥିଲା। ୬ ମ୍ୟାଚରୁ ୩ ବିଜୟ, ୨ ପରାଜୟ ଓ ୧ ଡ୍ର ସହ ଓଏଫ୍‌ସି ୧୦ ପଏଣ୍ଟ ସହ ଟେବୁଲର ୪ର୍ଥ ସ୍ଥାନରେ ରହିଛି। କେରଳ ବ୍ଲାଷ୍ଟର୍ସ ଓ ଏଫ୍‌ସି ଗୋଆ ନିକଟରୁ କ୍ରମାଗତ ପରାଜୟ ପରେ ଦଳ ସଫଳ ପ୍ରତ୍ୟାବର୍ତ୍ତନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?