Posted inଖେଳ

ଏସିଆନ ସର୍ଫିଙ୍ଗ ଚାମ୍ପିୟନଶିପ୍‌: ଫାଇନାଲରେ ଭାରତର ରମେଶ ବୁଦ୍ଧିଆଲ୍‌

ଚେନ୍ନାଇ,୯ା୮: ରମେଶ ବୁଦ୍ଧିଆଲ ପ୍ରଥମ ଭାରତୀୟ ଭାବେ ଚେନ୍ନାଇରେ ଚାଲିଥିବା ଏସିଆନ ସର୍ଫିଙ୍ଗ ଚାମ୍ପିୟନଶିପ୍‌ର ଓପନ୍‌ ପୁରୁଷ ବିଭାଗରେ ଫାଇନାଲକୁ ଉନ୍ନୀତ ହୋଇଛନ୍ତି।

ଶନିବାର ରମେଶ ପ୍ରଥମେ କ୍ୱାର୍ଟରଫାଇନାଲ ହିଟ୍‌ରେ ଫିଲିପାଇନ୍ସର ନିଲ୍‌ ସାଞ୍ଚେସ (୧୨.୮୦ ପଏଣ୍ଟ)ଙ୍କୁ ପଛରେ ପକାଇ ୧୪.୮୪ ପଏଣ୍ଟ ସ୍କୋର ସହ ହିଟ୍‌ରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ସେମିଫାଇନାଲରେ ମଧ୍ୟ ରମେଶଙ୍କ ପ୍ରଦର୍ଶନ ଭଲ ରହିଥିଲା। ସେ ୧୧.୪୩ ପଏଣ୍ଟ ସ୍କୋର କରିବା ସହ ଇଣ୍ଡୋନେସିଆର ପାଜାର ଆରିୟାନା (୧୩.୮୩)ଙ୍କ ପଛରେ ଦ୍ୱିତୀୟ ହୋଇଥିଲେ। ଭାରତର କିଶୋର କୁମାର ମଧ୍ୟ ସେମିଫାଇନାଲରେ ପ୍ରବେଶ କରିଥିଲେ। କିନ୍ତୁ ସେ ନିଜ ଦେଶର ରମେଶ, ଆରିୟାନା ଓ ଚାଇନାର ଶିଡଙ୍ଗ ଉ (୯.୧୦) ୮.୦୩ ପଏଣ୍ଟ ସହ ଚତୁର୍ଥ ସ୍ଥାନରେ ରହିଥିଲେ।

ତୃତୀୟ ଭାରତୀୟ ସର୍ଫର ଡି. ଶ୍ରୀକାନ୍ତ ମଧ୍ୟ ଲଢୁଆ ପ୍ରଦର୍ଶନ କରିଥିଲେ। ମାତ୍ର ସେ କୋରିଆର କାନାଓ ହିଜାଏ (୧୦.୯୪ ପଏଣ୍ଟ)ଙ୍କୁ କଡ଼ା ଟକ୍କର ଦେଇଥିଲେ। ମାତ୍ର ୧୦.୯୦ ସ୍କୋର ସହ ସେ ହିଟ୍‌ରୁ ବିଦାୟ ନେଇଥିଲେ। ୧୮ବର୍ଷରୁ କମ୍‌ ବିଭାଗରେ ହରିଶ ପି. ଓ ଆଦ୍ୟ ସିଂଙ୍କ ପ୍ରସ୍ଥାନ ପରେ ଭାରତୀୟ ଅଭିଯାନ ଶେଷ ହୋଇଥିଲା। ବାଳିକା ବିଭାଗରେ ଦମୟନ୍ତୀ ଶ୍ରୀରାମ କ୍ୱାର୍ଟରଫାଇନାଲରୁ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri