Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲରେ ରେଟ୍ରୋ ଲୁକ୍‌ରେ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩୦।୫: ବିଗତ ଦିନର ଜର୍ସି ପ୍ରତି ଟିମ୍‌ ଇଣ୍ଡିଆର ଉତ୍ସାହ ବଢିବାରେ ଲାଗିଛି। ଦିନିକିଆ ଓ ଟି୨୦ ପରେ କ୍ରିକେଟର ପାରମ୍ପରିକ ଫର୍ମାଟରେ ମଧ୍ୟ ଭାରତୀୟ ଖେଳାଳିଙ୍କୁ ଦେଖିବାକୁ ମିଳିବ ରେଟ୍ରୋ ଲୁକ୍‌ରେ। ସାଉଥାମ୍ପଟନରେ ଜୁନ୍‌ ୧୮ରୁ ଆରମ୍ଭ ହେବାକୁଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ୍‌ରେ ଭାରତୀୟ ଖେଳାଳିମାନେ ୯୦ ଦଶକର ଜର୍ସି ପିନ୍ଧି ପଡିଆକୁ ଓହ୍ଲାଇବେ।

ଭାରତୀୟ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଏହି ଜର୍ସିର ଫଟୋ ସୋସିଆଲ ମିଡିଆରେ ଛାଡ଼ିଛନ୍ତି। ଜାଡେଜା ଯେଉଁ ସ୍ବେଟର ପିନ୍ଧିଛନ୍ତି ତାହାର ନେକ୍‌ ନୀଳ ରଙ୍ଗର ଭି ଶେପରେ ରହିଛି। ୯୦ ଦଶକରେ ଭାରତୀୟ ଖେଳାଳିମାନେ ଏହି ଜର୍ସି ପିନ୍ଧି ଟେଷ୍ଟ ଖେଳୁଥିଲେ। ଉଲ୍ଲେଖଥାଉ କି, ଗତବର୍ଷ ଅଷ୍ଟ୍ରେଲିଆରେ ଖେଳାଯାଇଥିବା ଦିନିକିଆ ଓ ଟି୨୦ ସିରିଜରେ ଭାରତୀୟ ଖେଳାଳିମାନେ ୧୯୯୨ ବିଶ୍ୱକପ୍‌ର ଜର୍ସି ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ଇସ୍ରାଏଲ-ଲେବାନନ ଶାନ୍ତି ଚୁକ୍ତି ସ୍ବାକ୍ଷରିତ, ହେଜବୋଲାକୁ ଗ୍ରହଣ କରିବାକୁ ପଡିବ ଏସବୁ ସର୍ତ୍ତ

ଜେରୁଜେଲମ,୨୭।୬: ମଧ୍ୟପ୍ରାଚ୍ୟରୁ ଏକ ପ୍ରମୁଖ, ଐତିହାସିକ ଖବର ସାମ୍ନାକୁ ଆସୁଛି। ଯୁଦ୍ଧର ନିଆଁରେ ଜଳୁଥିବା ଦେଶଗୁଡ଼ିକ ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଶେଷରେ ଶାନ୍ତିର ପ୍ରଥମ ଝଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri