Posted inଖେଳ

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌ ହକି ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ ଟିମ ଇଣ୍ଡିଆ ପାଇଁ ‘କର ବା ମର’ ମୁକାବିଲା ଥିଲା। ପରବର୍ତ୍ତୀ ରାଉଣ୍ଡକୁ ଯିବା ପାଇଁ ଭାରତକୁ ଏହି ମ୍ୟାଚ ଜିତିବା ଆବଶ୍ୟକ ଥିଲା। କିନ୍ତୁ ପରାଜୟ ସହ ଭାରତ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛି। ଏହି ହାର୍‌ ସହ ଭାରତୀୟ ଦଳର ୫୧ ବର୍ଷର ବିଶ୍ୱକପ୍‌ ଟାଇଟଲରେ ମରୁଡ଼ି ଜାରି ରହିଛି।

ଭାରତୀୟ ପୁରୁଷ ହକି ଦଳ ଏପର୍ଯ୍ୟନ୍ତ କେବଳ ଥରେ ବିଶ୍ୱକପ ଟାଇଟଲ ଜିତିଛି। ୧୯୭୫ରେ ଭାରତ ଏହି ଟାଇଟଲ ହାସଲ କରିଥିଲା। ୫୧ ବର୍ଷ ଧରି ଚାଲିଥିବା ବିଶ୍ୱକପ ଟାଇଟଲ ମରୁଡ଼ି ଏଥର ଶେଷ ହେବ ବୋଲି ପ୍ରଶଂସକମାନେ ଆଶା ରଖିଥିଲେ। କିନ୍ତୁ ତାହା ସମ୍ଭବ ହୋଇନାହିଁ।

ଆର୍ଜେଣ୍ଟିନା ଆରମ୍ଭରୁ ହିଁ ଜବରଦସ୍ତ ପ୍ରଦର୍ଶନ କରିଥିଲା। ଦଳ ପକ୍ଷରୁ ଜୋଆକ୍ୱିନ ଟୋସ୍କାନି ପ୍ରଥମ ମିନିଟ୍‌ରେ ଗୋଲ କରିଥିଲେ। ଏହା ସହ ଆର୍ଜେଣ୍ଟିନା ଖାତା ଖୋଲିଥିଲା। ପ୍ରଥମ ଗୋଲ୍‌ରେ କିଛି ସମୟ ପରେ ଦଳ ପାଇଁ ଡେଲା ଟୋରେ ନିକୋଲାସ ଷଷ୍ଠ ମିନିଟ୍‌ରେ ଆଉ ଏକ ଗୋଲ୍‌ କରିଥିଲେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?