Posted inଖେଳ

ଆଜି ଭାରତୀୟ ଦଳର ବିଜୟ ପରେଡ; ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ, ଓ୍ବାଙ୍ଖଡେରେ ସମ୍ବର୍ଦ୍ଧନା

ମୁମ୍ବାଇ,୪ା୭: ଟି୨୦ ବିଶ୍ୱକପ୍‌ ବିଜେତା ଭାରତୀୟ ଦଳ ଶେଷରେ ବାର୍ବାଡୋସ୍‌ ଛାଡିଛି। ବାତ୍ୟା ହରିକେନ୍‌ କାରଣରୁ ଭାରତୀୟ ଦଳ ହୋଟେଲରେ ଅଟକି ରହିଥିଲା। ବୁଧବାର ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ସହାୟତାରେ ଭାରତୀୟ ଦଳର ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ ଦେଶ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଗୁରୁବାର ସକାଳ ୬.୨୦ ମିନିଟରେ ନୂଆଦିଲ୍ଳୀ ବିମାନ ବନ୍ଦରରେ ଭାରତୀୟ ଖେଳାଳିମାନେ ଅବତରଣ କରିବେ। ଏୟାର ଇଣ୍ଡିଆ ଚାମ୍ପିୟନ୍ସ ୨୪ ଓ୍ବାଲର୍‌ଡ କପ୍‌ ନାମକ ଏକ ଚାର୍ଟର ବିମାନରେ ବାର୍ବାଡୋସର ଗ୍ରାଣ୍ଟଲେ ଆଡାମ୍ସ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଖେଳାଳିମାନେ ଯାତ୍ରା ଆରମ୍ଭ କରିଥିଲେ। ହରିକେନ୍‌ ବେରିଲ୍‌ କାରଣରୁ ଭାରତୀୟ ଦଳର ସମ୍ଭାବ୍ୟ ଯାତ୍ରା ବିଳମ୍ବିତ ହୋଇଥିଲା। ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କ ବ୍ୟତୀତ କିଛି ଖେଳାଳିଙ୍କ ପରିବାର ବର୍ଗ, ଭାରତୀୟ ସାମ୍ବାଦିକ, ବିସିସିଆଇ ସଭାପତି ରୋଜର ବିନ୍ନି ଓ ସମ୍ପାଦକ ଜୟ ଶାହା ମଧ୍ୟ ଏହି ବିମାନରେ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଉପ ସଭାପତି ରାଜୀବ ଶୁକ୍ଲା ସୂଚନା ଦେଇଛନ୍ତି।

ସକାଳୁ ବିମାନ ଅବତରଣ କରିବା ପରେ ଖେଳାଳିମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ପୂର୍ବାହ୍ନ ୧୧ଟା ବେଳେ ତାଙ୍କୁ ଭେଟିବେ। ପରେ ଭାରତୀୟ ଦଳ ମୁମ୍ବାଇ ଅଭିମୁଖେ ଯାତ୍ରା କରିବ, ଯେଉଁଠାରେ ବିସିସିଆଇ ପକ୍ଷରୁ ଭାରତୀୟ କ୍ରିକେଟ ଦଳକୁ ସମ୍ମାନିତ କରାଯିବ। ନରିମାନ ପଏଣ୍ଟରୁ ଏକ ଛାତଖୋଲା ବସ୍‌ରେ ଭାରତୀୟ ଖେଳାଳିମାନେ ଓ୍ବାଙ୍ଖଡେ ଅଭିମୁଖେ ଯାତ୍ରା କରିବେ। ବିସିସିଆଇ ସମ୍ପାଦକ ଜୟ ଶାହା ଏହି ଘୋଷଣା କରିବା ସହ ଭାରତୀୟ ଦଳର ବିଜୟ ପରେଡରେ ସାମିଲ ହେବା ପାଇଁ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମଧ୍ୟ ସମାନ ପୋଷ୍ଟ କରିଛନ୍ତି।

ଆମେ ଏହି ଖୁସିର ମୁହୂର୍ତ୍ତ ଆପଣମାନଙ୍କ ସହ ଶେୟାର କରିବାକୁ ଚାହୁଁଛୁ। ଅପରାହ୍ନ ୫ଟାରେ ଏହା ଆରମ୍ଭ ହେବ। ଉଲ୍ଲେଖଯୋଗ୍ୟ ଯେ, ୧୭ ବର୍ଷ ତଳେ ୨୦୦୭ରେ ଭାରତ ଟି୨୦ ବିଶ୍ୱକପ୍‌ ଜିତିବା ପରେ ସମାନ ଭାବରେ ସେଲିବ୍ରେଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri