ଆମେରିକା ପୋଲିସ ଗୁଳିରେ ଭାରତୀୟ ଆଇଟି କର୍ମଚାରୀ ମୃତ, ଜାତିଗତ ହିଂସା ଅଭିଯୋଗ ଆଣିଲେ ପରିବାର

କାଲିଫର୍ଣ୍ଣିଆ,୧୯/୯: ଆମେରିକାର କାଲିଫର୍ଣ୍ଣିଆରେ ୩୦ ବର୍ଷୀୟ ଭାରତୀୟ ଟେକି ମହମ୍ମଦ ନିଜାମୁଦ୍ଦିନଙ୍କୁ ପୋଲିସ ଗୁଳିକରି ହତ୍ୟା କରିଛି ବୋଲି ଅଭିଯୋଗ ହୋଇଛି। ତେଲେଙ୍ଗାନାର ମହବୁବନଗରର ନିଜାମୁଦ୍ଦିନ ନିଜ ରୁମମେଟଙ୍କୁ ଚାକୁରେ ଆକ୍ରମଣ କରିଥିବା ଅଭିଯୋଗ ପରେ ପୋଲିସ ତାଙ୍କୁ ଗୁଳି କରିଥିଲା। ତେବେ ତାଙ୍କ ପରିବାର ଜାତିଗତ ହିଂସା ଓ ବୈଷମ୍ୟର ଅଭିଯୋଗ ଆଣି ଘଟଣାର ସମ୍ପୂର୍ଣ୍ଣ ତଦନ୍ତ ଦାବି କରିଛନ୍ତି।

ପୋଲିସ କହିଛି, ସାନ୍ତା କ୍ଲାରାରେ ନିଜାମୁଦ୍ଦିନଙ୍କ ଘରେ ଚାକୁ ଧରି ରୁମମେଟଙ୍କୁ ଆହତ କରୁଥିବା ଅବସ୍ଥାରେ ତାଙ୍କୁ ଦେଖାଯାଇଥିଲା। ୯୧୧ କଲ ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ନିଜାମୁଦ୍ଦିନଙ୍କୁ ଆଦେଶ ମାନିବାକୁ କହିଥିଲା, କିନ୍ତୁ ସେ ନମାନିବାରୁ ଗୁଳି ଚଳାଇଥିଲେ। ଗୁଳିବିଦ୍ଧ ନିଜାମୁଦ୍ଦିନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।

ତେବେ ନିଜାମୁଦ୍ଦିନଙ୍କ ପରିବାର ଦାବି କରିଛନ୍ତି ଯେ ସେ ନିଜେ ସାହାଯ୍ୟ ପାଇଁ ପୋଲିସକୁ ଡାକିଥିଲେ। ଫ୍ଲୋରିଡାରୁ କମ୍ପ୍ୟୁଟର ସାଇନ୍ସରେ ମାଷ୍ଟର୍ସ ଡିଗ୍ରୀ ହାସଲ କରିଥିବା ନିଜାମୁଦ୍ଦିନ ସାନ୍ତା କ୍ଲାରାରେ ଏକ ଟେକ୍ କମ୍ପାନୀରେ କାର୍ଯ୍ୟ କରୁଥିଲେ। ତାଙ୍କ ପରିବାର କହିଛି, ସେ ଶାନ୍ତ ଓ ଧାର୍ମିକ ବ୍ୟକ୍ତି ଥିଲେ ଏବଂ ଜାତିଗତ ହିଂସା, ମଜୁରି ଠକେଇ ଓ ଅନୁଚିତ ବରଖାସ୍ତର ଅଭିଯୋଗ ସାର୍ବଜନୀନ ଭାବେ ଉଠାଇଥିଲେ।

ନିଜାମୁଦ୍ଦିନଙ୍କ ଏକ ଲିଙ୍କଡଇନ ପୋଷ୍ଟରେ ସେ ଲେଖିଥିଲେ, “ମୁଁ ଜାତିଗତ ଘୃଣା, ବୈଷମ୍ୟ, ହିଂସା, ମଜୁରି ଠକେଇ, ଅନୁଚିତ ବରଖାସ୍ତ ଓ ନ୍ୟାୟରେ ବାଧାର ଶିକାର ହୋଇଛି।” ସେ ଆହୁରି ଜାତିଗତ ବୈଷମ୍ୟ, ଖାଦ୍ୟରେ ବିଷ ମିଶାଇବା, ଉଚ୍ଛେଦ ଓ ଜଣେ ଡିଟେକ୍ଟିଭଙ୍କ ଦ୍ୱାରା ନିରନ୍ତର ନିରୀକ୍ଷଣ ଓ ଭୟଭୀତ କରାଯିବାର ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri