Odisha Elections 2024

କାନାଡ଼ାରେ ଭାରତୀୟ ଭିସା ସେବା ସ୍ଥଗିତ

ନୂଆଦିଲ୍ଲୀ,ଓଟାଓ୍ବା/୨୧।୯: ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟା ମାମଲାରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିକଟରେ ଦେଇଥିବା ବିବୃତ୍ତି ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ ତିକ୍ତତା ସୃଷ୍ଟି କରିଛି। ଭାରତ ଯାଉଥିବା ଯାତ୍ରୀମାନଙ୍କ ପାଇଁ କାନାଡା ଏକ ଟ୍ରାଭେଲ୍‌ ଆଡଭାଇଜରି ଜାରି କରିବା ପରେ ଖଲିସ୍ତାନ ସମର୍ଥକଙ୍କ ବିପଦକୁ ଦୃଷ୍ଟିରେ ରଖି ଭାରତ ମଧ୍ୟ ନାଗରିକଙ୍କ ପାଇଁ ଏକ ଆଡଭାଇଜରି ଜାରି କରିଛି। ଗୁରୁବାର କାନାଡାରେ ଭାରତ ପାଇଁ ଭିଜା ସେବା କିଛି ଦିନ ପାଇଁ ସ୍ଥଗିତ ରଖାଯାଇଛି। ବିଏଲଏସ ଇଣ୍ଟରନ୍ୟାଶନାଲ ଦ୍ୱାରା ଜାରି କରାଯାଇଥିବା ଆଡଭାଇଜରିରେ କୁହାଯାଇଛି ଯେ, କାନାଡାରେ ଭାରତୀୟ ଭିଜା ସେବା ୨୧ ସେପ୍ଟେମ୍ବର ୨୦୨୩ ଠାରୁ ସ୍ଥଗିତ ରଖାଯାଇଛି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହା କାର୍ଯ୍ୟକାରୀ ହେବ।

ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହରଦୀପ ସିଂ ନିଜାରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି। ଟ୍ରୁଡୋ ଭାରତ ବିରୋଧରେ ଗୁରୁତର ଅଭିଯୋଗ କରିବା ପରେ ଉଭୟ ଦେଶର ମଧ୍ୟରେ ତିକ୍ତତା ବଢିଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। କାନାଡାର ଏହି ଅଭିଯୋଗ ପରେ ଭାରତ ମଧ୍ୟ କାନାଡାର ବରିଷ୍ଠ କୂଟନୀତିଜ୍ଞଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେନାକୁ ମିଳିଲା ଇରାନ ରାଷ୍ଟ୍ରପତିଙ୍କ ମୃତ ଦେହ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ଇରାନର ଅଧିକାରୀମାନେ କହିଛନ୍ତି ଯେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରର ଧ୍ୱଂସାବଶେଷ ସେନାକୁ ମିଳିଛି।...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ...

ଅଧା ରହିଗଲା ଇରାନ ରାଷ୍ଟ୍ରପତିଙ୍କ ସ୍ବପ୍ନ

ତେହେରାନ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଆଉ ନାହାଁନ୍ତି। ହେଲିକପ୍ଟର ଦୁର୍ଘଟଣାରେ ଇବ୍ରାହିମ ରାଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ହୁସେନ ଆମୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri