Posted inଜାତୀୟ

ଇଣ୍ଟରନେଟ ବ୍ୟବହାରରେ ଭାରତୀୟ ମହିଳା ପଛୁଆ: ଅକ୍ସଫାମ ଇଣ୍ଡିଆ ରିପୋର୍ଟ…

ନୂଆଦିଲ୍ଲୀ,୫।୧୨ : ଏନଜିଓ ଅକ୍ସଫାମ ଇଣ୍ଡିଆ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରେ କୁହାଯାଇଛି ଯେ ଭାରତରେ ଇଣ୍ଟରନେଟ ବ୍ୟବହାରରେ ମହିଳାମାନେ ବହୁ ପଛରେ ଅଛନ୍ତି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ ଭାରତରେ କେବଳ ଏକ ତୃତୀୟାଂଶ ଇଣ୍ଟରନେଟ ବ୍ୟବହାରକାରୀ ହେଉଛନ୍ତି ମହିଳା।

ଏନଜିଓ ଦ୍ୱାରା ପ୍ରକାଶିତ ‘ଇଣ୍ଡିଆ ଇନଇକ୍ୱାଲିଟି ରିପୋର୍ଟ ୨୦୨୨: ଡିଜିଟାଲ ଡିଭାଇଡ ’ଅନୁଯାୟୀ ଭାରତୀୟ ମହିଳାଙ୍କ ପାଖରେ ମୋବାଇଲ ଫୋନ ହେବାର ସମ୍ଭାବନା ୧୫ ପ୍ରତିଶତ ରହିଛି। ସେହିପରି ପୁରୁଷଙ୍କ ତୁଳନାରେ ମୋବାଇଲ ଇଣ୍ଟରନେଟ ସେବା ବ୍ୟବହାର କରିବା କ୍ଷେତ୍ରରେ ଏହା ୩୩ ପ୍ରତିଶତ କମ।

ଅଧ୍ୟୟନରେ କୁହାଯାଇଛି ଯେ ଏସିଆ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଲିଙ୍ଗଗତ ବ୍ୟବଧାନ ୪୦.୪ ପ୍ରତିଶତ ସହିତ ଭାରତ ସବୁଠାରୁ ଖରାପ ସ୍ଥିତିରେ ରହିଛି। ଏହି ରିପୋର୍ଟରେ ଗ୍ରାମାଞ୍ଚଳ-ସହରୀ ଡିଜିଟାଲ ବିଭେଦ ମଧ୍ୟ ଦର୍ଶାଯାଇଛି।

ରିପୋର୍ଟରେ କୁହାଯାଇଛି ଯେ ବର୍ଷକୁ ୧୩ ପ୍ରତିଶତ ଗୁରୁତ୍ୱପୂର୍ଣ୍ଣ ଡିଜିଟାଲ ଅଭିବୃଦ୍ଧି ହାର ପଞ୍ଜିକରଣ କରିବା ସତ୍ତ୍ୱେ ଗ୍ରାମାଞ୍ଚଳର ମାତ୍ର ୩୧ ପ୍ରତିଶତ ଲୋକ ଇଣ୍ଟରନେଟ ବ୍ୟବହାର କରୁଛନ୍ତି। ସହରାଞ୍ଚଳରେ ଏହା ୬୭ ପ୍ରତିଶତ ରହିଛି। ଏହି ରିପୋର୍ଟରେ ଜାନୁଆରୀ ୨୦୧୮ ରୁ ଡିସେମ୍ବର ୨୦୨୧ ମଧ୍ୟରେ କରାଯାଇଥିବା ଭାରତୀୟ ଅର୍ଥନୀତି ଘରୋଇ ସର୍ବେକ୍ଷଣର ପ୍ରାଥମିକ ତଥ୍ୟ ବିଶ୍ଳେଷଣ କରାଯାଇଛି ।

ରାଜ୍ୟ ମଧ୍ୟରେ ମହାରାଷ୍ଟ୍ରରେ ସର୍ବାଧିକ ଇଣ୍ଟରନେଟ ବ୍ୟବହାର କରାଯାଉଥିବାବେଳେ ଏହା ପଛକୁ ଗୋଆ ଏବଂ କେରଳ ରହିଛି। ଏହା ବିହାରରେ ସର୍ବନିମ୍ନ ରହିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri