Posted inଖେଳ

ମହିଳା ହକି ଟେଷ୍ଟରେ ଅଷ୍ଟ୍ରେଲିଆଠାରୁ ହାରିଲା ଭାରତ

ନୂଆଦିଲ୍ଳୀ,୧୮ା୫: ଗୁରୁବାର ଅନୁଷ୍ଠିତ ପ୍ରଥମ ହକି ଟେଷ୍ଟରେ ଭାରତୀୟ ମହିଳା ହକି ଦଳ ୪-୨ଗୋଲରେ ପରାଜିତ ହୋଇ ଅଷ୍ଟ୍ରେଲିଆ ଗସ୍ତ ଆରମ୍ଭ କରିଛି। ଅଷ୍ଟ୍ରେଲିଆ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ପ୍ରଥମ କ୍ୱାର୍ଟର ଗୋଲଶୂନ୍ୟ ରହିବା ପରେ ଦ୍ୱିତୀୟ କ୍ୱାର୍ଟରରେ ୬ ମିନିଟ ବ୍ୟବଧାନରେ ଅଷ୍ଟ୍ରେଲିଆ ଦୁଇଟି ଗୋଲ ଦେଇଥିଲା। ପ୍ରଥମ କ୍ୱାର୍ଟରରେ ଘରୋଇ ଦଳକୁ ଦୁଇଟି ପେନାଲ୍ଟି କର୍ନର ମିଳିଥିଲେ ମଧ୍ୟ ସବିତା ଏହାକୁ ସେଭ୍‌ କରିବାରେ ସଫଳ ହୋଇଥିଲେ। ଘରୋଇ ଦଳ ପକ୍ଷରୁ ଆଶଲିଙ୍ଗ ଉଟ୍ରି(୨୧ ମିନିଟ) ଓ ମ୍ୟାଡି ଫିଟ୍ଜପ୍ୟାଟ୍ରିକ୍‌ (୨୭ ମିନିଟ) ଗୋଟିଏ ଲେଖାଏ ଗୋଲ ଦେଇ ଦଳକୁ ୨-୦ରେ ଆଗୁଆ କରିଥିଲେ। ଭାରତ ପକ୍ଷରୁ ସଙ୍ଗୀତା କୁମାରୀ ୨୯ ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ। ତୃତୀୟ କ୍ୱାର୍ଟରରେ ଅଷ୍ଟ୍ରେଲିଆ ଆଲିସ୍‌ ଆର୍ନୋଟ୍‌ (୩୨ ମିନିଟ୍‌) ଓ କର୍ଟନି ସ୍କନେଲ୍‌ (୩୫ ମିନିଟ୍‌) ଗୋଟିଏ ଲେଖାଏ ଗୋଲ କରିଥିଲେ। ୪୦ତମ ମିନିଟରେ ଭାରତ ପକ୍ଷରୁ ଶର୍ମିଳା ଦେବୀ ଆଉ ଗୋଟିଏ ଗୋଲ ପରିଶୋଧ କରିଥିଲେ। ଅନ୍ତିମ କ୍ୱାର୍ଟରରେ ଉଭୟ ଦଳ ପକ୍ଷରୁ ଗୋଲ ଦେବାର ପ୍ରୟାସ ହୋଇଥିଲେ ହେଁ କୌଣସି ଗୋଲ ସ୍କୋର ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri