Posted inଖେଳ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଭାରତୀୟ ମହିଳା କ୍ରିକେଟ୍ ଦଳ, ଦେଲେ ବଡ ଉପହାର

ନୂଆଦିଲ୍ଲୀ,୬।୧୧: ଆଇସିସି ମହିଳା ବିଶ୍ୱକପ୍ ବିଜେତା ଭାରତୀୟ ମହିଳା କ୍ରିକେଟ୍ ଦଳ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ ଅଧିନାୟକ ହରମନପ୍ରୀତ କୌର ଦଳର ସମସ୍ତ ଖେଳାଳିଙ୍କ ଦ୍ୱାରା ସ୍ୱାକ୍ଷରିତ ଏକ ଜର୍ସି ରାଷ୍ଟ୍ରପତିଙ୍କୁ ପ୍ରଦାନ କରିଥିଲେ।

ଗତ ରବିବାର ନଭି ମୁମ୍ବାଇରେ ଅନୁଷ୍ଠିତ ଦିନିକିଆ ବିଶ୍ୱକପ୍ ଫାଇନାଲରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାସ୍ତ କରି ମହିଳା କ୍ରିକେଟରେ ପ୍ରଥମ ଥର ପାଇଁ ବିଶ୍ୱସ୍ତରୀୟ ଟାଇଟଲ୍ ହାସଲ କରିଛି।

Image

ରାଷ୍ଟ୍ରପତି ମୁର୍ମୁ ଦଳକୁ ତାଙ୍କର ଏହି ଐତିହାସିକ ସଫଳତା ପାଇଁ ଅଭିନନ୍ଦନ ଜଣାଇ କହିଛନ୍ତି ଯେ ଖେଳାଳିମାନେ କେବଳ ଇତିହାସ ସୃଷ୍ଟି କରିନାହାଁନ୍ତି, ବରଂ ଯୁବପିଢ଼ି ପାଇଁ ଆଦର୍ଶ ପାଲଟିଛନ୍ତି।

ରାଷ୍ଟ୍ରପତି କହିଛନ୍ତି, “ଏହି ଦଳ ଭାରତକୁ ପ୍ରତିଫଳିତ କରୁଛି। ସେମାନେ ବିଭିନ୍ନ ଅଞ୍ଚଳ, ବିଭିନ୍ନ ସାମାଜିକ ପୃଷ୍ଠଭୂମି, ବିଭିନ୍ନ ପରିସ୍ଥିତିରୁ ଆସିଛନ୍ତି, କିନ୍ତୁ ସେମାନେ ଗୋଟିଏ ଦଳ – ଭାରତ।” ଏହି ସାକ୍ଷାତ ସମୟରେ ଅଧିନାୟକ କୌର ବିଶ୍ୱକପ୍ ଟ୍ରଫିକୁ ମଧ୍ୟ ରାଷ୍ଟ୍ରପତିଙ୍କୁ ଦେଖାଇଥିଲେ।

Image


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ଉତ୍ତର ପ୍ରଦେଶର ଆମରୋହାରୁ ନିର୍ବାଚନ ଲଢ଼ିବେ କ୍ରିକେଟର ମହମ୍ମଦ ସାମି? ଭାଇରାଲ ହେଉଛି…

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳକୁ ପ୍ରତ୍ୟାବର୍ତ୍ତନ ପାଇଁ ଉଦ୍ୟମ କରୁଥିବା ଦ୍ରୁତ ବୋଲର ମହମ୍ମଦ ସାମି ବର୍ତ୍ତମାନ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ତେବେ ଏଥର ଏହି ଚର୍ଚ୍ଚା…

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?