Posted inଖେଳ

ମହିଳା ହକି ଇତିହାସରେ ଭାରତକୁ ଶ୍ରେଷ୍ଠ ମାନ୍ୟତା

ନୂଆଦିଲ୍ଲୀ,୩।୮: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ମହିଳା ହକି ଦଳ ସୋମବାର ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇ ଇତିହାସରେ ପ୍ରଥମ ଥର ପାଇଁ ସେମିଫାଇନାଲରେ ପ୍ରବେଶ କରିଛି। ଏଭଳି ପ୍ରଦର୍ଶନ ଯୋଗୁ ଟିମ୍‌ ଇଣ୍ଡିଆର ର଼୍ୟାଙ୍କିଙ୍ଗ୍‌ରେ ଆସିଛି ଉଲ୍ଲେଖନୀୟ ଉନ୍ନତି। ପୂର୍ବରୁ ମହିଳା ଦଳଗତ ର଼୍ୟାଙ୍କିଙ୍ଗ୍ସରେ ୧୦ମ ସ୍ଥାନରେ ଥିଲା ରାନୀ ରାମପାଲଙ୍କ ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷ ଐତିହାସିକ ବିଜୟ ପରେ ଭାରତ ୭ମ ସ୍ଥାନକୁ ଉଠିଛି। ଏହା ଦର୍ଶାଇଛି ଏଫ୍‌ଆଇଏଚ୍‌ (ବିଶ୍ୱ ହକି ଫେଡେରେଶନ) ପକ୍ଷରୁ ମଙ୍ଗଳବାର ଜାରି କରାଯାଇଥିବା ମହିଳା ଦଳଗତ ର଼୍ୟାଙ୍କିଙ୍ଗ୍ସ। ବିଶ୍ୱ ମହିଳା ହକି ଇତିହାସରେ ଏହା ଭାରତୀୟ ଦଳର ଶ୍ରେଷ୍ଠ ମାନ୍ୟତା। ଟିମ୍‌ ଇଣ୍ଡିଆ ପାଖରେ ଏବେ ୧୮୫୭.୩୩୮ ପଏଣ୍ଟ ରହିଛି।

ଅନ୍ୟପକ୍ଷରେ ଭାରତ ଠାରୁ ପରାଜୟ ସହ ଟୋକିଓ ଅଲିମ୍ପିକ୍ସରୁ ବିଦାୟ ନେଇଥିବା ଅଷ୍ଟ୍ରେଲିଆ ତଳକୁ ଖସିଛି। ଗୋଟିଏ ସୋପାନ ତଳକୁ ଖସି ୩ୟ ସ୍ଥାନରେ ପହଞ୍ଚିଛି ଅଷ୍ଟ୍ରେଲିଆ।

ଭାରତୀୟ ଦଳ ବୁଧବାର ଖେଳାଯିବାକୁ ଥିବା ସେମିଫାଇନାଲରେ ନୂଆ କରି ଦ୍ୱିତୀୟ ମାନ୍ୟତା ପାଇଥିବା ଆର୍ଜେଣ୍ଟିନାକୁ ଭେଟିବ। ଏହି ଦଳ ତା’ର କ୍ୱାର୍ଟର ଫାଇନାଲରେ ଜର୍ମାନୀକୁ ୩-୦ରେ ହରାଇଥିଲା। ଆର୍ଜେଣ୍ଟିନା ଲିଗ୍‌ ପର୍ଯ୍ୟାୟରେ ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri