Posted inଖେଳ

ଇଣ୍ଡିଆନ୍‌ ଓମେନ୍ସ ଲିଗ୍‌: ଓଏଫ୍‌ସିର ବୃହତ୍‌ ବିଜୟ

ଭୁବନେଶ୍ୱର,୬ା୫(ସ୍ପୋଟର୍‌ସ ବ୍ୟୁରୋ): ଗୁଜରାଟରେ ଅନୁଷ୍ଠିତ ଇଣ୍ଡିଆନ ଓମେନ୍ସ ଲିଗ୍‌ରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି)ର ବୃହତ୍‌ ବିଜୟ ହୋଇଛି। ଶୁକ୍ରବାର ଶାହିବାଗରେ ଚର୍ଚ୍ଚିଲ ବ୍ରଦର୍ସ ବିପକ୍ଷ ମ୍ୟାଚ୍‌କୁ ଓଡ଼ିଶା ୧୦-୦ ବୃହତ୍‌ ବ୍ୟବଧାନରେ ଜିତି ନେଇଥିଲା। ଓଏଫ୍‌ସି ପକ୍ଷରୁ ଅଧିନାୟିକା ନାନ୍‌ଗୋମ୍‌ ବାଲା ଦେବୀ (୬, ୨୧ ମିନିଟ), ମାଳତୀ ମୁଣ୍ଡା (୬୫, ୯୦+୧ ମିନିଟ) ଓ କରିସ୍ମ୍ମା ଓରାମ(୧୮ଓ ୪୫+୩) ମିନିଟରେ ଡବଲ ଗୋଲ ସ୍କୋର କରିଥିଲେ।
ଶୁକ୍ରବାର ମ୍ୟାଚ ଆରମ୍ଭରୁ ଓଏଫ୍‌ସି ଆକ୍ରମଣାତ୍ମକ ପ୍ରଦର୍ଶନ କରିଥିଲା। ମ୍ୟାଚର ଷଷ୍ଠ ମିନିଟରେ ବାଲା ଦେବୀ ଦଳ ପକ୍ଷରୁ ପ୍ରଥମ ଗୋଲ ସ୍କୋର କରିଥିଲେ। ଏହାର ୬ ମିନିଟ ପରେ ଯଶୋଦା ମୁଣ୍ଡାଙ୍କ ଗୋଲରେ ଓଏଫ୍‌ସି ୨-୦ରେ ଆଗୁଆ ହୋଇଥିଲା। ୧୮ ତମ ମିନିଟରେ ଡିଫେଣ୍ଡର କରିସ୍ମ୍ମା ଓରାମ ଗୋଲ ସ୍କୋର କରିଥିବା ବେଳେ ୨୧ତମ ମିନିଟରେ ବାଲା ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ। ମିଡ୍‌ ଫିଲ୍ଡର କାର୍ତ୍ତିକା ଅଙ୍ଗମୁଥୁ ୩୯ତମ ମିନିଟରେ ଯଶୋଦାଙ୍କ ପାସ୍‌ରୁ ଗୋଲ ସ୍କୋର କରିବା ସହିତ ଦଳକୁ ୫-୦ରେ ଆଗୁଆ କରିଥିଲେ। ପ୍ରଥମାର୍ଦ୍ଧ ଶେଷ ହେବାର ଠିକ୍‌ ପୂର୍ବରୁ ୪୫+୩ ମିନିଟରେ କରିସ୍ମା ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ। ପ୍ରଥମାର୍ଦ୍ଧ ସୁଦ୍ଧା ଓଏଫ୍‌ସି ୬-୦ରେ ଆଗୁଆ ରହିଥିଲା। ଦ୍ୱିତୀୟାର୍ଦ୍ଧରେ ମାଳତୀ ମୁଣ୍ଡା ଦୁଇଟି ଗୋଲ ସ୍କୋର କରିଥିବା ବେଳେ ଏସ୍‌ ଲିଣ୍ଡା କୋମ୍‌ ଓ ଫୌଷ୍ଟିନା ଓରୋନିଓ ଗୋଟିଏ ଲେଖାଏ ଗୋଲ ସ୍କୋର କରିଥିଲେ। ୫୬ତମ ମିନିଟରେ ଫୌଷ୍ଟିନା ସ୍କୋର କରିଥିବା ବେଳେ ୬୦ ତମ ମିନିଟରେ ଫୌଷ୍ଟିନାଙ୍କ ଆସିଷ୍ଟରେ ସ୍କୋର କରିଥିଲେ ଲିଣ୍ଡା। ୬୫ ତମ ମିନିଟରେ ଡିଫେଣ୍ଡର ସୋନାଲି ଚେମଟେଙ୍କ ପାସ୍‌କୁ ଗୋଲରେ ପରିଣତ କରି ଓଏଫ୍‌ସିର ଅଗ୍ରଣୀକୁ ୯-୦ରେ ପହଞ୍ଚାଇଥିଲେ ମାଳତୀ ମୁଣ୍ଡା। ମ୍ୟାଚ୍‌ ଶେଷ ହେବାକୁ କିଛି ମିନିଟ ରହିଥିବା ବେଳେ ଇଞ୍ଜୁରୀ ଟାଇମରେ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ସ୍କୋର କରିଥିଲେ ମାଳତୀ। ଓଏଫ୍‌ସି ଏହାର ପରବର୍ତ୍ତୀ ମ୍ୟାଚରେ ଲର୍ଡସ ଏଫ୍‌ଏ କୋଚିକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri