Posted inଖେଳ

ଏସିଆନ ଗେମ୍ସରେ ପ୍ରଥମଥର ପାଇଁ ସାମିଲ ହେଲା ମହିଳା ସଫ୍ଟବଲ

ନୂଆଦିଲ୍ଲୀ,୨୪।୭: ଆସନ୍ତା ସେପ୍ଟେମ୍ବର-ଅକ୍ଟୋବରରେ ଚାଇନାର ହାଙ୍ଗଝୋଉଠାରେ ହେବାକୁ ଥିବା ଏସିଆନ ଗେମ୍ସର ୧୯ତମ ସଂସ୍କରଣରେ ମହିଳା ସଫ୍ଟବଲ ସାମିଲ ହେବ।

ଏଥିରେ ଭାରତୀୟ ମହିଳା ସଫ୍ଟବଲ ଦଳ ଅଂଶଗ୍ରହଣ କରିବ। ସଫ୍ଟବଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏସ୍‌ବିଏଆଇ) ପକ୍ଷରୁ ସୋମବାର ୧୬ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ସ୍ବେତାସିନି ସବର ସାମିଲ ହୋଇଛନ୍ତି।

ଜୁନ-ଜୁଲାଇରେ ନୂଆଦିଲ୍ଲୀଠାରେ ୨ସପ୍ତାହ ବିଶିଷ୍ଟ କୋଚିଂ କ୍ୟାମ୍ପ ଓ ଟ୍ରାଏଲ୍ସ ପରେ ଆସୋସିଏଶନ ପକ୍ଷରୁ ଦଳ ଘୋଷଣା କରାଯାଇଛି। ଜାତୀୟ ସଫ୍ଟବଲ୍‌ କ୍ୟାମ୍ପ ଚଣ୍ଡିଗଡ଼ଠାରେ ଅଗଷ୍ଟ ୫ରୁ ଆରମ୍ଭ ହେବ। ଉକ୍ତ ଶିବିରରେ ଯୋଗ ଦେବାପାଇଁ ସ୍ବେତାସିନି ଚଣ୍ଡିଗଡ଼ ଯାତ୍ରା କରିବେ। ରାୟଗଡ଼ାର ସ୍ବେତାସିନି ସମ୍ପ୍ରତି କିସ୍‌ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ। ଭାରତୀୟ ଦଳପାଇଁ ମନୋନୀତ ହୋଇଥିବାରୁ ସ୍ବେତାସିନିଙ୍କୁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ, ଓଡ଼ିଶା ସଫ୍ଟବଲ ଆସୋସିଏଶନ ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁମାର ସାହୁଙ୍କ ସମେତ ଅନ୍ୟ କର୍ମକର୍ତ୍ତାମାନେ ଅଭିନନ୍ଦନ ଜଣାଇଛନ୍ତି।

ଭାରତୀୟ ଦଳ: ଐଶ୍ୱର୍ଯ୍ୟା ରମେଶ ପୁରୀ, ଏଶ୍ୱର୍ଯ୍ୟା ସୁନୀଲ ବୋଡ୍‌କେ, ମୋନାଲି ମାନସିଂ ନାଟୁ, ସ୍ବପ୍ନିଲ ସି. ଓ୍ବେଡନାଡେ, ସାଇ ଅନିଲ ଜୋଶୀ, ଅଞ୍ଜଳି ପଲ୍ଲୀକ୍କାରା, ଷ୍ଟେଫି ସାଜି, ରିଣ୍ଟା ଚେରିୟାନ, ମମତା ଗୁଗୁଲୋଥ, ଗଙ୍ଗାସୋନା, ମମତା ମିନହାସ, ସନ୍ଦୀପ କୌର, କୁମାରୀ ମନିଶା, ଇଶା, ସ୍ବେତାସିନି ସବର, ନିତ୍ୟା ମାଲ୍‌ଭି। ଷ୍ଟାଣ୍ଡବାଇ: ପ୍ରିୟଙ୍କା ବାଘେଲ। ରିଜର୍ଭ: ମନୀଷା କୁମାରୀ, ପ୍ରୀତି ବର୍ମା, ଚିତ୍ରା।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?