Posted inଖେଳ

ମହିଳା ପ୍ରୋ ଲିଗ୍‌: ଅଷ୍ଟ୍ରେଲିଆକୁ ହରାଇଲା ଭାରତ, ଘରୋଇ ମାଟିରେ ପ୍ରଥମ

ରାଉରକେଲା,୧୭।୨(ଦିନେଶ ମିଶ୍ର): ମହିଳା ପ୍ରୋ ଲିଗ୍‌ ହକିରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଚଳିତ ସିଜନର ଦ୍ୱିତୀୟ ବିଜୟ ହାସଲ କରିଛି ଭାରତ। ଶନିବାର କଡା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ଟିକୁ ଭାରତ ୧-୦ରେ ଜିତି ନେଇଥିଲା। ଏହା ପୂର୍ବରୁ ଭାରତ କେବଳ ଆମେରିକା ବିପକ୍ଷରେ ବିଜୟୀ ହୋଇଥିଲା। ତେବେ ଘରୋଇ ମାଟିରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ପ୍ରଥମ ବିଜୟ ଅଟେ। ଶେଷ ଥର ପାଇଁ ଦଳ ଟୋକିଓ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆ ବିପକ୍ଷରେ ଜିତିଥିଲା।

ଶନିବାର ଅଧିକାଂଶ ସମୟ ଅଷ୍ଟ୍ରେଲିଆ ଖେଳ ନିୟନ୍ତ୍ରଣରେ ରଖିଥିଲେ ହେଁ ମ୍ୟାଚ୍‌ ଜିତି ପାରି ନ ଥିଲା। ପ୍ରଥମ ଦୁଇ କ୍ୱାର୍ଟର ଗୋଲ ଶୂନ୍ୟ ରହିଥିବା ବେଳେ ତୃତୀୟ କ୍ୱାର୍ଟରରେ ଭାରତ ପକ୍ଷରୁ ମ୍ୟାଚ୍‌ର ୩୪ ତମ ମିନିଟରେ ବନ୍ଦନା କଟାରିୟା ଏକମାତ୍ର ଗୋଲ ଦେଇଥିଲେ। ତୃତୀୟ ମିନିଟରେ ଦଳକୁ ଏକ ପେନାଲ୍ଟି କର୍ନର ମିଳିଥିଲା।

ନବନୀତଙ୍କ ଶଟ୍‌କୁ ଡିଫ୍ଲେକ୍ଟ କରି ଭାରତ ପାଇଁ ନିର୍ଣ୍ଣାୟକ ଗୋଲ ସ୍କୋର କରିଥିଲେ ବନ୍ଦନା। ମ୍ୟାଚ୍‌ ଶେଷ ହେବାକୁ ୩୨ ସେକେଣ୍ଡ ରହିଥିବା ବେଳେ ଅଷ୍ଟ୍ରେଲିଆକୁ ଏକ ପେନାଲ୍ଟି କର୍ନର ମିଳିଥିଲା। ଭାରତୀୟ ଡିଫେଣ୍ଡରଙ୍କ ଚମତ୍କାର ପ୍ରଦର୍ଶନ କାରଣରୁ ଏହାକୁ ଗୋଲରେ ପରିଣତ କରିବାରେ ବିଫଳ ହୋଇଥିଲା ଅଷ୍ଟ୍ରେଲିଆ। ସପ୍ତମ ମ୍ୟାଚ୍‌ରୁ ଦ୍ୱିତୀୟ ବିଜୟ ସହ ଭାରତ ପଏଣ୍ଟ ଟେବୁଲର ପଞ୍ଚମ ସ୍ଥାନକୁ ଉନ୍ନୀତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

‘ବ୍ରିଟିଶମାନେ ପ୍ରଥମେ ବଙ୍ଗଳାକୁ ବିଭାଜିତ କରିଥିଲେ, ବନ୍ଦେ ମାତରମ ସେମାନଙ୍କ ପାଇଁ ଏକ ଚ୍ୟାଲେଞ୍ଜ ହୋଇଗଲା’ – ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଲୋକ ସଭାର ଶୀତକାଳୀନ ଅଧିବେଶନ ପାଇଁ ସଂସଦରେ ପହଞ୍ଚିଥିଲେ। ସେ ‘ବନ୍ଦେ ମାତରମ’ର ୧୫୦ତମ ବାର୍ଷିକୀ ଉପରେ ଏକ...

ବାରବାଟୀରେ ଟିମ ଇଣ୍ଡିଆ ଖେଳାଳି: ଅଭ୍ୟାସ ଦେଖିପାରିବେ ଦର୍ଶକ

କଟକ,୮।୧୨: ଓଡ଼ିଶାରେ ଏବେ କ୍ରିକେଟ୍‌ ଫିଭର ଚାଲିଛି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏହାପୂର୍ବରୁ...

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri