Posted inଖେଳ

ମହିଳା ପ୍ରୋ ଲିଗ୍‌: ଅଷ୍ଟ୍ରେଲିଆକୁ ହରାଇଲା ଭାରତ, ଘରୋଇ ମାଟିରେ ପ୍ରଥମ

ରାଉରକେଲା,୧୭।୨(ଦିନେଶ ମିଶ୍ର): ମହିଳା ପ୍ରୋ ଲିଗ୍‌ ହକିରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଚଳିତ ସିଜନର ଦ୍ୱିତୀୟ ବିଜୟ ହାସଲ କରିଛି ଭାରତ। ଶନିବାର କଡା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ଟିକୁ ଭାରତ ୧-୦ରେ ଜିତି ନେଇଥିଲା। ଏହା ପୂର୍ବରୁ ଭାରତ କେବଳ ଆମେରିକା ବିପକ୍ଷରେ ବିଜୟୀ ହୋଇଥିଲା। ତେବେ ଘରୋଇ ମାଟିରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତର ପ୍ରଥମ ବିଜୟ ଅଟେ। ଶେଷ ଥର ପାଇଁ ଦଳ ଟୋକିଓ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆ ବିପକ୍ଷରେ ଜିତିଥିଲା।

ଶନିବାର ଅଧିକାଂଶ ସମୟ ଅଷ୍ଟ୍ରେଲିଆ ଖେଳ ନିୟନ୍ତ୍ରଣରେ ରଖିଥିଲେ ହେଁ ମ୍ୟାଚ୍‌ ଜିତି ପାରି ନ ଥିଲା। ପ୍ରଥମ ଦୁଇ କ୍ୱାର୍ଟର ଗୋଲ ଶୂନ୍ୟ ରହିଥିବା ବେଳେ ତୃତୀୟ କ୍ୱାର୍ଟରରେ ଭାରତ ପକ୍ଷରୁ ମ୍ୟାଚ୍‌ର ୩୪ ତମ ମିନିଟରେ ବନ୍ଦନା କଟାରିୟା ଏକମାତ୍ର ଗୋଲ ଦେଇଥିଲେ। ତୃତୀୟ ମିନିଟରେ ଦଳକୁ ଏକ ପେନାଲ୍ଟି କର୍ନର ମିଳିଥିଲା।

ନବନୀତଙ୍କ ଶଟ୍‌କୁ ଡିଫ୍ଲେକ୍ଟ କରି ଭାରତ ପାଇଁ ନିର୍ଣ୍ଣାୟକ ଗୋଲ ସ୍କୋର କରିଥିଲେ ବନ୍ଦନା। ମ୍ୟାଚ୍‌ ଶେଷ ହେବାକୁ ୩୨ ସେକେଣ୍ଡ ରହିଥିବା ବେଳେ ଅଷ୍ଟ୍ରେଲିଆକୁ ଏକ ପେନାଲ୍ଟି କର୍ନର ମିଳିଥିଲା। ଭାରତୀୟ ଡିଫେଣ୍ଡରଙ୍କ ଚମତ୍କାର ପ୍ରଦର୍ଶନ କାରଣରୁ ଏହାକୁ ଗୋଲରେ ପରିଣତ କରିବାରେ ବିଫଳ ହୋଇଥିଲା ଅଷ୍ଟ୍ରେଲିଆ। ସପ୍ତମ ମ୍ୟାଚ୍‌ରୁ ଦ୍ୱିତୀୟ ବିଜୟ ସହ ଭାରତ ପଏଣ୍ଟ ଟେବୁଲର ପଞ୍ଚମ ସ୍ଥାନକୁ ଉନ୍ନୀତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri