Posted inଜାତୀୟ

ଆଇନ ବ୍ୟବସ୍ଥାର ଭାରତୀୟକରଣ ଲୋଡ଼ା

ନୂଆଦିଲ୍ଲୀ, ୧୯।୯: ଦେଶରେ ଦୀର୍ଘବର୍ଷ ଧରି ଉପନିବେଶୀୟ ଶାସନ ସମୟର ଆଇନ ବ୍ୟବସ୍ଥା ଚଳିଆସୁଛି। ଏହାର ଭାରତୀୟକରଣ ହେବା ଆବଶ୍ୟକ ବୋଲି ପ୍ରଧାନ ବିଚାରପତି (ସିଜେଆଇ) ଏନ୍‌.ଭି. ରମନା କହିଛନ୍ତି। ପ୍ରଚଳିତ ଉପନିବେଶୀୟ ନିୟମାବଳୀ ଭାରତୀୟଙ୍କ ଆବଶ୍ୟକତା ପୂରଣ କରି ନ ପାରେ ବୋଲି ମତ ଦେଇଛନ୍ତି। ଆମର ନ୍ୟାୟ ପ୍ରଦାନ ବ୍ୟବସ୍ଥାରେ ସାଧାରଣ ଲୋକଙ୍କ ପାଇଁ ବହୁ ପ୍ରତିବନ୍ଧକ ରହିଛି। କୋର୍ଟର କାର୍ଯ୍ୟ ଓ ତରିକା ଭାରତର ଜଟିଳତା ସହ ଖାପ ଖୁଆଉନାହିଁ। ତେଣୁ ଆଇନ ବ୍ୟବସ୍ଥାର ଭାରତୀୟକରଣ ସମୟର ଆବଶ୍ୟକତା ବୋଲି ଜଷ୍ଟିସ୍‌ ରମନା କର୍ନାଟକ ରାଜ୍ୟ ବାର୍‌ କାଉନସିଲ୍‌ର ଏକ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି। ଭାରତୀୟକରଣ ଅର୍ଥ ଆମ ସମାଜର ବାସ୍ତବ ବ୍ୟବସ୍ଥାକୁ ଗ୍ରହଣ କରିବା ସହ ନ୍ୟାୟ ପ୍ରଦାନ ବ୍ୟବସ୍ଥାକୁ ସ୍ଥାନୀୟକରଣ କରାଯିବା ବୋଲି ସେ କହିଥିଲେ। ଉଦାହରଣ ଦେଇ ସିଜେଆଇ କହିଥିଲେ ଗ୍ରାମାଞ୍ଚଳର ପକ୍ଷମାନେ ପାରିବାରିକ ବିବାଦ ମାମଲାରେ କୋର୍ଟକୁ ଗଲେ ସେମାନେ ସେଠାରେ ନିଜକୁ ବାହାରେ ରହିବା ଭଳି ଅନୁଭବ କରୁଛନ୍ତି। କୋର୍ଟରେ ଇଂଲିଶରେ ହେଉଥିବା ଯୁକ୍ତିକୁ ବୁଝିପାରୁନାହାନ୍ତି। ଦୀର୍ଘ ନ୍ୟାୟ ପ୍ରଦାନ ପ୍ରକ୍ରିୟାକୁ ପ୍ରତିପକ୍ଷ ଅଧିକ ଜଟିଳ କରୁଛନ୍ତି। ଫଳରେ ଉଭୟ ପକ୍ଷ ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ବାଧ୍ୟ ହେଉଛନ୍ତି ବୋଲି ସିଜେଆଇ କହିଥିଲେ। ତେଣୁ ଅଦାଲତଗୁଡ଼ିକ ବାଦୀକୈନ୍ଦ୍ରିକ ହେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri