ଶ୍ରୀଲଙ୍କା ଯାଉଥିବା ଭାରତୀୟମାନଙ୍କ ପାଇଁ ମାନିବାକୁ ପଡ଼ିବ ଏହି ନିୟମ

କଲମ୍ବୋ,୧୪ା୧: କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଏବେ ଚିନ୍ତା ପ୍ରକାଶ ପାଇଛି। ସମସ୍ତ ଦେଶ ଏଥିରୁ ବର୍ତ୍ତିବା ପାଇଁ କଡ଼ା ନିୟମ ଲାଗୁ କରୁଛନ୍ତି। ବର୍ତ୍ତମାନ ଶ୍ରୀଲଙ୍କା ମଧ୍ୟ ଏହାର କରୋନା ନିୟମକୁ କଡ଼ାକଡ଼ି କରିଛି। ଶନିବାର ଭାରତୀୟ ଦୂତାବାସ କହିଛି, ଶ୍ରୀଲଙ୍କା ଯାତ୍ରା କରୁଥିବା ଭାରତର ସମସ୍ତ ନାଗରିକଙ୍କୁ ଦେଶର ସଂଶୋଧିତ କରୋନା ପ୍ରୋଟକଲକୁ ଅନୁସରଣ କରିବାକୁ ପଡ଼ିବ।

ଶ୍ରୀଲଙ୍କାର ନୂତନ କରୋନା ନିର୍ଦ୍ଦେଶାବଳୀ ଅନୁଯାୟୀ, ଶ୍ରୀଲଙ୍କା ଯାତ୍ରା କରୁଥିବା ସମସ୍ତ ପର୍ଯ୍ୟଟକଙ୍କୁ ଟିକାକରଣ କାର୍ଡ ନେବା ଆବଶ୍ୟକ। ଏଥିସହ ଯେଉଁ ଯାତ୍ରୀମାନେ ଟିକା ଗ୍ରହଣ କରିନାହାନ୍ତି ସେମାନେ ଦେଶରେ ପ୍ରବେଶ କରିବାର ୭୨ ଘଣ୍ଟା ପୂର୍ବରୁ ଏକ ନକାରାତ୍ମକ ପିସିଆର ରିପୋର୍ଟ ଦେଖାଇବାକୁ ବାଧ୍ୟ।

 

ସୂଚନାଯୋଗ୍ୟ, ୭ ଡିସେମ୍ବର ୨୦୨୨ରେ ଶ୍ରୀଲଙ୍କା ସମସ୍ତ ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ କରୋନା ଟିକାକରଣ ପ୍ରମାଣପତ୍ର ଦାଖଲ କରିବାର ଆବଶ୍ୟକତାକୁ ହଟାଇ ଦେଇଥିଲା। ଏଥି ସହିତ ପ୍ରି-ବୋର୍ଡିଂ ନେଗେଟିଭ କରୋନା ପରୀକ୍ଷା ପରି ନିୟମ ବି ହଟାଇ ଦେଇଥିଲା। କିନ୍ତୁ କରୋନା ନିୟନ୍ତ୍ରଣ ଉଦ୍ଦେଶ୍ୟରେ ଦେଶ ପୁଣିଥରେ ନୂଆ ନିୟମ ଲାଗୁ କରିଛି। ସଂଶୋଧିତ କରୋନା ନିର୍ଦ୍ଦେଶାବଳୀ ଶୁକ୍ରବାରଠାରୁ କାର୍ଯ୍ୟକାରୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri