ମହାମାରୀ ବିରୋଧରେ ଭାରତବାସୀ ଏକଜୁଟ ହୋଇ ଲଢୁଛନ୍ତି…

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଭାରତବାସୀ ଏକଜୁଟ ହୋଇ ଲଢ଼େଇ ଜାରି ରଖି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। କରୋନା ଲଢ଼େଇରେ ଦେଶର ମାନବ ଶକ୍ତି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି। ସମସ୍ତଙ୍କ ଉଦ୍ୟମ ଯୋଗୁ ଗତ ୧୦୦ ବର୍ଷ ମଧ୍ୟରେ ଭାରତ ସବୁଠାରୁ ବଡ ମହାମାରୀ ସହ ମୁକାବିଲା କରିବା ଜାରି ରଖିଛି। ବର୍ଷର ଶେଷ ତଥା ୮୪ ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏଭଳି କହିଛନ୍ତିି।

ଦେଶ ସ୍ବାଧିନତାର ୭୫ ତମ ବର୍ଷ ପୂରଣ ଅବସରରେ ଅମୃତ ମହୋତ୍ସବ ପାଳନ କରୁଛି। ତେଣୁ ସଭିଏଁ ନୂତନ ବର୍ଷକୁ ନୂଆ କରି ଗଢ଼ି ତୋଳିବା ଲାଗି ଏକ ସଂକଳ୍ପ ନେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ସଂକ୍ରମଣ ଦେଶରେ ଆରମ୍ଭ ହୋଇଛି। ଏନେଇ ସତର୍କ ରହିବା ଆବଶ୍ୟକ। ଓମିକ୍ରନ୍‌ ଭାରିଆଣ୍ଟ୍‌ ନେଇ ଆମର ବୈଜ୍ଞାନିକମାନେ ଗବେଷଣା ଜାରି ରଖିଛନ୍ତି।

ସେ କହିଛନ୍ତି ଯେ କରୋନାର ଏହି ନୂଆ ଭାରିଆଣ୍ଟର ମୁକାବିଲା କ୍ଷେତ୍ରରେ ଆତ୍ମ-ସଚେତନତା ଏବଂ ଅନୁଶାସନ ଏକ ମହାନ ଶକ୍ତି ଭାବେ ଉଭା ହୋଇଛି। କେବଳ ଆମର ସାମୂହିକ ଶକ୍ତି କରୋନାକୁ ପରାସ୍ତ କରିବାକୁ ସକ୍ଷମ ହେବ। ଏହି ଦାୟିତ୍ୱ ସହିତ ଆମକୁ ନୂଆ ବର୍ଷ ୨୦୨୨ରେ ପାଦ ଦେବାକୁ ପଡିବ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ କଷ୍ଟ ସମୟରେ ଆମେ ପରିବାର ପରି ପରସ୍ପର ପାଖରେ ଛିଡା ହୋଇଛୁ। ଇତିମଧ୍ୟରେ ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନ ୧୪୦ କୋଟି ମାଇଲଖୁଣ୍ଟ ଅତିକ୍ରମ କରିଛି। ଏହା ପ୍ରତ୍ୟେକ ଭାରତୀୟଙ୍କର ନିଜସ୍ବ ସଫଳତା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri