Posted inଜାତୀୟ

ଅତ୍ୟଧିକ ଆଣ୍ଟିବାୟୋଟିକ୍‌ ବ୍ୟବହାର କରୁଛନ୍ତି ଭାରତୀୟ: ଲାନ୍‌ସେଟ୍‌

ନୂଆଦିଲ୍ଲୀ, ୭ା୯: କୋଭିଡ୍‌-୧୯ ମହାମାରୀବେଳେ ଡୋଲୋ-୬୫୦ ଟାବ୍‌ଲେଟ୍‌ର ବହୁଳ ବ୍ୟବହାର ବିତର୍କକୁ ଆସିଥିବାବେଳେ ଏବେ ଭାରତୀୟଙ୍କ ଆଣ୍ଟିବାୟୋଟିକ୍‌ ଔଷଧ ସେବନ ଉଦ୍‌ବେଗଜନକ ହୋଇଛି। ୨୦୧୯ରେ ଭାରତରେ ବ୍ୟବହୃତ ଟାବ୍‌ଲେଟ୍‌ ମଧ୍ୟରୁ ସର୍ବାଧିକ ହେଉଛି ଆଜିଥ୍ରୋମାଇସିନ୍‌। ଏ ନେଇ ଲାନ୍‌ସେଟ୍‌ ରିଜିଓନାଲ ହେଲ୍‌ଥ ସାଉଥ୍‌ଇଷ୍ଟ ଏସିଆ ପତ୍ରିକାରେ ରିପୋର୍ଟ ପ୍ରକାଶ ପାଇଛି। ଚିନ୍ତାର ବିଷୟ ହେଉଛି ଘରୋଇ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଆଣ୍ଟିବାୟୋଟିକ୍‌ ଔଷଧ ମଧ୍ୟରୁ ୪୭%କୁ କେନ୍ଦ୍ରୀୟ ଡ୍ରଗ୍‌ ନିୟନ୍ତ୍ରକଙ୍କ ମଞ୍ଜୁରୀ ମିଳିନାହିଁ।
ବିକ୍ରି ଓ ବ୍ୟବହାର ଉପରେ ନିୟନ୍ତ୍ରଣ ରଖାଯିବା ପାଇଁ ଗାଇଡ୍‌ଲାଇନ୍‌ ଅଣାଯିବା ଉଦ୍ଦେଶ୍ୟରେ ଏହି ଅଧ୍ୟୟନ କରାଯାଇଥିଲା। ବୋଷ୍ଟନ ୟୁନିଭର୍ସିଟି ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥ ସହ ପବ୍ଲିକ୍‌ ହେଲ୍‌ଥ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ, ନୂଆଦିଲ୍ଲୀର ସେନ୍ଥିଲ ଗଣେଶ ଏବଂ ଶକ୍ତିଭେଲ୍‌ ସେଲଭରାଜ୍‌ଙ୍କ ଦ୍ୱାରା ଏହି ଗବେଷଣା କରାଯାଇଛି। ଏଥିପାଇଁ ଗବେଷକମାନେ ଫାର୍ମା-ଟ୍ରାକ୍‌ର ତଥ୍ୟକୁ ବିଶ୍ଲେଷଣ କରିଥିଲେ। ପ୍ରାୟ ୫ ହଜାର ଫାର୍ମାସ୍ୟୁଟିକାଲ୍‌ (ଔଷଧ ପ୍ରସ୍ତୁତକାରୀ) କମ୍ପାନୀର ଉତ୍ପାଦ ରଖୁଥିବା ୯ ହଜାର ଷ୍ଟକିଷ୍ଟଙ୍କ ଠାରୁ ଡାଟା ସଂଗ୍ରହ କରାଯାଇଥିଲା। ସାଧାରଣତଃ ଶରୀରରେ ଜୀବାଣୁ ବା ବ୍ୟାକ୍ଟେରିଆଜନିତ ସଂକ୍ରମଣ ରୋକିବା ପାଇଁ ଆଣ୍ଟିବାୟୋଟିକ୍‌ ବ୍ୟବହାର କରାଯାଏ। ରିସର୍ଚ୍ଚରୁ ଜଣାପଡ଼ିଛି, ଆଜିଥ୍ରୋମାଇସିନ୍‌ ୫୦୦ ଏମ୍‌ଜିଙ୍କୁ ଭାରତରେ ସର୍ବାଧିକ ସେବନ କରାଯାଇଥିବାବେଳେ ଏହା ତଳକୁ ସେଫିକ୍ସିମି ୨୦୦ ଏମ୍‌ଜି ଟାବ୍‌ଲେଟ୍‌ ରହିଛି। ଆମେରିକା, ୟୁରୋପ ଭଳି ଭାରତରେ ଆଣ୍ଟିବାୟୋଟିକ୍‌ ବ୍ୟବହାରର ତଦାରଖ କରିବା ପାଇଁ କୌଣସି ବିଧିବଦ୍ଧ ବ୍ୟବସ୍ଥା ନାହିଁ। ଘରୋଇ ସେକ୍ଟରରେ ୮୫ରୁ ୯୦% ଆଣ୍ଟିବାୟୋଟିକ୍‌ ବ୍ୟବହାର କରାଯାଉଛି। ଔଷଧ ସେବନକୁ ଏହାର ମୂଲ୍ୟ, ସଂଖ୍ୟା ଓ ଡାକ୍ତରଙ୍କ ଦ୍ୱାରା ନିର୍ଦ୍ଧାରିତ ପରିମାଣ ଆଧାରରେ ହିସାବ କରାଯାଇଥାଏ। ଏହା ବିଭିନ୍ନ ଦେଶ ଓ ଅଞ୍ଚଳରେ ଭିନ୍ନ ଭିନ୍ନ ରହିଥାଏ। ଅନ୍ତର୍ଜାତୀୟ ସ୍ତରରେ ଏହାର ଆକଳନ ପାଇଁ ଡିଫାଇଣ୍ଡ ଡେଲି ଡୋଜ୍‌ (ଡିଡିଡି) ପ୍ରସ୍ତୁତ କରାଯାଇଛି। ବୟସ୍କମାନେ ଏକ ନିର୍ଦ୍ଦିଷ୍ଟ ଔଷଧକୁ ଦୈନିକ ହାରାହାରି କେତେ ମାତ୍ରାରେ ସେବନ କରନ୍ତି ତାହା ଏହି ମାପକାଠିରୁ ସ୍ପଷ୍ଟ ହୋଇଥାଏ। ରିପୋର୍ଟ ଅନୁଯାୟୀ, ୨୦୧୯ରେ ଏହା ୫,୦୭୧ ନିୟୁତ (୧୦.୪ ଡିଡିଡି/୧୦୦୦/ଦୈନିକ)ଥିଲା। ମଞ୍ଜୁରୀ ମିଳି ନ ଥିବା ଏବଂ ବହୁମାତ୍ରାରେ ବ୍ୟବହାର ହୋଇଥିବା ଆଣ୍ଟିବାୟୋଟିକ୍‌ ମଧ୍ୟରେ ସେଫାଲୋସ୍ପୋରିନ୍ସ, ମାକ୍ରୋଲାଇଡ୍‌ସ, ପେନିସିଲିନ୍‌ ତାଲିକାର ଶୀର୍ଷରେ ରହିଛି। ଲୋକେ ମନଇଚ୍ଛା ତଥା ଡାକ୍ତରଙ୍କ ବିନା ପରାମର୍ଶରେ ଆଣ୍ଟିବାୟୋଟିକ୍‌ ଖାଉଛନ୍ତି। ଏହା ସେମାନଙ୍କ ସ୍ବାସ୍ଥ୍ୟ ପାଇଁ ଅନେକ ସମସ୍ୟା ସୃଷ୍ଟି କରୁଛି। ତେଣୁ ମଞ୍ଜୁରୀପ୍ରାପ୍ତ ଔଷଧର ବିକ୍ରି ଓ ବ୍ୟବହାରକୁ ଗୁରୁତ୍ୱ ଦିଆଯିବା ସହ ସ୍ବତନ୍ତ୍ର ଗାଇଡ୍‌ଲାଇନର ଆବଶ୍ୟକତା ରହିଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri