Posted inଜାତୀୟ

୨୦୪୦ରେ ଚନ୍ଦ୍ରକୁ ଯିବେ ଭାରତୀୟ

ନୂଆଦିଲ୍ଲୀ, ୧୧।୪: ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ମୁଖ୍ୟ ଏସ. ସୋମନାଥ ‘ଚନ୍ଦ୍ରୟାନ ୪’କୁ ନେଇ ବଡ଼ ବୟାନ ଦେଇଛନ୍ତି। ୨୦୪୦ରେ ଚନ୍ଦ୍ରପୃଷ୍ଠରେ ଭାରତୀୟ ମହାକାଶଚାରୀଙ୍କୁ ଅବତରଣ କରିବା ଦିଗରେ ଇସ୍ରୋ କାର୍ଯ୍ୟ କରୁଥିବାବେଳେ ‘ଚନ୍ଦ୍ରୟାନ ୪’ ଏହାର ପ୍ରଥମ ଶୋପାନ ହୋଇଥିବା ସେ କହିଛନ୍ତି। ଭାରତର ମିଶନ ‘ଚନ୍ଦ୍ରୟାନ ୪’ରେ ମହାକାଶ ଯାନ ଚନ୍ଦ୍ର ପୃଷ୍ଠକୁ ଯାଇ ସେଠାରୁ ମାଟି ଓ ପଥରର ନମୁନା ସଂଗ୍ରହ କରି ପୃଥିବୀ ଫେରି ଆସିବ। ଏହି ନମୁନାଗୁଡ଼ିକୁ ନେଇ ଇସ୍ରୋ ପକ୍ଷରୁ ଗବେଷଣା କରାଯିବ ବୋଲି ସୋମନାଥ କହିଛନ୍ତି। ଏହାସହ ଚନ୍ଦ୍ରକୁ ଯାଇ ନମୁନା ସଂଗ୍ରହ କରି ପୃଥିବୀ ପୃଷ୍ଠକୁ ଫେରିବା ସମ୍ପୂର୍ଣ୍ଣ ଚକ୍ରକୁ ଦର୍ଶାଉଥିବା ବେଳେ ‘ଚନ୍ଦ୍ରୟାନ ୪’ରେ ଏହା ହାସଲ କରିହେବ ବୋଲି ସେ କହିଛନ୍ତି। ତେବେ ବିଭିନ୍ନ ରକେଟ ଏବଂ ସାଟେଲାଇଟ ପ୍ରୋଜେକ୍ଟଠାରୁ ଆରମ୍ଭ କରି ପ୍ରଯୁକ୍ତିବିଦ୍ୟା ବିକାଶ ସମ୍ବଳିତ ପ୍ରୋଜେକ୍ଟରେ ଇସ୍ରୋ ସମ୍ପ୍ରତି କାର୍ଯ୍ୟ କରୁଥିବା ସେ କହିଛନ୍ତି। ଅନ୍ୟପକ୍ଷରେ ମହାକାଶ ଗବେଷଣା କ୍ଷେତ୍ରରେ ଅବଦାନ ପାଇଁ ଭାରତର ‘ମିଶନ ଚନ୍ଦ୍ରୟାନ ୩’ ଟିମ୍‌କୁ ଆମେରିକାର ସମ୍ମାନଜନକ ‘୨୦୨୪ ଜନ୍‌ ଏଲ୍‌ ଜ୍ୟାକ୍‌ ସ୍ବିଗର୍ଟ ଜୁନିୟର’ ପୁରସ୍କାର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri