Posted inଜାତୀୟ

ଅପରେଶନ ଗଙ୍ଗା: ମାର୍ଚ୍ଚ ୧୧ସୁଦ୍ଧା ୧୦୦ ବିମାନରେ ସ୍ୱଦେଶ ଫେରିବେ ଭାରତୀୟ, ଏବେବି ସୁମିରେ ଫସି ରହିଛନ୍ତି କେତେଜଣ ଛାତ୍ର

ନୂଆଦିଲ୍ଲୀ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଭାରତ ସରକାରଙ୍କ ଅପରେଶନ ଗଙ୍ଗାକୁ ଜୋରଦାର କରାଯାଇଛି । ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରାଯିବାର ପ୍ରକ୍ରିୟା ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ତେବେ ୟକ୍ରେନରେ ଫସି ରହିଥିବା ପ୍ରାୟ ୨୦ ହଜାର ଭାରତୀୟଙ୍କ ମଧ୍ୟରୁ ପାଖାପାଖି ୧୩ ହଜାର ଭାରତୀୟ ସ୍ୱଦେଶ ଫେରି ଆସିଲେଣି । ହେଲେ ଏବେବି ସୁମି ଅଞ୍ଚଳରେ ଫସି ରହିଥିବା ୭୦୦ ଭାରତୀୟ ଛାତ୍ରଙ୍କୁ ଉଦ୍ଧାର କରିବା ଏକ ଚ୍ୟାଲେଞ୍ଜ ପାଲଟି ଯାଇଛି । କାରଣ ଏହି ଅଞ୍ଚଳର ଦୁଇଟି ସୀମାରେ ଭିଷଣ ଲଢେଇ ଜାରି ରହିଛି । ତେଣୁ ଏଭଳି ପରିସ୍ଥିତିରେ ସୁମିରୁ ଭାରତୀୟ ଛାତ୍ରଙ୍କୁ ଉଦ୍ଧାର କରିବା ଜୀବନକୁ ବାଜି ଲଗାଇବା ସହ ସମାନ ବୋଲି କୁହାଯାଉଛି । ତେବେ ସୁମିରେ ଥିବା ଭାରତୀୟଙ୍କ ସହ କେନ୍ଦ୍ର ସରକାର ସର୍ବଦା ସମ୍ପର୍କରେ ଥିବା ବେଳେ ଏବେ ସେମାନେ ସୁରକ୍ଷିତ ଥିବା ସୂଚନା ରହିଛି ।
ସୂଚନାଯୋଗ୍ୟ, ଅପରେଶନ ଗଙ୍ଗା ମାଧ୍ୟମରେ ଏବେ ସୁଦ୍ଧା ୬୩ ବିମାନରେ ୧୩ ହଜାର ଭାରତୀୟଙ୍କୁ ଉଦ୍ଧାର କରାଗଲାଣି । ୧୧ ମାର୍ଚ୍ଚ ସୁଦ୍ଧା ୧୦୦ ବିମାନରେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରାଯିବା ଲାଗି ଯୋଜନା ପ୍ରସ୍ତୁତ ହୋଇ ସାରିଛି । ଏଥିରେ ବାୟୁସେନା ସହ ୬ଟି ଘରୋଇ କମ୍ପାନୀର ବିମାନକୁ ସାମିଲ କରାଯାଇଛି । ୨୬ ଫେବୃୟାରୀରୁ ଭାରତ ସରକାରଙ୍କ ଦ୍ୱାରା ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri