Posted inଖେଳ

ବିଶ୍ୱ ରେକର୍ଡ ଆହୁରି ମଜଭୁତ କଲା ଭାରତ

ତ୍ରିନିଦାଦ,୨।୮: ଦିନିକିଆ ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଟିମ ଇଣ୍ଡିଆ ୨୦୦ ରନରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ସିରିଜକୁ ୨-୧ରେ କବ୍ଜା କରିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଦଳର କ୍ରମାଗତ ୧୩ତମ ଦ୍ୱିପାକ୍ଷିକ ଦିନିକିଆ ସିରିଜ ବିଜୟ। ଏହା ସହିତ ଟିମ ଇଣ୍ଡିଆ କୌଣସି ଗୋଟିଏ ଦଳ ବିପକ୍ଷରେ କ୍ରମାଗତ ଦ୍ୱିପାକ୍ଷିକ ଦିନିକିଆ ସିରିଜ ଜିତିବାର ରେକର୍ଡକୁ ମଜଭୁତ କରିଛି।
ଏହି ବିଶ୍ୱ ରେକର୍ଡରେ ଭାରତୀୟ ଦଳ ପ୍ରଥମ ସ୍ଥାନରେ ଅଛି। ପାକିସ୍ତାନ ଦ୍ୱିତୀୟ ସ୍ଥାନରେ ଅଛି। ୧୯୯୬ ପରଠାରୁ ଜିମ୍ବାୱେ ବିପକ୍ଷରେ ପାକିସ୍ତାନ କ୍ରମାଗତ ୧୧ଟି ଦିନିକିଆ ସିରିଜ ଜିତିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଜିତିଥିବା ଶେଷ ୧୩ଟି ସିରିଜରେ ଘରୋଇ ପଡ଼ିଆରେ ୱେଷ୍ଟଇଣ୍ଡିଜକୁ ୬ ଥର, କାରାବିଆନ ମାଟିରେ ୭ଥର ପରାସ୍ତ କରିବାରେ ସଫଳ ହୋଇଛନ୍ତି।
ଭାରତୀୟ ଦଳ ୨୦୦୭ରୁ ଏହି ସିରିଜ ଆରମ୍ଭ କରିଥିଲା, ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ଜାରି ରହିଛି। ଏଥି ସହିତ ୱେଷ୍ଟଇଣ୍ଡିଜ ବିପକ୍ଷ ଗତ ୧୦ ଦ୍ୱିପାକ୍ଷିକ ଦିନିକିଆ ସିରିଜରେ ମଧ୍ୟ ପାକିସ୍ତାନ କ୍ରମାଗତ ଭାବେ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri