ଭାରତରେ ୨୧ ଧନ କୁବେରଙ୍କ ପାଖରେ ଗଦାଗଦା ଧନ, କରୋନା ମହମାରୀରେ ୧୨୧ ପ୍ରତିଶତ ବଢ଼ିଛି…

ନୂଆଦିଲ୍ଲୀ,୧୬।୧ : ଧନୀ ଏବଂ ଗରିବଙ୍କ ମଧ୍ୟରେ ପାର୍ଥକ୍ୟକୁ ନେଇ ଦୁନିଆରେ ଏକ ଦୀର୍ଘ ବିତର୍କ ଚାଲିଛି। ତେବେ ଭାରତ ପରି ବିକଶିତ ଦେଶରେ ମଧ୍ୟ ଏହି ବ୍ୟବଧାନ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଅକ୍ସଫାମର ରିପୋର୍ଟରେ ଏହା ପ୍ରକାଶ ପାଇଛି।
ଏହି ରିପୋର୍ଟ ଅନୁଯାୟୀ, ଭାରତର ୨୧ ଧନ କୁବେରଙ୍କ ପାଖରେ ଗଦାଗଦା ଧନ ରହିଛି। ସେମାନଙ୍କ ପାଖରେ ଦେଶର ୭୦ କୋଟି ଲୋକଙ୍କ ତୁଳନାରେ ଅଧିକ ସମ୍ପତ୍ତି ଅଛି।
ରିପୋର୍ଟରେ ଦର୍ଶାଯାଇଛି ଯେ ୨୦୨୦ରେ କରୋନା ମହାମାରୀ ଆରମ୍ଭରୁ ନଭେମ୍ବର ୨୦୨୧ ପର୍ଯ୍ୟନ୍ତ ଯେଉଁଠାରେ ଅଧିକାଂଶ ଭାରତୀୟ ଚାକିରୀ ସମସ୍ୟାର ସମ୍ମୁଖୀନ ହୋଇଥିଲେ ଏବଂ ସଞ୍ଚୟ କରିବାକୁ ସଂଘର୍ଷ କରିଥିଲେ, ସେତେବେଳେ ଭାରତୀୟ ଧନ କୁବେରଙ୍କ ସମ୍ପତ୍ତିରେ ଗତ ବର୍ଷ ନଭେମ୍ବର ପର୍ଯ୍ୟନ୍ତ ୧୨୧ ପ୍ରତିଶତ ବୃଦ୍ଧି ପରିଲକ୍ଷିତ ହୋଇଥିଲା।

କରୋନା ମହାମାରୀ ସମୟରେ ମଧ୍ୟ ଭାରତର କୋଟିପତିଙ୍କ ସମ୍ପତ୍ତି ଦିନକୁ ୩ ହଜାର ୬୦୮ କୋଟି ଟଙ୍କା ବୃଦ୍ଧି ପାଇଛି।
ରିପୋର୍ଟ ଅନୁଯାୟୀ, ୨୦୨୧ ମସିହାରେ ଭାରତର ପାଞ୍ଚ ପ୍ରତିଶତ ଲୋକ ଦେଶର ମୋଟ ସମ୍ପତ୍ତିର ୬୨ ପ୍ରତିଶତ ଅଧିକାରରେ ଥିଲେ। ଏଥି ସହିତ ଭାରତର ଜନସଂଖ୍ୟାର ୫୦ ପ୍ରତିଶତ ଲୋକଙ୍କ ପାଖରେ ଦେଶର ସମ୍ପତ୍ତିର ମାତ୍ର ତିନି ପ୍ରତିଶତ ରହିଛି। ଅକ୍ସଫାମ ରିପୋର୍ଟ ସରଭାଈବଲ ଅଫ ଦ ରିଚେଷ୍ଟ: ଦ ଇଣ୍ଡିଆନ ଷ୍ଟୋରୀ ଅନୁଯାୟୀ ୨୦୨୦ ରେ ଭାରତରେ ଧନକୁବେରଙ୍କ ସଂଖ୍ୟା ୧୦୨ଥିଲା। 2022 ମସିହାରେ ଏହି ସଂଖ୍ୟା ୧୬୬ରେ ପହଞ୍ଚିଛି। ସୋମବାର ସ୍ବିଜରଲାଣ୍ଡର ଡାଭୋସରେ ଆୟୋଜିତ ହେବାକୁ ଥିବା ବିଶ୍ୱ ଅର୍ଥନୈତିକ ଫୋରମ ରେ ଏହି ରିପୋର୍ଟ ଉପସ୍ଥାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri