ଭାରତରେ ୨୧ ଧନ କୁବେରଙ୍କ ପାଖରେ ଗଦାଗଦା ଧନ, କରୋନା ମହମାରୀରେ ୧୨୧ ପ୍ରତିଶତ ବଢ଼ିଛି…

ନୂଆଦିଲ୍ଲୀ,୧୬।୧ : ଧନୀ ଏବଂ ଗରିବଙ୍କ ମଧ୍ୟରେ ପାର୍ଥକ୍ୟକୁ ନେଇ ଦୁନିଆରେ ଏକ ଦୀର୍ଘ ବିତର୍କ ଚାଲିଛି। ତେବେ ଭାରତ ପରି ବିକଶିତ ଦେଶରେ ମଧ୍ୟ ଏହି ବ୍ୟବଧାନ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଅକ୍ସଫାମର ରିପୋର୍ଟରେ ଏହା ପ୍ରକାଶ ପାଇଛି।
ଏହି ରିପୋର୍ଟ ଅନୁଯାୟୀ, ଭାରତର ୨୧ ଧନ କୁବେରଙ୍କ ପାଖରେ ଗଦାଗଦା ଧନ ରହିଛି। ସେମାନଙ୍କ ପାଖରେ ଦେଶର ୭୦ କୋଟି ଲୋକଙ୍କ ତୁଳନାରେ ଅଧିକ ସମ୍ପତ୍ତି ଅଛି।
ରିପୋର୍ଟରେ ଦର୍ଶାଯାଇଛି ଯେ ୨୦୨୦ରେ କରୋନା ମହାମାରୀ ଆରମ୍ଭରୁ ନଭେମ୍ବର ୨୦୨୧ ପର୍ଯ୍ୟନ୍ତ ଯେଉଁଠାରେ ଅଧିକାଂଶ ଭାରତୀୟ ଚାକିରୀ ସମସ୍ୟାର ସମ୍ମୁଖୀନ ହୋଇଥିଲେ ଏବଂ ସଞ୍ଚୟ କରିବାକୁ ସଂଘର୍ଷ କରିଥିଲେ, ସେତେବେଳେ ଭାରତୀୟ ଧନ କୁବେରଙ୍କ ସମ୍ପତ୍ତିରେ ଗତ ବର୍ଷ ନଭେମ୍ବର ପର୍ଯ୍ୟନ୍ତ ୧୨୧ ପ୍ରତିଶତ ବୃଦ୍ଧି ପରିଲକ୍ଷିତ ହୋଇଥିଲା।

କରୋନା ମହାମାରୀ ସମୟରେ ମଧ୍ୟ ଭାରତର କୋଟିପତିଙ୍କ ସମ୍ପତ୍ତି ଦିନକୁ ୩ ହଜାର ୬୦୮ କୋଟି ଟଙ୍କା ବୃଦ୍ଧି ପାଇଛି।
ରିପୋର୍ଟ ଅନୁଯାୟୀ, ୨୦୨୧ ମସିହାରେ ଭାରତର ପାଞ୍ଚ ପ୍ରତିଶତ ଲୋକ ଦେଶର ମୋଟ ସମ୍ପତ୍ତିର ୬୨ ପ୍ରତିଶତ ଅଧିକାରରେ ଥିଲେ। ଏଥି ସହିତ ଭାରତର ଜନସଂଖ୍ୟାର ୫୦ ପ୍ରତିଶତ ଲୋକଙ୍କ ପାଖରେ ଦେଶର ସମ୍ପତ୍ତିର ମାତ୍ର ତିନି ପ୍ରତିଶତ ରହିଛି। ଅକ୍ସଫାମ ରିପୋର୍ଟ ସରଭାଈବଲ ଅଫ ଦ ରିଚେଷ୍ଟ: ଦ ଇଣ୍ଡିଆନ ଷ୍ଟୋରୀ ଅନୁଯାୟୀ ୨୦୨୦ ରେ ଭାରତରେ ଧନକୁବେରଙ୍କ ସଂଖ୍ୟା ୧୦୨ଥିଲା। 2022 ମସିହାରେ ଏହି ସଂଖ୍ୟା ୧୬୬ରେ ପହଞ୍ଚିଛି। ସୋମବାର ସ୍ବିଜରଲାଣ୍ଡର ଡାଭୋସରେ ଆୟୋଜିତ ହେବାକୁ ଥିବା ବିଶ୍ୱ ଅର୍ଥନୈତିକ ଫୋରମ ରେ ଏହି ରିପୋର୍ଟ ଉପସ୍ଥାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri