Posted inଜାତୀୟ

ଆତଙ୍କବାଦ ବିରୋଧରେ ଭାରତର ୮ ସୂତ୍ରୀ ଯୋଜନା

ଜାତିସଂଘ,୧୩।୧: ଆତଙ୍କବାଦ ବିରୋଧୀ ଲଢ଼େଇରେ ଭାରତ ଜାତିସଂଘ ସୁରକ୍ଷା ପରିଷଦରେ ୮ ସୂତ୍ରୀ ଯୋଜନା ଉପସ୍ଥାପନ କରିଛି। ଆତଙ୍କବାଦକୁ କେବେ ସହ୍ୟ କରାଯିବ ନାହିଁ। ଏଥିପାଇଁ ଭାରତ ପକ୍ଷରୁ ଜିରୋ ଟୋଲରେନ୍ସ୍‌ ନୀତି ଉପରେ ଗୁରତ୍ୱାରୋପ କରାଯାଉଛି। ଅନ୍ତର୍ଜାତୀୟ ଶାନ୍ତି ଏବଂ ଆତଙ୍କବାଦ ବିରୋଧୀ ପଦକ୍ଷେପ ଦ୍ୱାରା ସୃଷ୍ଟି ହେଉଥିବା ବିପଦ ଶୀର୍ଷକ ଆଲୋଚନା ଚକ୍ରରେ ଭାରତ ପକ୍ଷରୁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଯୋଗଦେଇ ଏଭଳି ମନ୍ତବ୍ୟ ଦେଇଛନ୍ତି। କେତେକ ଦେଶ ପାଖରେ ଆତଙ୍କବାଦ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଆବଶ୍ୟକ ସରଞ୍ଜାମ ନାହିଁ। ମାତ୍ର କେତେକ ଦେଶ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରୁଥିବା ବୋଲି ସେ କହିଛନ୍ତି। ଚାଇନା ଏବଂ ପାକିସ୍ତାନର ନାମ ନ ନେଇ ସେ ଏଭଳି କହିଛନ୍ତି। ଏସବୁ ଦେଶ ଆତଙ୍କବାଦୀଙ୍କୁ ଆଶ୍ରୟ ଦେବା ସହିତ ପାଣ୍ଠି ଯୋଗାଣ କାର୍ଯ୍ୟ କରୁଥିବା ଜୟ ଶଙ୍କର କହିଛନ୍ତି। ଏବେ ଆତଙ୍କବାଦୀଙ୍କ ପାଖରେ ବହୁ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଏବଂ ଯୁଦ୍ଧ ସରଞ୍ଜାମ ରହିଛି। ଏହା ଯୋଗୁ ଆତଙ୍କବାଦ ବିରୋଧରେ ଲଢ଼େଇ କରିବା କଷ୍ଟକର ହୋଇ ପଡ଼ିଥିବା ସେ କହିଛନ୍ତି। ଆତଙ୍କବାଦ ସମସ୍ୟାର ସମାଧାନ ପାଇଁ ରାଜନୈତିକ ଇଛାଶକ୍ତି ଉପରେ ଅନ୍ୟ ଦେଶମାନେ ଗୁରୁତ୍ୱାରୋପ କରିଥିଲେ। ତେବେ ଭାରତ ଏହାର ସଫଳ ସମାଧାନ ଲାଗି ଯୋଜନା ଉପସ୍ଥାପନ କରିବା ସହିତ ଜାତିସଂଘ ସୁରକ୍ଷା ପରିଷଦର ସଦସ୍ୟଙ୍କ ମିଳିତ ସହଯୋଗ ଅପରିହାର୍ଯ୍ୟ ବୋଲି ଜୟ ଶଙ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri