Posted inଜାତୀୟ

୮ ରାଜ୍ୟରେ ୯୦% ସକ୍ରିୟ ମାମଲା

ନୂଆଦିଲ୍ଲୀ,୧୦ା୭(ପି.ଟି.):ଭାରତରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪,୮୭୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୭,୨୯୬ରେ ପହଞ୍ଚତ୍ଛି। ଦେଶର ୮ଟି ରାଜ୍ୟରେ ୯୦ ପ୍ରତିଶତ ସକ୍ରିୟ ମାମଲା ରହିଛି। ସେହି ରାଜ୍ୟ ମଧ୍ୟରେ ଅଛନ୍ତି ମହାରାଷ୍ଟ୍ର, ତାମିଲନାଡୁ, ଦିଲ୍ଲୀ, କର୍ନାଟକ, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶ ଓ ଗୁଜରାଟ। ୮୦ ପ୍ରତିଶତ ସକ୍ରିୟ ମାମଲା ୪୯ ଜିଲାରୁ ବୋଲି କୋଭିଡ୍‌-୧୯ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀ (ଜିଓଏମ୍‌) ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଜନିତ ମୃତ୍ୟୁର ୮୬ ପ୍ରତିଶତ ୬ଟି ରାଜ୍ୟରେ ହୋଇଛି। ସେଗୁଡ଼ିକ ହେଲା ମହାରାଷ୍ଟ୍ର, ଦିଲ୍ଲୀ, ଗୁଜରାଟ, ତାମିଲନାଡୁ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ। ୩୨ ଜିଲାରୁ ୮୦ ପ୍ରତିଶତ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଜିଓଏମ୍‌ ବୈଠକ ବସିଥିଲା। ଅଧିକ ମୃତ୍ୟୁ ଘଟୁଥିବା ଅଞ୍ଚଳକୁ ସ୍ବତନ୍ତ୍ର ଫୋକସ୍‌ରେ ରଖାଯାଇଥିବା ମନ୍ତ୍ରଣାଳୟ ଜିଓଏମ୍‌କୁ ଜଣାଇଥିଲା। ତେବେ ୫ଟି ସର୍ବାଧିକ ପ୍ରଭାବିତ ଦେଶ ମଧ୍ୟରେ ଭାରତରେ ସଂକ୍ରମଣ ଏବଂ ମୃତ୍ୟୁ ହାର ସର୍ବନିମ୍ନ ଥିବା କୁହାଯାଇଛି। ଭାରତରେ ପ୍ରତି ୧ ନିୟୁତରେ ୫୩୮ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୧୫ ଜଣଙ୍କର ମୃତ୍ୟୁ ଘଟୁଛି। ବିଶ୍ୱ ସ୍ତରରେ ଏହି ହାର ଯଥାକ୍ରମେ ୧,୪୫୩ ଏବଂ ୬୮.୭ ରହିଛି। ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ହର୍ଷବର୍ଦ୍ଧନ ସ୍ପଷ୍ଟ କରିଛନ୍ତି।
ବର୍ତ୍ତମାନ ସୁଦ୍ଧା ଦେଶରେ ୩,୯୧୪ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍‌ ଚିକିତ୍ସା ସୁବିଧା ମିଳୁଛି। କରୋନା ରୋଗୀଙ୍କ ପାଇଁ ୩,୭୭,୭୩୭ ସାଧାରଣ ଆଇସୋଲେଶନ ବେଡ୍‌, ୩୯,୮୨୦ ଆଇସିୟୁ ବେଡ୍‌ ଏବଂ ୧,୪୨,୪୧୫ ଅକ୍ସିଜେନ୍‌ ସପୋର୍ଟ ବେଡ୍‌ର ବ୍ୟବସ୍ଥା କରାଯାଇଛି। ଏହା ବ୍ୟତୀତ ୨୦,୦୪୭ ଭେଣ୍ଟିଲେଟର ଯୋଗାଇଦିଆଯାଇଛି। ସେହିପରି ସ୍ବାସ୍ଥ୍ୟ କର୍ମଚାରୀମାନଙ୍କ ସୁରକ୍ଷା ପାଇଁ ୨୧.୩ କୋଟି ଏନ୍‌୯୫ ମାସ୍କ, ୧.୨ କୋଟି ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ) ଏବଂ ୬.୧୨ କୋଟି ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଔଷଧ ଯୋଗାଇ ଦିଆଯାଇଛି। କରୋନା ସଂକ୍ରମଣ ନିୟନ୍ତ୍ରଣ ଲାଗି ବର୍ତ୍ତମାନ ଆବଦ୍ଧାଞ୍ଚଳ ନିୟମକୁ କଡ଼ାକଡ଼ି କରାଯାଇଛି। ଏଥିସହିତ ସମ୍ପୂର୍ଣ୍ଣ ପରୀକ୍ଷା କ୍ଷମତାର ଉପଯୋଗ କରାଯିବା ସହ ଅନ୍ୟାନ୍ୟ ରୋଗ ଥିବା ବ୍ୟକ୍ତି, ବରିଷ୍ଠ ବ୍ୟକ୍ତିଙ୍କ ଉପରେ ନଜର ରଖାଯାଇଛି। ଆରୋଗ୍ୟ ସେତୁ ଭଳି ଡିଜିଟାଲ ଉପକରଣର ଅଧିକ ଉପଯୋଗ କରାଯାଉଛି। ରୋଗୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯିବା ସହ ଭିତ୍ତିଭୂମି ପ୍ରସ୍ତୁତିକୁ ବଢ଼ାଇ ଦିଆଯାଇଥିବା ହର୍ଷବର୍ଦ୍ଧନ କହିଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ୪୮୭ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧,୧୨୯ରେ ପହଞ୍ଚତ୍ଛି। ବର୍ତ୍ତମାନ ସୁଦ୍ଧା ୪,୭୬,୩୭୭ ଜଣ ସୁସ୍ଥ ହୋଇଥିବାବେଳେ ୨,୬୯,୭୮୯ ଜଣ ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଆରୋଗ୍ୟ ହାର ୬୨.୦୮ ପ୍ରତିଶତକୁ ବୃଦ୍ଧି ପାଇଛି। ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରୁ ସର୍ବାଧିକ ୧୯୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ତାମିଲନାଡୁରୁ ୬୪, କର୍ନାଟକରୁ ୫୪, ଦିଲ୍ଲୀରୁ ୪୮, ପଶ୍ଚିମବଙ୍ଗରୁ ୨୩, ଉତ୍ତରପ୍ରଦେଶରୁ ୧୮, ଗୁଜରାଟରୁ ୧୬ ଜଣଙ୍କ ଜୀବନ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri