Posted inଜାତୀୟ

ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତର ୮୭୦୦ କୋଟି ଡଲାର କ୍ଷତି…

ନୂଆଦିଲ୍ଲୀ,୨୬।୧୦: ଜଳବାୟୁ ପରିବର୍ତ୍ତନ ଯୋଗୁ ଭାରତରେ ଗତ ୨୦୨୦ ବର୍ଷରେ ଦେଖାଦେଇଥିବା ପ୍ରାକୃତିକ ବିପର୍ଯ୍ୟୟରେ ୭୮୦୦ କୋଟି ଡଲାର କ୍ଷତି ହୋଇଛି। ଏନେଇ ମଙ୍ଗଳବାର ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ଏସିଆରେ ଜଳବାୟୁ ସମ୍ପର୍କରେ ପ୍ରକାଶିତ ଏକ ରିପୋର୍ଟ ଉଲ୍ଲେଖ ହୋଇଛି। ଭାରତର ଗତ ବର୍ଷ ଦେଖାଦେଇଥିବା ବାତ୍ୟା, ବନ୍ୟା ଏବଂ ମରୁଡି ଯୋଗୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ଦର୍ଶାଯାଇଛି। ଜାତିସଂଘ ଦ୍ୱାରା ଅକ୍ଟୋବର ୩୧ରେ ସ୍କଟ୍‌ଲାଣ୍ଡର ଗ୍ଲାସ୍‌ଗୋରେ ଆୟୋଜିତ ହେବାକୁଥିବା ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ ପୂର୍ବରୁ ଏହି ରିପୋର୍ଟ ପ୍ରକାଶ ପାଇଛି।

ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଚାଇନାରେ ସର୍ବାଧିକ ୨୩୮୦୦ କୋଟି ଡଲାର ୪ କ୍ଷତି ହୋଇଛି। ଏହା ପଛରେ ଭାରତ ରହିଛି। ସେହିପରାି ଜାପାନର ୮୩ ୦୦ କୋଟି ଡଲାର କ୍ଷତି ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ମରୁଡ଼ି ଯୋଗୁ ଅଧିକ କ୍ଷତି ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି।

ଗତ ବର୍ଷ ଅତ୍ୟଧିକ ଉତ୍ତାପ ଅନୁଭୁତ ହୋଇଥିବାବେଳେ ଏସିଆର ତାପମାତ୍ରାରେ ୧.୩୯ ଡିଗ୍ରୀ ସେଲସିୟସ୍‌ ବୃ୍‌ଦ୍ଧି ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ସେହିପରି ଏସିଆରେ ଖାଦ୍ୟ ସୁରକ୍ଷା ସ୍ଥିତି ଉତ୍କଟ ରହିଥିବା ଏଥିରେ ଦର୍ଶାଯାଇଛି।

୨୦୨୦ ବର୍ଷରେ ଦକ୍ଷିଣ-ପୂର୍ବ ଏସିଆରେ ୪୮.୮ ନିୟୁତ ଲୋକ କୁପୋଷଣର ଶିକାର ହୋଇଥିବାବେଳେ ଦକ୍ଷିଣ ଏସିଆରେ ଏହାର ପରିମାଣ ୩୦୫.୭ ନିୟୁତ ରହିଛି। ସେହିପରି ପଶ୍ଚିମ ଏସିଆରେ ୪୨.୩ ନିୟୁତ ଲୋକ କୁପୋଷଣ ଦ୍ୱାରା ପ୍ରଭାବିତ ହୋଇଥିବା ରିପୋର୍ଟରେ ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri