ଭାରତର ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭିତରକନିକା

ରାଜନଗର, ୨୭ା୨(ଡି.ଏନ.ଏ.):ପ୍ରକୃତିର ବିସ୍ମୟ ଭିତରକନିକା। ୬୭୨ବର୍ଗ କିମି ବ୍ୟାପ୍ତ ଭିତରକନିକା ଅଭୟାରଣ୍ୟ ଓ ୧୪୫ ବର୍ଗ କିମି ବିଶିଷ୍ଟ ଭିତରକନିକା ଜାତୀୟ ଉଦ୍ୟାନର ଜୈବ ବିବିଧତା ପ୍ରକୃତି ପ୍ରେମୀ, ପରିବେଶବିତ୍‌, ଜୀବ ବିଜ୍ଞାନୀ, ପକ୍ଷୀ ବିଷାରଦମାନଙ୍କୁ ସବୁ ସମୟରେ ଆକୃଷ୍ଟ କରି ଆସିଛି। ଜୈବ ବିବିଧତା ପାଇଁ ଭିତରକନିକାକୁ ଆନ୍ତର୍ଜ୍ୟାତିକ ରାମସାର ସାଇଟର ମାନ୍ୟତା ମିଳିଛି। ଭାରତରେ ଥିବା ପ୍ରାକୃତିକ ପରିବେଶସ୍ଥଳ ମଧ୍ୟରେ ଭିତରକନିକା ଜାତୀୟ ସ୍ତରରେ ଶ୍ରେଷ୍ଠ ଭାବେ ବିବେଚିତ ହୋଇଛି। ଶୁକ୍ରବାର ନୂଆଦିଲ୍ଲୀଠାରେ ଇଣ୍ଡିଆଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘଓ୍ବାଲ ଯୋଗଦେଇ ଭାରତର ବିଭିନ୍ନ ପର୍ଯ୍ୟଟନର ବିକାଶ ଉପରେ ମତ ରଖିଥିଲେ। ଏହି ଅବସରରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ୩ ଟି ବର୍ଗକୁ ସମ୍ମାନିତ କରାଯରାଇଥିଲା। ଶ୍ରେଷ୍ଠ ପାର୍ବଣ ସ୍ଥଳ ଭାବେ ପୁରୀ ରଥଯାତ୍ରା, ଶ୍ରେଷ୍ଠ ଆଇକ୍‌ନିକ ସ୍ଥଳ ଭାବେ କୋଣାର୍କ ଏବଂ ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଭିତରକନିକା ପୁରସ୍କାରକୁ ରାଜ୍ୟ ପର୍ଯ୍ୟଟନ ସଚିବ ସଚ୍ଚିନ ରାମଚନ୍ଦ୍ର ଯାଦବ ଗ୍ରହଣ କରିଛନ୍ତି। ବିଶ୍ୱ ପ୍ରସିଦ୍ଧ ଭିତରକନିକା ଶ୍ରେଷ୍ଠ ବନ୍ୟଜନ୍ତୁ ସ୍ଥଳ ଭାବେ ଜାତୀୟ ସ୍ତରରେ ଚୟନ ହେବା ପରେ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳିଯାଇଛି।
ବଙ୍ଗୋପସାଗର ତଟବର୍ତ୍ତୀ ବ୍ରାହ୍ମଣୀ, ବୈତରଣୀ ଏବଂ ଖରସ୍ରୋତା ତ୍ରିକୋଣ ଭୂମିରେ ପ୍ରକୃତିର ଗନ୍ତାଘର ବିଶ୍ୱପ୍ରସିଦ୍ଧ ଭିତରକନିକାର ଜୈବ ବିବିଧତା ଏବଂ ଭାରତର ଦ୍ୱିତୀୟ ବୃହତମ ଲୁଣା ଜଙ୍ଗଲ ସାଙ୍ଗକୁ ଏହାର ପ୍ରାକୃତିକ ବିଭବ ସବୁବେଳେ ଦେଶ ବିଦେଶର ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରି ଆସିଛି। ଏହାସହ ଭିତରକନିକାରେ ପ୍ରବାହିତ ନଦୀ ନାଳରେ ପ୍ରାକୃତିକ ଭାବେ ବସବାସ କରୁଥିବା ବଉଳା କୁମ୍ଭୀର, ବିଶେଷକରି ଏଥିରେ ବସବାସ କରୁଥିବା ଶଙ୍ଖୁଆ ଧଳା କୁମ୍ଭୀର ପର୍ଯ୍ୟଟକ ଓ ଗବେଷକମାନଙ୍କୁ ଆନମନା କରିଦିଏ। ଗହୀରମଥାର ଅଲିଭ୍‌ରିଡ୍‌ଲେ କଇଁଛଙ୍କ ଲୀଳାଖେଳା ଓ ସମୂହ ଅଣ୍ଡାଦାନ ପ୍ରକ୍ରିୟା ସମଗ୍ର ବିଶ୍ୱରେ ବିରଳ। ପ୍ରାକୃତିକ ବିପର୍ଯ୍ୟୟବେଳେ ସାଗର ତଟବର୍ତ୍ତୀ ପ୍ରାଚୀର ଭାବେ ଉପକୂଳବର୍ତ୍ତୀ ଅଞ୍ଚଳକୁ ସୁରକ୍ଷା ଦେଇ ଆସୁଥିବା ହେନ୍ତାଳ ବଣ ଏବଂ ଏଥିରେ ବସବାସ କରୁଥିବା ନାନା ପ୍ରକାର ଜୀବଜନ୍ତୁ ପାଇଁ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି। ଭିତରକନିକାର ବିଶ୍ୱର ଶ୍ରେଷ୍ଠ ବନ୍ୟଜୀବ ସ୍ଥଳ ଭାବେ ମାନ୍ୟତା ମିଳିବା ନିଶ୍ଚିତ ଭାବେ କେବଳ ରାଜନଗର ନୁହେଁ, ସମଗ୍ର ରାଜ୍ୟ ପାଇଁ ଗୌରବର ଗାଥା କହିଲେ ଅତ୍ୟୁକ୍ତି ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri