Posted inଜାତୀୟ

ଭାରତର ବଡ଼ ଯୋଜନା: ଏଡିବି ଅଧ୍ୟକ୍ଷଙ୍କୁ ଭେଟିଲେ ସୀତାରାମନ୍‌

ନୂଆଦିଲ୍ଲୀ,୫ା୫: ଗତ ମାସ ୨୨ ତାରିଖରେ ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଏକାଧିକ କୂଟନୈତିକ କଟକଣା ଲଗାଇଥିବା ବେଳେ ଏବେ ଆର୍ଥତ୍କ ଆକ୍ରମଣ କରିବାକୁ ଲକ୍ଷ୍ୟ ରଖିଛି। ଆତଙ୍କବାଦୀ ସଂଗଠନଗୁଡ଼ିକୁ ଆର୍ଥତ୍କ ସହାୟତା ଯୋଗାଉଥିବା ଇସ୍‌ଲାମାବାଦକୁ ଅନ୍ତର୍ଜାତୀୟ ପାଣ୍ଠି ହ୍ରାସ କରାଇବା ପାଇଁ ଭାରତ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏସିଆନ୍‌ ଡେଭେଲପ୍‌ମେଣ୍ଟ ବ୍ୟାଙ୍କ (ଏଡିବି) ଅଧ୍ୟକ୍ଷଙ୍କୁ ଭେଟି ପାକିସ୍ତାନକୁ ପାଣ୍ଠି ହ୍ରାସ କରିବାକୁ ଦାବି କରିଥିବା ଏକ ସରକାରୀ ସୂତ୍ରରୁ ଜଣାପଡ଼ିଛି। କେବଳ ସେତିକି ନୁହେଁ, ପାକିସ୍ତାନକୁ ପୁଣିଥରେ ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସ (ଏଫଏଟିଏଫ୍‌)ର ଗ୍ରେ ତାଲିକାରେ ରଖିବା ପାଇଁ ସୀତାରାମନ ୟୁରୋପୀୟ ରାଷ୍ଟ୍ରଗୁଡ଼ିକ ସହ ଆଲୋଚନା କରିଛନ୍ତି।

ଇଟାଲୀର ମିଲନଠାରେ ଅନୁଷ୍ଠିତ ଏଡିବି ବାର୍ଷିକ ବୈଠକରେ ଅର୍ଥମନ୍ତ୍ରୀ ଏଡିବି ଅଧ୍ୟକ୍ଷ ମାସାତୋ କାଣ୍ଡାଙ୍କୁ ଭେଟିଥିଲେ। ଏଥିସହିତ ସେ ଇଟାଲୀ ଅର୍ଥମନ୍ତ୍ରୀ ଗିଆନକାର୍ଲୋ ଗିଓର୍ଗେଟ୍ଟିଙ୍କୁ ଭେଟି ଅନୁରୂପ ଦାବି କରିଥିଲେ। ଆର୍ଥତ୍କ ସଙ୍କଟ ମଧ୍ୟରେ ଥବା ପାକିସ୍ତାନ ଏଡିବି ପାଣ୍ଠି ଉପରେ ଅତ୍ୟଧିକ ନିର୍ଭରଶୀଳ। ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ଏବଂ ଏଡିବି ପାକିସ୍ତାନର ବିଭିନ୍ନ ସେକ୍ଟରକୁ ଆର୍ଥତ୍କ ସହାୟତା ଯୋଗାଇଆସୁଛନ୍ତି। ପାକିସ୍ତାନକୁ ଆଇଏମ୍‌ଏଫ୍‌ର ୭ ବିଲିୟନ ଡଲାରରୁ ଊର୍ଦ୍ଧ୍ୱ ସହାୟତା ପ୍ୟାକେଜ୍‌କୁ ନେଇ ଭାରତ ନିଜର ଉଦ୍‌ବେଗ ଜଣାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri