Posted inଖେଳ

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ମହିଳା ବିଶ୍ୱକପ୍‌ ଇତିହାସରେ ଏହା ଭାରତ ପାଇଁ ସର୍ବବୃହତ୍‌ ବିଜୟ। ଏହି ବିଜୟ ଯୋଗୁ ଦ୍ୱିତୀୟ ରାଉଣ୍ଡରେ ଭାରତୀୟ ଦଳର ସ୍ଥାନ ପ୍ରାୟତଃ ନିଶ୍ଚିତ ହୋଇଛି। ଭାରତ ଏବେ ଦୁଇ ମ୍ୟାଚ୍‌ରୁ ୪ ପଏଣ୍ଟ ସହ ଗ୍ରୁପ୍‌ ଶୀର୍ଷରେ ରହିଛି। ସମାନ ୨ ମ୍ୟାଚ୍‌ରୁ ୪ ପଏଣ୍ଟ ହାସଲ କରିଥିବା ଚାଇନା ଗୋଲ ବ୍ୟବଧାନରେ ଭାରତଠାରୁ ପଛରେ ରହିଥିବାରୁ ଦ୍ୱିତୀୟ ସ୍ଥାନରେ ରହିଛି। ଭାରତୀୟ ଦଳ ଆସନ୍ତା ୨୦ ତାରିଖରେ ତୃତୀୟ ତଥା ଅନ୍ତିମ ଗ୍ରୁପ୍‌ ମ୍ୟାଚ୍‌ରେ ଇଂଲଣ୍ଡକୁ ଭେଟିବ।

ରୌପ୍ୟ ପଦକଧାରୀ ଚାଇନା ବିପକ୍ଷ ପ୍ରଥମ ମ୍ୟାଚ୍‌କୁ ୨-୨ ଗୋଲରେ ବରାବର ରଖିଥିବା ଭାରତୀୟ ଦଳ ଏହି ମ୍ୟାଚ୍‌ରେ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସର ସହ ଓହ୍ଲାଇଥିଲା। ମ୍ୟାଚ୍‌ର ୧୧ଶ ମିନିଟ୍‌ରେ ସୁନେଲିତାଙ୍କ ଗୋଲ ଜରିଆରେ ଭାରତ ଖାତା ଖୋଲିଥିଲା।

ଦ୍ୱିତୀୟ କ୍ୱାର୍ଟରର ୧୭ତମ ମିନିଟ୍‌ରେ ନବନୀତ କୌର ଏକ ଚମତ୍କାର ଫିଲ୍ଡ ଗୋଲକରି ଭାରତକୁ ୨-୦ ଗୋଲର ଅଗ୍ରଣୀ ଆଣିଦେଇଥିଲେ। ୨୫ତମ ମିନିଟ୍‌ରେ ଭାରତକୁ ଏକ ପେନାଲ୍ଟି କର୍ନର (ପିସି) ମିଳିଥିଲା, ଯାହାକୁ ସୁଶୀଲା ଚାନୁ ପୁଖରାମବାମ୍‌ ଗୋଲରେ ପରିଣତ କରିଥିଲେ।

ଫଳରେ ପ୍ରଥମାର୍ଦ୍ଧ ସୁଦ୍ଧା ଭାରତ ୩-୦ ଗୋଲରେ ଆଗରେ ରହିଥିଲା। ତୃତୀୟ କ୍ୱାର୍ଟରରେ ଭାରତୀୟ ଖେଳାଳିମାନେ ୩ଟି ଗୋଲ କରିଥିଲେ। ୩୮ତମ ମିନିଟ୍‌ରେ ଦୀପିକା ଏକ ଫିଲ୍ଡ ଗୋଲ ଦେଇଥିଲେ। ଏହାପରେ ତୃତୀୟ କ୍ୱାର୍ଟରର ଅନ୍ତିମ ଦୁଇ ମିନିଟ୍‌ରେ ଲାଲରେମ୍‌ସିଆମି (୪୪ତମ) ଓ ସାକ୍ଷୀ ରାନୀ(୪୫ତମ) ଗୋଟିଏ ଲେଖାଏ ଗୋଲ କରିଥିଲେ। ଅନ୍ୟପକ୍ଷରେ ଦକ୍ଷିଣ ଆଫ୍ରିକା ଲାଗି ଅନ୍ତିମ କ୍ୱାର୍ଟରରେ କାୟଲା ଡି ଓ୍ବାଲା ଏକମାତ୍ର ଗୋଲସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ

ରାଜନଗର, ୧୧।୮ (ଭାସ୍କର ରାଉତରାୟ): ମୌସୁମୀର ଆଗମନରେ ଚଳିତ ବର୍ଷ ଜୁଲାଇ ମାସଠାରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଦେଶୀୟ ପକ୍ଷୀଙ୍କ ସମାଗମରେ ପକ୍ଷୀବିହାର ଭିତରକନିକାର ଶୋଭା…

ଧର୍ମଘଟ: କେନ୍ଦୁଝରରେ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଭାବିତ

କେନ୍ଦୁଝର,୧୧।୯(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ସ ଆହ୍ବାନରେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ କରାଯାଇଛି। କେନ୍ଦୁଝର ଜିଲାରେ ମଧ୍ୟ ଏହାର ପ୍ରଭାବ…

ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ

ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

ଲଦ ସିକକାଙ୍କ ଗିରଫ ପ୍ରତିବାଦରେ କଲ୍ୟାଣସିଂହପୁର ଥାନା ଘେରାଉ

କଲ୍ୟାଣସିଂହପୁର, ୧୧/୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ଆବାହକ ତଥା ସଭାପତି ଲଦ ସିକକାଙ୍କୁ ପୋଲିସ ଗିରଫ କରିବା ଘଟଣାକୁ ନେଇ କଲ୍ୟାଣସିଂହପୁର ଅଞ୍ଚଳରେ…

ସମିତିସଭ୍ୟଙ୍କଠାରୁ ସୁନା ଚେନ୍‌ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗୋଆରୁ ଓଡ଼ିଆ ଶ୍ରମିକ ନିଖୋଜ, ଟ୍ରେନରେ ଗାଁ କୁ ଫେରୁଥିଲେ, ୧୨ ଦିନ ହେଲା ମିଳୁନି ପତ୍ତା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ନବରଙ୍ଗପୁର ଗାଁର ସୁରେଶ ଗୌଡ଼(୫୬) ଦାଦନ ଶ୍ରମିକ ଭାବେ ଗୋଆର ଏକ ଘରୋଇ ଷ୍ଟିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?