Posted inଖେଳ

ଆଥଲେଟିକ୍ସରେ ବ୍ରୋଞ୍ଜ୍‌ରୁ ଭାରତର ଅଭିଯାନ

ଚେଙ୍ଗଡୁ, ୩।୮: ଏଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ଆଥଲେଟିକ୍ସ ଇଭେଣ୍ଟରେ ବୁଧବାର ଭାରତର ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଭବାନୀ ଯାଦବ ଭଗବତୀ ମହିଳା ଲଙ୍ଗଜମ୍ପ ଇଭେଣ୍ଟରେ ବ୍ରୋଞ୍ଜ ପଦକ ପାଇଛନ୍ତି। ସେ ୬.୩୨ ମିଟର ଜମ୍ପକରି ଏହି ସଫଳତା ପାଇଥିଲେ। ପୋଲାଣ୍ଡର ନିକୋଲା ହୋରୋସ୍କା ୬.୬୦ ଓ ମାଗ୍‌ଦାଲେନା ବୋକୁନ ୬.୪୧ ମିଟର ସହିତ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇଛନ୍ତି।

ଶୁଟିଂ ଦଳକୁ ୮ ସ୍ବର୍ଣ୍ଣ ସହ ୧୪ ପଦକ

ଭାରତୀୟ ଶୁଟରମାନେ ଏଥର ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏମାନେ ୮ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୨ ବ୍ରୋଞ୍ଜ ସହ ମୋଟ ୧୪ ପଦକ ହାସଲ କରିଛନ୍ତି। ଫଳରେ ଭାରତୀୟ ଶୁଟିଂ ଦଳ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଛି। ଭାରତୀୟ ପ୍ରତିନିଧି ଦଳରେ ମୋଟ ୨୦ ଶୁଟର ସାମିଲ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୮ ଜଣ ପଦକ ହାସଲ କରିଛନ୍ତି। ବୁଧବାର ଅନ୍ତିମ ଦିବସରେ ଅନୁଷ୍ଠିତ ୧୦ ମିଟର ଏୟାର ରାଇଫଲ ମିକ୍ସଡ ଟିମ୍‌ ଇଭେଣ୍ଟରେ ଭାରତର ଏଲାଭେନିଲ ଭାଲାରିଭାନ ଓ ଦିବ୍ୟାଂଶ ସିଂ ପନଓ୍ବର ରୌପ୍ୟ ପଦକ ହାସଲ କରିଛନ୍ତି। ଚାଇନା ପ୍ରତିଯୋଗୀ ସ୍ବର୍ଣ୍ଣ ଓ ଆମେରିକା ବ୍ରୋଞ୍ଜ ପଦକ ହାସଲ କରିଛି। ବୁଧବାର ଶେଷସୁ୍‌ଦ୍ଧା ଭାରତ ୧୧ ସ୍ବର୍ଣ୍ଣ, ୫ ରୌପ୍ୟ ଓ ୭ ବ୍ରୋଞ୍ଜ ସହ ମୋଟ ୨୩ଟି ପଦକ ପାଇ ପଏଣ୍ଟ ଟେବୁଲର ୪ର୍ଥ ସ୍ଥାନରେ ରହିଛି। ଚାଇନା, କୋରିଆ ଓ ଜାପାନ ପ୍ରଥମ ୩ ସ୍ଥାନ ଅଧିକାର କରିଛନ୍ତି।
ଭାରତରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶା ଖେଳାଳିଙ୍କ ମଧ୍ୟରେ ଋତପର୍ଣ୍ଣା ଓ ଶ୍ୱେତପର୍ଣ୍ଣା ମହିଳା ଡବଲ୍ସ ବ୍ୟାଡ୍‌ମିଣ୍ଟନ, ଋତପର୍ଣ୍ଣା ମିକ୍ସଡ ଡବଲ୍ସ ବ୍ୟାଡ୍‌ମିଣ୍ଟନ, କବିର ହଂସ ମିକ୍ସଡ ଡବଲ୍ସ ଟେନିସ, ବିକ୍ରାନ୍ତ ମଲିକ ଜାଭେଲିନ୍‌ ଥ୍ରୋ ଏବଂ ପ୍ରତ୍ୟାଶା ରାୟ ସୁଇମିଂ ଇଭେଣ୍ଟରେ ଆକ୍ସନରେ ଦେଖିବାକୁ ମିଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri