Posted inଖେଳ

ଆଥଲେଟିକ୍ସରେ ବ୍ରୋଞ୍ଜ୍‌ରୁ ଭାରତର ଅଭିଯାନ

ଚେଙ୍ଗଡୁ, ୩।୮: ଏଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ଆଥଲେଟିକ୍ସ ଇଭେଣ୍ଟରେ ବୁଧବାର ଭାରତର ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଭବାନୀ ଯାଦବ ଭଗବତୀ ମହିଳା ଲଙ୍ଗଜମ୍ପ ଇଭେଣ୍ଟରେ ବ୍ରୋଞ୍ଜ ପଦକ ପାଇଛନ୍ତି। ସେ ୬.୩୨ ମିଟର ଜମ୍ପକରି ଏହି ସଫଳତା ପାଇଥିଲେ। ପୋଲାଣ୍ଡର ନିକୋଲା ହୋରୋସ୍କା ୬.୬୦ ଓ ମାଗ୍‌ଦାଲେନା ବୋକୁନ ୬.୪୧ ମିଟର ସହିତ ଯଥାକ୍ରମେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ପାଇଛନ୍ତି।

ଶୁଟିଂ ଦଳକୁ ୮ ସ୍ବର୍ଣ୍ଣ ସହ ୧୪ ପଦକ

ଭାରତୀୟ ଶୁଟରମାନେ ଏଥର ପ୍ରତିଯୋଗିତାରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଏମାନେ ୮ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୨ ବ୍ରୋଞ୍ଜ ସହ ମୋଟ ୧୪ ପଦକ ହାସଲ କରିଛନ୍ତି। ଫଳରେ ଭାରତୀୟ ଶୁଟିଂ ଦଳ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଛି। ଭାରତୀୟ ପ୍ରତିନିଧି ଦଳରେ ମୋଟ ୨୦ ଶୁଟର ସାମିଲ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୮ ଜଣ ପଦକ ହାସଲ କରିଛନ୍ତି। ବୁଧବାର ଅନ୍ତିମ ଦିବସରେ ଅନୁଷ୍ଠିତ ୧୦ ମିଟର ଏୟାର ରାଇଫଲ ମିକ୍ସଡ ଟିମ୍‌ ଇଭେଣ୍ଟରେ ଭାରତର ଏଲାଭେନିଲ ଭାଲାରିଭାନ ଓ ଦିବ୍ୟାଂଶ ସିଂ ପନଓ୍ବର ରୌପ୍ୟ ପଦକ ହାସଲ କରିଛନ୍ତି। ଚାଇନା ପ୍ରତିଯୋଗୀ ସ୍ବର୍ଣ୍ଣ ଓ ଆମେରିକା ବ୍ରୋଞ୍ଜ ପଦକ ହାସଲ କରିଛି। ବୁଧବାର ଶେଷସୁ୍‌ଦ୍ଧା ଭାରତ ୧୧ ସ୍ବର୍ଣ୍ଣ, ୫ ରୌପ୍ୟ ଓ ୭ ବ୍ରୋଞ୍ଜ ସହ ମୋଟ ୨୩ଟି ପଦକ ପାଇ ପଏଣ୍ଟ ଟେବୁଲର ୪ର୍ଥ ସ୍ଥାନରେ ରହିଛି। ଚାଇନା, କୋରିଆ ଓ ଜାପାନ ପ୍ରଥମ ୩ ସ୍ଥାନ ଅଧିକାର କରିଛନ୍ତି।
ଭାରତରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶା ଖେଳାଳିଙ୍କ ମଧ୍ୟରେ ଋତପର୍ଣ୍ଣା ଓ ଶ୍ୱେତପର୍ଣ୍ଣା ମହିଳା ଡବଲ୍ସ ବ୍ୟାଡ୍‌ମିଣ୍ଟନ, ଋତପର୍ଣ୍ଣା ମିକ୍ସଡ ଡବଲ୍ସ ବ୍ୟାଡ୍‌ମିଣ୍ଟନ, କବିର ହଂସ ମିକ୍ସଡ ଡବଲ୍ସ ଟେନିସ, ବିକ୍ରାନ୍ତ ମଲିକ ଜାଭେଲିନ୍‌ ଥ୍ରୋ ଏବଂ ପ୍ରତ୍ୟାଶା ରାୟ ସୁଇମିଂ ଇଭେଣ୍ଟରେ ଆକ୍ସନରେ ଦେଖିବାକୁ ମିଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସେଲିବ୍ରେସନ୍‌ ପାଇଁ ବାଣ, ମିଠା କିଣି ଘରକୁ ଆଣିଥିଲେ ରିଙ୍କୁ ସିଂ’ଙ୍କ ବାପା, ପୁଅର ହେଲାଣି ସିଲେକ୍‌ସନ୍‌

ନୂଆଦିଲ୍ଲୀ,୧ା୫: ମଙ୍ଗଳବାର ପୁରୁଷ ଟି୨୦ ବିଶ୍ୱକପ ପାଇଁ ୧୫ ଜଣ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ନିମ୍ନକ୍ରମର ଦୁର୍ଦଶ ବ୍ୟାଟର ରିଙ୍କୁ ସିଂଙ୍କୁ ଦଳରେ...

ଲକ୍ଷ୍ନୌ ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ହେଲା ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛି

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ମୁମ୍ବାଇ ଇଣ୍ଡିଆନ୍ସକୁ ୪ ଉଇକେଟରେ ପରାସ୍ତ କରିଛି। ଲକ୍ଷ୍ନୌର ଘରୋଇ ଗ୍ରାଉଣ୍ଡରେ ଖେଳାଯାଇଥିବା ମ୍ୟାଚରେ...

ପାଣ୍ଡ୍ୟାଙ୍କ ଏହି ଭୁଲ ଯୋଗୁ ମୁମ୍ବାଇକୁ ପଡ଼ିଲା ଭାରି, ଅଧିନାୟକ ସମେତ ଖେଳାଳିଙ୍କ ଉପରେ ଲାଗିଲା ମୋଟା ଅଙ୍କର ଫାଇନ୍‌

ନୂଆଦିଲ୍ଲୀ,୧।୫: ଆଇପିଏଲ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସକୁ ଡବଲ ଝଟକା ଲାଗିଛି। ଟୁର୍ନାମେଣ୍ଟର ୪୮ତମ ମ୍ୟାଚରେ ମୁମ୍ବାଇକୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ୪ ଉଇକେଟ୍‌ରେ ହରାଇଛି। ଏହି...

ବିରାଟ କୋହଲି ଆମର ଜ୍ୱାଇଁ…କାହିଁକି ଏମିତି କହିଲେ ଶାହରୁଖ

କୋଲକାତା,୧।୫: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ ମାଲିକ ତଥା ବଲିଉଡ ଅଭିନେତା ଶାହାରୁଖ ଖାନ ବିରାଟ କୋହଲିଙ୍କ ଉପରେ ନିଜର ମତ ରଖିଛନ୍ତି। କୋହଲିଙ୍କୁ...

ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ୍‌ରୁ ବିଦା! ଜାଣନ୍ତୁ କ’ଣ ରହିଛି ସମୀକରଣ

ଲକ୍ଷ୍ନୌ,୧।୫: ଆଇପିଏଲ ୨୦୨୪ର ୪୮ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ସୁପର ଜଏଣ୍ଟସ ଏହି ମ୍ୟାଚ ସହଜରେ ଜିତିଲା।...

ଟି-୨୦ ବିଶ୍ୱକପ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା: ଜାଣନ୍ତୁ ଦଳରେ କାହାକୁ ମିଳିଲା ସ୍ଥାନ

ସିଡନୀ,୧।୫: ଅଷ୍ଟ୍ରେଲିଆ ମଧ୍ୟ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ବିଶ୍ୱକପ୍‌ରେ ଦଳ ଅନ୍ତର୍ଜାତୀୟ ଟି-୨୦ ଅଧିନାୟକ ମିଚେଲ ମାର୍ଶଙ୍କ...

ଆଦିତ୍ୟଙ୍କ ମାଉଣ୍ଟ କୋଜିଓସ୍କୋ ଆରୋହଣ

ଭୁବନେଶ୍ୱର, ୧।୫ (ତପନ ସ୍ବାଇଁ): ଅଷ୍ଟ୍ରେଲିଆ ମହାଦେଶର ଉଚ୍ଚତମ ଶୃଙ୍ଗ ମାଉଣ୍ଟ କୋଜିଓସ୍କୋକୁ ସଫଳତାର ସହ ଆରୋହଣ କରିଛନ୍ତି ଯୁବ ପର୍ବତାରୋହୀ ଆଦିତ୍ୟ ପ୍ରସାଦ ଖାଡ଼ଙ୍ଗା।...

ଦକ୍ଷିଣ ଆଫ୍ରିକା ଦଳରେ ଦୁଇ ନୂଆ ମୁହଁ

ଜୋହାନ୍ସବର୍ଗ, ୧ା୫ : ଓ୍ବେଷ୍ଟଇଣ୍ଡିଜ ଓ ଆମେରିକାରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ମଙ୍ଗଳବାର ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳ ଘୋଷଣା କରାଯାଇଛି। ଆଘାତଜନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri