Posted inଜାତୀୟ

ଭାରତରେ ଚିତା ସଂଖ୍ୟା ୫୦ ପାର୍, କୁନୋରେ ୫ ନୂଆ ଶାବକଙ୍କ ଜନ୍ମ

ମଧ୍ୟପ୍ରଦେଶ,୧୧।୩: ଭାରତର ‘ପ୍ରୋଜେକ୍ଟ ଚିତା’ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବ୍ୟାରୁ ଆସିଥିବା ମାଦା ଚିତା ‘ଜ୍ଵାଳା’ ୫ଟି ଶାବକଙ୍କୁ ଜନ୍ମ ଦେଇଛି। ଏହି ନୂଆ ଅତିଥିଙ୍କ ଆଗମନ ସହ ଭାରତରେ ଚିତା ସଂଖ୍ୟା ଏବେ ୫୩ରେ ପହଞ୍ଚିଛି।

କୁନୋରେ ଏହା ହେଉଛି ୧୦ମ ସଫଳ ଚିତା ଶାବକ ଜନ୍ମ। ଏହା ସହିତ ଭାରତୀୟ ମାଟିରେ ଜନ୍ମିତ ଶାବକଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି। ମା’ ଚିତା ‘ଜ୍ଵାଳା’ ତୃତୀୟ ଥର ପାଇଁ ମା’ ହୋଇଛି, ଯାହା ସୂଚାଉଛି ଯେ ଭାରତୀୟ ପରିବେଶ ସହ ଚିତାମାନେ ନିଜକୁ ଖାପଖୁଆଇ ନେଲେଣି।

କେନ୍ଦ୍ର ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଏହି ଖୁସିର ଖବର ସେୟାର କରିବା ସହ ବନ୍ୟପ୍ରାଣୀ ବିଶେଷଜ୍ଞ ଓ ପଶୁ ଚିକିତ୍ସକଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି।

ଦେଶରୁ ବିଲୁପ୍ତ ହୋଇଯାଇଥିବା ଏହି ଦ୍ରୁତତମ ପ୍ରାଣୀଙ୍କୁ ପୁନଃସ୍ଥାପିତ କରିବା ପାଇଁ ୨୦୨୨ ମସିହାରେ ନାମିବ୍ୟା ଓ ଦକ୍ଷିଣ ଆଫ୍ରିକାରୁ ଚିତା ଅଣାଯାଇଥିଲା। ବର୍ତ୍ତମାନର ଏହି ବଂଶବୃଦ୍ଧି ଭାରତର ଇକୋସିଷ୍ଟମ ପାଇଁ ଏକ ଶୁଭ ସଙ୍କେତ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?