ଅଟା ଦାମ ବୃଦ୍ଧି ନେଇ ଭାରତର ବଢ଼ିଲା ଚିନ୍ତା: ଗୋଟିଏ ବର୍ଷରେ ୪୦ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୩୦।୧ : ପଡୋଶୀ ଦେଶ ପାକିସ୍ତାନରେ ଅଟା ସଙ୍କଟ ମଧ୍ୟରେ ଏହାର ମୂଲ୍ୟ ଭାରତରେ ମଧ୍ୟ ଆକାଶଛୁଆଁ ହେବା ଆରମ୍ଭ କରିଛି। ଜାନୁୟାରୀ ମାସରେ ଅଟାର ଦାମ ଦୁଇଥର ବୃଦ୍ଧି ପାଇଛି। ସରକାରୀ ତଥ୍ୟ ଅନୁଯାୟୀ ଅଟା ଖୋଲା ବଜାରରେ କିଲୋଗ୍ରାମ ପିଛା ୩୮ ଟଙ୍କାରେ ବିକ୍ରି ହେଉଥିବାବେଳେ ପ୍ୟାକେଟରେ ଏହାର ମୂଲ୍ୟ କିଲୋଗ୍ରାମ ୪୫-୫୫ ଟଙ୍କା ରହିଛି।

ରିପୋର୍ଟ ଅନୁଯାୟୀ, ଗତ ବର୍ଷ ତୁଳନାରେ ଅଟାର ଦାମ ଚଳିତ ବର୍ଷ ୪୦ ପ୍ରତିଶତ ବୃଦ୍ଧି ପାଇଛି। ଜାନୁୟାରୀ ୨୦୨୨ ରେ, ଅଟାର ଦାମ କିଲୋଗ୍ରାମ ପିଛା ୨୫-୨୭ ଟଙ୍କା ଥିବାବେଳେ ପ୍ୟାକରେ ବ୍ରାଣ୍ଡେଡ ଅଟା କିଲୋଗ୍ରାମ ପିଛା ୩୫ ଟଙ୍କାରେ ବିକ୍ରି ହେଉଥିଲା। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ଗହମ ଏବଂ ଅଟା ଦର ବୃଦ୍ଧି ଯୋଗୁଁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।
ବିଶ୍ୱର ଦ୍ୱିତୀୟ ବୃହତ୍ତମ ଗହମ ଉତ୍ପାଦନକାରୀ ହେବା ସତ୍ତ୍ୱେ ଭାରତରେ ଅଟା ଦର ବୃଦ୍ଧି ପାଇବା ନେଇ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri