ଅଟା ଦାମ ବୃଦ୍ଧି ନେଇ ଭାରତର ବଢ଼ିଲା ଚିନ୍ତା: ଗୋଟିଏ ବର୍ଷରେ ୪୦ ପ୍ରତିଶତ ବୃଦ୍ଧି…

ନୂଆଦିଲ୍ଲୀ,୩୦।୧ : ପଡୋଶୀ ଦେଶ ପାକିସ୍ତାନରେ ଅଟା ସଙ୍କଟ ମଧ୍ୟରେ ଏହାର ମୂଲ୍ୟ ଭାରତରେ ମଧ୍ୟ ଆକାଶଛୁଆଁ ହେବା ଆରମ୍ଭ କରିଛି। ଜାନୁୟାରୀ ମାସରେ ଅଟାର ଦାମ ଦୁଇଥର ବୃଦ୍ଧି ପାଇଛି। ସରକାରୀ ତଥ୍ୟ ଅନୁଯାୟୀ ଅଟା ଖୋଲା ବଜାରରେ କିଲୋଗ୍ରାମ ପିଛା ୩୮ ଟଙ୍କାରେ ବିକ୍ରି ହେଉଥିବାବେଳେ ପ୍ୟାକେଟରେ ଏହାର ମୂଲ୍ୟ କିଲୋଗ୍ରାମ ୪୫-୫୫ ଟଙ୍କା ରହିଛି।

ରିପୋର୍ଟ ଅନୁଯାୟୀ, ଗତ ବର୍ଷ ତୁଳନାରେ ଅଟାର ଦାମ ଚଳିତ ବର୍ଷ ୪୦ ପ୍ରତିଶତ ବୃଦ୍ଧି ପାଇଛି। ଜାନୁୟାରୀ ୨୦୨୨ ରେ, ଅଟାର ଦାମ କିଲୋଗ୍ରାମ ପିଛା ୨୫-୨୭ ଟଙ୍କା ଥିବାବେଳେ ପ୍ୟାକରେ ବ୍ରାଣ୍ଡେଡ ଅଟା କିଲୋଗ୍ରାମ ପିଛା ୩୫ ଟଙ୍କାରେ ବିକ୍ରି ହେଉଥିଲା। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ଗହମ ଏବଂ ଅଟା ଦର ବୃଦ୍ଧି ଯୋଗୁଁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।
ବିଶ୍ୱର ଦ୍ୱିତୀୟ ବୃହତ୍ତମ ଗହମ ଉତ୍ପାଦନକାରୀ ହେବା ସତ୍ତ୍ୱେ ଭାରତରେ ଅଟା ଦର ବୃଦ୍ଧି ପାଇବା ନେଇ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱାରୋପ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri