Posted inଜାତୀୟ

ଭାରତର ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବା ଅପରିହାର୍ଯ୍ୟ…

ଚେନ୍ନାଇ,୨୮।୮: ଭାରତର ସୀମାକୁ ସଶକ୍ତ କରିବା ଲାଗି ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ କରାଯିବାର ଆବଶ୍ୟକତା ରହିଛି। ପୃଥିବୀରେ ଯେଉଁଭଳି ଭାବରେ ପରିବର୍ତ୍ତନ ଘଟୁଛି, ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଜରୁରୀ ହୋଇପଡ଼ିଛି। ପ୍ରତିଟି ଦେଶ ନିଜ ନିଜର ସାମରିକ ଶକ୍ତି ଆଧୁନିକୀକରଣ ଏବଂ ମଜବୁତ କରୁଛନ୍ତି। ଏହା ଭାରତ ପାଇଁ ମଧ୍ୟ ପଯୁଜ୍ୟ ବୋଲି ପ୍ରତିରକ୍ଷା ନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଦେଶର ଆଭ୍ୟନ୍ତରୀଣ , ସୀମା ଏବଂ ସାମୁଦ୍ରିକ କ୍ଷେତ୍ରର ସୁରକ୍ଷା ଅପରିହାର୍ଯ୍ୟ ହୋଇପଡ଼ିଛି। ଚେନ୍ନାଇରେ ପାଟ୍ରୋଲିଂ ଯୁଦ୍ଧପୋତ ବିଗ୍ରହକୁ ଭାରତୀୟ ତଟରକ୍ଷୀ ବାହିନୀରେ ସାମିଲ କରିବା ଅବସରରେ ପ୍ରତିରକ୍ଷାମନ୍ତ୍ରୀ ଏଭଳି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ସେନା ମୁଖ୍ୟ ଜେନେରାଲ ଏମ.ଏମ ନରାଓ୍ବନେ ମଧ୍ୟ ଉପସ୍ଥିତ ଥିଲେ। ରାଜନାଥ ସିଂ କହିଛନ୍ତି ଯେ ଏକ ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ ଆସନ୍ତା ବର୍ଷେ ଅବା ୨ ବର୍ଷ ଅର୍ଥାତ୍‌ ୨୦୨୩ ସୁଦ୍ଧା ସାରା ପୃଥିବୀର ବିଭିନ୍ନ ଦେଶର ପ୍ରତିରକ୍ଷା ଖର୍ଚ୍ଚ ୨.୧ ଟ୍ରିଲିୟନ ଡଲାରରେ ପହଞ୍ଚିବାକୁ ଯାଉଛି। ଆସନ୍ତା ୫ ବର୍ଷ ମଧ୍ୟରେ ଏହା ବହୁଗୁଣିତ ହେବ ବୋଲି ଆଶା କରାଯାଉଛି ବୋଲି ସେ କହିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ କହିଛନ୍ତି ଯେ ସଶସ୍ତ୍ର ବାହିନୀ, ଶିଳ୍ପ ଏବଂ ବିଭିନ୍ନ ଏକାଡେମୀର ଶିକ୍ଷାବିତ୍‌ଙ୍କ ମିଳିତ ପ୍ରୟାସ ଦ୍ୱାରା ଗବେଷଣା ଏବଂ ନବସୃଜନ କ୍ଷେତ୍ରରେ ଅଗ୍ରଗତି ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷର କେତେକ ପଦକ୍ଷେପ ଗ୍ରହଣ କରାଯାଇଛି। ପାରସ୍ପରିକ ବୁଝାମଣା ଏବଂ ଜ୍ଞାନ ଏବଂ ସର୍ବୋତ୍ତମ ଜ୍ଞାନକୌଶଳ ଆଦାନପ୍ରଦାନ ଦ୍ୱାରା ଦେଶର ପ୍ରତିରକ୍ଷା ବ୍ୟବସ୍ଥା ସୁଦୃଢ଼ ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଭାରତରେ ମୁସଲମାନଙ୍କୁ ଚାହୁଁ ନ ଥିବା ଲୋକେ ହିନ୍ଦୁତ୍ୱ ବୁଝନ୍ତିନି, ଭାଗବତଙ୍କ ବଡ଼ ବୟାନ

ନ୍ୟୁୟର୍କ,୩୦ା୮: ହିନ୍ଦୁ ରାଷ୍ଟ୍ର ବିଚାରଧାରାରେ ମୁସଲମାନଙ୍କୁ ବାଦ୍‌ ଦିଆଯାଇ ନାହିଁ। ଭାରତରେ ମୁସଲମାନଙ୍କର ସ୍ଥାନ ନାହିଁ ବୋଲି ଯଦି କେହି ବିଶ୍ୱାସ କରୁଥାନ୍ତି, ତେବେ ସେ ହିନ୍ଦୁତ୍ୱକୁ…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri